Posted inଖେଳ

ଏସିଆନ ସିନିୟର ଆର୍ଟିଷ୍ଟିକ୍‌ ଜିମ୍ନାଷ୍ଟିକ୍‌:ଫାଇନାଲରେ ପ୍ରଣତୀ ଭଲ୍ଟ

ନୂଆଦିଲ୍ଲୀ, ୨୦ା୬ (ପି.ଟି.)- ମଙ୍ଗୋଲିଆର ଉଲାନବାଟାରଠାରେ ଚାଲିଥିବା ଏସିଆନ ସିନିୟର ଆର୍ଟିଷ୍ଟିକ୍‌ ଜିମ୍ନାଷ୍ଟିକ୍ସରେ ଭାରତର ପ୍ରଣତୀ ନାୟକ ୧୩.୩୫ ସ୍କୋର ସହ ୬ଷ୍ଠ ସ୍ଥାନ ଅଧିକାର କରି ଭଲ୍ଟ ଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ବିଭାଗରେ ରାକେଶ କୁମାର ପାତ୍ର ରିଙ୍ଗ୍ସରେ ଭଲ ପ୍ରଦର୍ଶନ କରିଥିଲେ ସୁଦ୍ଧା ୧୩.୬୦ ସ୍କୋରକରି ୧୦ମ ହୋଇଥିଲେ। ପ୍ରଣତୀ ନାୟକ, ପ୍ରଣତୀ ଦାସ, ଶ୍ରଦ୍ଧା ତାଲେକର ଓ ପାପିୟା ଦାସଙ୍କୁ ନେଇ ମହିଳା ଦଳ କ୍ୱାଲିଫିକେଶନ ଓ ଫାଇନାଲ ପ୍ରତିଯୋଗିତାରେ ମୋଟ ୧୩୧.୨୫୦ ସ୍କୋର କରିଛନ୍ତି। ସେହିପରି ରାକେଶ କୁମାର ପାତ୍ର, ଯୋଗେଶ୍ୱର ସିଂ, ଆରିକ୍‌ ଦେ ଏବଂ ଦେବାଙ୍ଗ ଦେ’ଙ୍କୁ ନେଇ ପୁରୁଷ ଦଳ ମୋଟ ୨୨୯.୬୯୯ ପଏଣ୍ଟ ସ୍କୋର କରିଛନ୍ତି। ଅନ୍ୟ ଦଳଗୁଡ଼ିକର ପ୍ରଦର୍ଶନ ପରେ ର଼୍ୟାଙ୍କିଂ ଜଣାପଡ଼ିବ ବୋଲି ଜିମ୍ନାଷ୍ଟିକ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ (ଜିଏଫ୍‌ଆଇ) ଉପସଭାପତି ରିୟାଜ ଅହମ୍ମଦ ଭଟ୍ଟି ପ୍ରକାଶ କରିଛନ୍ତି। ଚାମ୍ପିୟନଶିପ୍‌ରେ ମୋଟ ୧୯ଟି ଦେଶ ଭାଗ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…

ଚାକିରି ନୁହେଁ ବ୍ୟବସାୟରେ ରାଜ୍‌ କରନ୍ତି ଏହି ୬ ରାଶି, ନିଜ ଦମ୍‌ରେ ପାଆନ୍ତି ବଡ଼ ସଫଳତା

ବ୍ୟବସାୟ ଦୁନିଆରେ କିଛି ଲୋକ ଖୁବ କମ ସମୟରେ ସଫଳତାର ଶୀର୍ଷରେ ପହଞ୍ଚିଯାଆନ୍ତି, ଆଉ କିଛି ଲୋକ ବର୍ଷ ବର୍ଷ ଧରି ପରିଶ୍ରମ କରିବା ପରେ ମଧ୍ୟ…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଭୟରେ ଝାରମୁଣ୍ଡାବାସୀ; ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ଼…

ରିଷିଡା,୭।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଝାରମୁଣ୍ଡା ଗ୍ରାମରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଭୟ ଦେଖାଦେଇଛି…

୨୦ ବର୍ଷ ପରେ ଏକାଠି ହେବେ ରାଣୀ-ଅଭିଷେକ: ଆସିଲା ବଡ଼ ଅପଡେଟ୍‌

ବଲିଉଡ୍‌ ବାଦଶାହ ଶାହରୁଖ ଖାନଙ୍କୁ ବଡ଼ ପରଦାରେ ଦେଖିବାକୁ ଦୀର୍ଘଦିନ ହେଲାଣି ଅପେକ୍ଷା କରିଛନ୍ତି ପ୍ରଶଂସକ। ୨୦୨୩ ଡିସେମ୍ବର ପରଠାରୁ ଶାହରୁଖଙ୍କ କୌଣସି ନୂଆ ଫିଲ୍ମ ରିଲିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri