ଏସୀୟ ରାଷ୍ଟ୍ରରେ ହେବ ଓଡ଼ିଶା ପର୍ଯ୍ୟଟନର ପ୍ରଚାର

ଭୁବନେଶ୍ୱର,୨୧। ୧(ବ୍ୟୁରୋ): ୨୦୨୨ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ପର୍ଯ୍ୟଟନ ଶିଳ୍ପରେ ହେଉଥିବା ପୁଞ୍ଜି ବିନିଯୋଗକୁ ଦୃଷ୍ଟିରେ ରଖି ସେହି ଅନୁଯାୟୀ ଉଭୟ ଦେଶୀୟ ଓ ବିଦେଶୀ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି କରିବାକୁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି। ୨୦୧୬-୧୭ରେ ଓଡ଼ିଶାକୁ ୧,୩୧,୯୦,୨୨୪ ପର୍ଯ୍ୟଟକ ଆସିଥିବା ବେଳେ ୨୦୧୭-୧୮ରେ ୧,୪୩,୬୪,୫୪୧ ଏବଂ ୨୦୧୮-୧୯ରେ ୧,୫୬,୨୩,୨୫୦ ପର୍ଯ୍ୟଟକ ଆସିଥିଲେ। ଏହି ସଂଖ୍ୟାକୁ ବୃଦ୍ଧିକରି ୨୦୨୨ ସୁଦ୍ଧା ୨କୋଟି ୫୦ଲକ୍ଷରେ ପହଞ୍ଚାଇବା ସହ ଓଡ଼ିଶାକୁ ଦେଶର ଶ୍ରେଷ୍ଠ ୩ ଟୁରିଷ୍ଟ୍‌ ଡେଷ୍ଟିନେଶନରେ ପରିଣତ କରିବାକୁ ଟାର୍ଗେଟ ରଖାଯାଇଥିବା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କହିଛନ୍ତି। ସେହିଭଳି ଆଗାମୀ ୨ ବର୍ଷରେ ଓଡ଼ିଶାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗମନକୁ ୫ ଲକ୍ଷରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ ମଧ୍ୟ ପୂର୍ବ ଏବଂ ଦକ୍ଷିଣ ପୂର୍ବ ଏସିଆରେ ଓଡ଼ିଶା ପର୍ଯ୍ୟଟନର ପ୍ରଚାର ପ୍ରସାର ପାଇଁ ଲକ୍ଷ୍ୟ ରଖାଯାଇଛି। ଏହାସହ ଓଡ଼ିଶାର ୧୦ଟି ପ୍ରମୁଖ ସୋର୍ସ ମାର୍କେଟ ତଥା ଯୁକ୍ତରାଷ୍ଟ୍ର ଆମେରିକା, ବ୍ରିଟେନ୍‌, ଜାପାନ, ଚାଇନା, ଫ୍ରାନ୍ସ, ଜର୍ମାନୀ, ନେଦରଲାଣ୍ଡ, ଇଟାଲୀ, ମାଲେସିଆ ଏବଂ ରାଜ୍ୟଗୋଷ୍ଠୀ ରାଷ୍ଟ୍ରଗୁଡ଼ିକୁ ଟାର୍ଗେଟରେ ରଖାଯାଇଥିବା ପର୍ଯ୍ୟଟନ ବିଭାଗ ସଚିବ ବିଶାଳ ଦେବ କହିଛନ୍ତି।
କେବଳ ପର୍ଯ୍ୟଟକ ଆଗମନ ନୁହେଁ, ପର୍ଯ୍ୟଟନ ଶିଳ୍ପରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ଲକ୍ଷ୍ୟ ରଖିଛି ରାଜ୍ୟ ପର୍ଯ୍ୟଟନ ବିଭାଗ। ଆତିଥ୍ୟ, ପର୍ଯ୍ୟଟନ ଓ ପରିଭ୍ରମଣ ଭଳି ବିଭିନ୍ନ କ୍ଷେତ୍ରରେ ବିପୁଳ ମାନବସମ୍ବଳ ନିଯୁକ୍ତ ହେବାର ସମ୍ଭାବନା ରହିଛି। ୨୦୧୬ରୁ ୨୦୧୯ ଆର୍ଥିକବର୍ଷ ମଧ୍ୟରେ ପର୍ଯ୍ୟଟନ ବିଭାଗ ଏବଂ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷଙ୍କ ମିଳିତ ପ୍ରୟାସରେ ୪୪୧୨ଜଣଙ୍କୁ ନିଯୁକ୍ତି ଦିଆଯାଇଛି। କେପିଏମ୍‌ଜି ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ପ୍ଲାନ୍‌ ୨୦୨୫ରେ ପର୍ଯ୍ୟଟନ କ୍ଷେତ୍ରରେ ପ୍ରତ୍ୟକ୍ଷଭାବେ ୯୨,୦୦୦ ଏବଂ ପରୋକ୍ଷଭାବେ ୨,୭୭,୦୦୦ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ଲକ୍ଷ୍ୟ ରଖାଯାଇଛି।

ଇକୋ-ରିଟ୍ରିଟ୍‌ ଢାଞ୍ଚାରେ ହେବ ଅଧିକ ଗ୍ଲାମିଂ ଇଭେଣ୍ଟ

କେବଳ ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ୍‌ ନୁହେଁ, ରାଜ୍ୟର ବିଭିନ୍ନ ସ୍ଥାନରେ ବିଭିନ୍ନ ସମୟରେ ଆୟୋଜିତ ହେବ ମେଗା ଗ୍ଲାମିଂ ଇଭେଣ୍ଟ। ରାମଚଣ୍ଡୀ ବେଳାଭୂମିରେ ଆୟୋଜିତ ଇକୋ ରିଟ୍ରିଟ୍‌ର ଲୋକପ୍ରିୟତାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯିବ। ଓଡ଼ିଶାରେ ୪୮୨ କି.ମି. ସୁଦୀର୍ଘ ବେଳାଭୂମି ରହିଥିବାବେଳେ ବର୍ଷର ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ସ୍ଥାନର ଉପଯୋଗୀ ତଥା ଅନୁକୂଳ ପରିବେଶକୁ ଦୃଷ୍ଟିରେ ରଖି ଏଭଳି ଗ୍ଲାମରସ୍‌ କ୍ୟାମ୍ପିଂର ଆୟୋଜନ କରାଯିବ। ସେହିଭଳି ପ୍ରତ୍ୟେକ ଇଭେଣ୍ଟ ଯେପରି ପରସ୍ପରଠାରୁ ଭିନ୍ନ ହେବ ତାହାକୁ ଗୁରୁତ୍ୱ ଦିଆଯିବ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ମେରାଇନ୍‌ ଡ୍ରାଇଭ୍‌ ଇକୋ ରିଟ୍ରିଟ୍‌ ଭଳି ପରିବେଶ ଉପଯୋଗୀ ମଡେଲକୁ ଗୁରୁତ୍ୱ ଦିଆଯିବ। ନିକଟରେ ପର୍ଯ୍ୟଟକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଇକୋ-ରିଟ୍ରିଟ୍‌କୁ ଜାନୁୟାରୀ ୩୧ରୁ ଫେବୃୟାରୀ ୧୫ ପର୍ଯ୍ୟନ୍ତ ଘୁଞ୍ଚାଯାଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ...

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ...

ଭାଜପା ସରକାର ଆସିଲେ ୫୭ ବର୍ଷର କାମ ୫ ବର୍ଷରେ କରିବୁ: ମନମୋହନ

ଭୁବନେଶ୍ୱର,୫।୫: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରକୁ...

ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି...

ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ବଦଳିଯାଇଛି ରାଜନୀତିର ସଂସ୍କୃତି: ନଡ୍ଡା

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ...

ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ: ୪ ବର୍ଗଙ୍କୁ ଫୋକସ୍‌

ଭୁବନେଶ୍ୱର,୫।୫: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri