Posted inଖେଳ

ଏସିସି ଇମର୍ଜିଂ ଟିମ୍ସ କପ୍‌: ସେମିରେ ପାକିସ୍ତାନଠାରୁ ହାରିଲା ଭାରତ

ଢାକା, ୨୦।୧୧ (ପି.ଟି.): ଏଠାରେ ଚାଲିଥିବା ଏସିଆନ୍‌ କ୍ରିକେଟ୍‌ କାଉନସିଲ୍‌ (ଏସିସି) ଇମର୍ଜିଂ ଟିମ୍ସ କପ୍‌ ୨୩ ବର୍ଷରୁ କମ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟର ସେମିଫାଇନାଲରୁ ଭାରତ ବିଦାୟ ନେଇଛି। ବୁଧବାର ଖେଳାଯାଇଥିବା ସେମିଫାଇନାଲ ମୁକାବିଲାରେ ଭାରତ ମାତ୍ର ୩ ରନରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ନିକଟରୁ ହାରି ଫାଇନାଲ ଖେଳିବାରୁ ବଞ୍ଚତ୍ତ ହୋଇଛି।
ସ୍ଥାନୀୟ ଶେର୍‌ ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ପାକିସ୍ତାନ ୫୦ ଓଭରରେ ୭ ଉଇକେଟ୍‌ ହରାଇ ୨୬୭ ରନ ସଂଗ୍ରହ କରିଥିଲା। ଦଳ ପକ୍ଷରୁ ଓପନର୍‌ ଓମାୟର ୟୁସୁଫ ୬୬, ହାଇଦର ଅଲି ୪୩, ସଇଫ ବାବର ୪୭*, ଅଧିନାୟକ ରୋହିଲ୍‌ ନାଜିର୍‌ ୩୫ ଓ ଇମ୍ରାନ ରଫିକ୍‌ ୨୮ ରନ କରିଥିଲେ। ଭାରତ ପକ୍ଷରୁ ଶିଭମ ମାଭି, ସୌରଭ ଦୁବେ ଓ ହ୍ରିତିକ ସୋକିନ ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ। ଜବାବରେ ଭାରତ ଅଧିନାୟକ ଶରଥ ବି.ଆର୍‌. (୪୭ ରନ), ସନବୀର ସିଂ (୭୬), ଅର୍ମାନ ଜାଫର (୪୩) ଓ ଚିନ୍ମୟ ସୂତାର (୨୮*)ଙ୍କ ଉପଯୋଗୀ ବ୍ୟାଟିଂ ସତ୍ତ୍ୱେ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ୍‌ ବିନିମୟରେ ୨୬୪ ରନ କରି ଅଳ୍ପକେ ପରାଜୟବରଣ କରିଥିଲା। ଅନ୍ତିମ ଓଭରରେ ଜିତିବା ପାଇଁ ଭାରତକୁ ୭ ରନ ଆବଶ୍ୟକ ହେଉଥିବାବେଳେ ସୂତାର କ୍ରିଜରେ ଥିଲେ ମଧ୍ୟ ଏହାକୁ ସଂଗ୍ରହ କରିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri