Posted inଖେଳ

ଏସିଆନ ଶୁଟିଂ ଚାମ୍ପିୟନଶିପ୍‌: ସୌରଭଙ୍କୁ ରୌପ୍ୟ

ଦୋହା, ୧୧।୧୧(ପି.ଟି.)- ଭାରତୀୟ ଟିନ୍‌ଏଜ୍‌ ଶୁଟର ସୌରଭ ଚୌଧାରୀ ଏଠାରେ ଚାଲିଥିବା ୧୪ତମ ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକ ହାସଲ କରିଛନ୍ତି। ସୋମବାର ଅନୁଷ୍ଠିତ ପୁରୁଷ ୧୦ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ୧୭ ବର୍ଷୀୟ ସୌରଭ ୨୪୪.୫ ପଏଣ୍ଟ ଶୁଟ୍‌ କରି ଦ୍ୱିତୀୟ ସ୍ଥାନରେ ରହିବା ସହ ଏହି ସଫଳତା ପାଇଛନ୍ତି। ଅନ୍ୟପଟେ ଉତ୍ତର କୋରିଆର କିମ୍‌ ସଙ୍ଗ ଗୁକ୍‌ ୨୪୬.୫ ପଏଣ୍ଟ ସ୍କୋର କରି ବିଶ୍ୱ ରେକର୍ଡ କରିବା ସହ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେହିପରି ଇରାନର ଫୋରେଉଘି ଜାଭେଦ ୨୨୧.୮ ପଏଣ୍ଟ ସ୍କୋର କରି ବ୍ରୋଞ୍ଜ ପଦକ ଜିତିଛନ୍ତି।
୫୮୩ ସ୍କୋର କରି ସୌରଭ ଓ ଅଭିଷେକ ବର୍ମା ଯଥାକ୍ରମେ ସପ୍ତମ ଓ ଷଷ୍ଠ ସ୍ଥାନରେ ରହି ଫାଇନାଲରେ ଅଂଶଗ୍ରହଣ କରିବାକୁ ଯୋଗ୍ୟତା ହାସଲ କରିଥିଲେ। ଫାଇନାଲରେ ୮ଜଣ ଶୁଟର ଭାଗ ନେଇଥିଲେ। ଅଭିଷେକ ୧୮୧.୫ ପଏଣ୍ଟ ସ୍କୋର କରି ପଞ୍ଚମ ସ୍ଥାନରେ ରହିଥିଲେ। ଉଲ୍ଲେଖଥାଉ କି, ପୂର୍ବରୁ ସୌରଭ ଓ ଅଭିଷେକ ଅଲିମ୍ପିକ କୋଟା ହାସଲ କରିସାରିଛନ୍ତି। ଭାରତ ଓ ଚାଇନା ସର୍ବାଧିକ ୨ଟି କୋଟା ପ୍ଲେସ ହାସଲ କରି ସାରିଥିବାରୁ ଏହି ପ୍ରତିଯୋଗିତାରେ ଏୟାର ପିସ୍ତଲ କୋଟାଗୁଡିକ ଇରାନ, ଉତ୍ତର କୋରିଆ ଓ ପାକିସ୍ତାନ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri