Posted inଖେଳ

ଏସିଆନ ୟୁଥ୍‌ ବକ୍ସିଂ: ଭାରତକୁ ୬ ପଦକ ମିଳିବା ନିଶ୍ଚିତ

ଉଲାନବାତାର,୧୪।୧୧(ପି.ଟି.)- ମଙ୍ଗୋଲିଆର ଉଲାନବାତାରଠାରେ ଚାଲିଥିବା ଏସିଆନ ୟୁଥ୍‌ ବକ୍ସିଂ ଚାମ୍ପିୟନଶିପ୍‌ରେ ଭାରତୀୟ ପ୍ରତିଯୋଗୀମାନେ ବୁଧବାର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ଏଥିରେ ୬ ଭାରତୀୟ ବକ୍ସର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ଭାରତକୁ ଅତିକମ୍‌ରେ ୬ଟି ପଦକ ମିଳିବା ନିଶ୍ଚିତ ହୋଇଛି। ୪୯ କେ.ଜି. ବର୍ଗରେ ସୋଏ ସିଲେ, +୯୧ କେ.ଜି. ବର୍ଗରେ ଅମନ, ୬୦ କେ.ଜି.ରେ ଅଙ୍କିତ ନରଓ୍ବାଲ, ୫୧ କେ.ଜି. ବର୍ଗରେ ନାଓରେମ ଚାନୁ, ୫୭ କେ.ଜି. ବର୍ଗରେ ଜାସମିନ୍‌ ଓ ୬୪ କେ.ଜି. ବର୍ଗରେ ଭିନ୍‌କା ସେମିଫାଇନାଲରେ ପ୍ରବେଶ କରିଛନ୍ତି।
ପୁରୁଷ ବିଭାଗରେ ସିଲେ କ୍ୱାର୍ଟର ଫାଇନାଲରେ ଫିଲିପାଇନ୍ସର ଫ୍ଲିଣ୍ଟ ଜାରାଙ୍କୁ ୫-୦ରେ ହରାଇଥିବା ବେଳେ ଅମନ ତାଇଓ୍ବାନର କାଇ- ସୁଙ୍ଗ୍‌ ଓ୍ବାଙ୍ଗଙ୍କୁ ପରାସ୍ତ କରିଥିଲେ। ସେହିପରି ନରଓ୍ବାଲ ୫-୦ରେ ତାଇଓ୍ବାନର ୟୁ ଲିନ୍‌ଙ୍କୁ ହରାଇ ସେମିରେ ପ୍ରବେଶ କରିଥିଲେ। ଅପରପକ୍ଷରେ ମହିଳା ବିଭାଗରେ ଚାନୁ ୫-୦ରେ କୋରିଆର ଇୟୁନ୍‌ସୁ ସୁନ୍‌ ପରାସ୍ତ କରି ସେମିକୁ ଉଠିଥିଲେ। ସେହିପରି ପୂର୍ବର ଦମ୍‌ଦାର ପ୍ରଦର୍ଶନ ପାଇଁ ଜାସମିନ ଓ ଭିନ୍‌କା ଫାଇଦାରେ ରହିଥିଲେ। ଜାସମିନ୍‌ ଜାପାନର କିମୁରା ମୋନା ଓ ଭିନ୍‌କା ତାଇଓ୍ବାନର ସୁଏହଜୁ ସୁଇଙ୍କୁ ପଛରେ ପକାଇ ସେମିରେ ପ୍ରବେଶ କରିଥିଲେ।
ତେବେ ୬୦ କେ.ଜି.ରେ ନେହା କାସନିଲ ଓ ୫୨ କେ.ଜି.ରେ ରୋହିତ ମୋର କ୍ୱାର୍ଟର ଫାଇନାଲରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। କାସନିଲ ୨-୩ରେ କୋରିଆର ମିହ୍ୟୁନ ଜୋଠାରୁ ପରାସ୍ତ ହୋଇଥିବା ବେଳେ ମୋର ଥାଇଲାଣ୍ଡର ସୁରାଉତ ସୁଖଟେଟଙ୍କଠାରୁ ୨-୩ରେ ପରାସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା,…

IND vs ENG 5th T20I Playing-11: ବୈଭବ ସୂର୍ଯ୍ୟବଂଶୀ ଆଉଟ, ସଞ୍ଜୁ ସାମସନ ଇନ୍‌… ଇଜ୍ଜତ ବଞ୍ଚାଇବାକୁ ଗମ୍ଭୀର ଖେଳିବେ ଶେଷ ଗଣିତ

ନୂଆଦିଲ୍ଲୀ,୧୦।୭: ଗୁରୁବାର ରାତିରେ ବ୍ରିଷ୍ଟଲରେ ଭାରତୀୟ କ୍ରିକେଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ଦେଖାଯାଇଥିଲା, ଯାହା ଫଳରେ ମ୍ୟାଚ ଏବଂ ସିରିଜ ଉଭୟ ହାରିଯାଇଥିଲା ଟିମ୍‌।…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri