ଏସ୍‌ଆଇଏ ସର୍ଭେ: ୫୦ ପରିବାରର ତଥ୍ୟ ସଂଗ୍ରହ

ପୁରୀ ଅଫିସ,୩ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ୫ ଟିମ୍‌ ଘର ଘର ବୁଲି ଏହି ସର୍ଭେ କରୁଛନ୍ତି। ବୁଧବାର ତୃତୀୟ ଦିନ ସୁଦ୍ଧା ପ୍ରାୟ ୫୦ ପରିବାରକୁ ଯାଇ ସେମାନଙ୍କ ଘରର ସବିଶେଷ ତଥ୍ୟ ସଂଗ୍ରହ ଏବଂ ମାପଚୁପ କରିଛନ୍ତି। ଅନ୍ୟପକ୍ଷେ ଶ୍ରୀମନ୍ଦିର ସୁରକ୍ଷା ଜୋନାରେ ଜମି ଅଧିଗ୍ରହଣ, ପୁନର୍ବାସ ଓ ଥଇଥାନ ପାଇଁ ରାଜ୍ୟ ସରକାରଙ୍କ ନିର୍ମାଣ ବିଭାଗ ୪୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି।
ମେଘନାଦ ପାଚେରିଠାରୁ ୭୫ ମିଟର ମଧ୍ୟରେ ରହିଥିବା ମଠ, ମନ୍ଦିର, ଦୋକାନ, ଲଜ୍‌, ବାସଗୃହର ସର୍ଭେ କରାଯାଉଛି। ବୁଧବାର ପୂର୍ବାହ୍ନରେ ସର୍ଭେ ଟିମ୍‌ ପଶ୍ଚିମ ଦ୍ୱାରର ବାସେଳି ସାହି, ଗଡ଼ନ୍ତି ଛକ, ଦକ୍ଷିଣଦ୍ୱାର ବରାହୀ ଲେନ୍‌ ଆଦି ସର୍ଭେ କରିଥିଲେ। ପ୍ରତ୍ୟେକ ଘରକୁ ଘର ବୁଲି ସେମାନେ ଲୋକଙ୍କ ସହ ଆଲୋଚନା କରୁଛନ୍ତି। ଏସ୍‌ଆଇଏର ନିର୍ଦ୍ଦିଷ୍ଟ ଫର୍ମାଟ ଆଧାର ଭିତ୍ତିରେ ସର୍ଭେ ଚାଲିଛି। ବିସ୍ଥାପିତ ହେବାକୁ ଥିବା ଲୋକଙ୍କ ସହ ଆଲୋଚନା କରାଯାଇ ଫର୍ମ ପୂରଣ କରାଯାଉଛି। ଗତମାସ ୨୪ ତାରିଖରେ ସାମାଜିକ ପ୍ରଭାବ ନିର୍ଦ୍ଧାରଣ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ମାସକ ମଧ୍ୟରେ ଏହା ଶେଷ କରିବାକୁ ଲକ୍ଷ୍ୟ ରହିଛି। ଅନ୍ୟପକ୍ଷରେ ଜମି ଅଧିଗ୍ରହଣ ବିଜ୍ଞପ୍ତିର ଏକମାସ ମଧ୍ୟରେ ଜମି ହସ୍ତାନ୍ତର କରିବାକୁ ଚାହୁଁଥିବା ଲୋକଙ୍କ ସଂଖ୍ୟା ମଧ୍ୟ ବଢୁଛି। ତେଣୁ ସର୍ଭେ ଟିମ୍‌ ଅଗ୍ରାଧିକାର ଭିତ୍ତିରେ ଏମାନଙ୍କ ଘରକୁ ଯାଇ ସର୍ଭେ କରୁଛନ୍ତି। ଅଧିଗ୍ରହଣ ବିଜ୍ଞପ୍ତିର ଏକମାସ ମଧ୍ୟରେ ଜମି ହସ୍ତାନ୍ତର କରିବାକୁ ଚାହୁଁଥିବା ଲୋକଙ୍କୁ ଶତକଡ଼ା ୧୦ ପ୍ରତିଶତ ଅଧିକ ସହାୟତା ମିଳିବ ବୋଲି ସରକାର ଘୋଷଣା କରିଛନ୍ତି। ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଜମି ଅଧିଗ୍ରହଣ, ପୁନର୍ବାସ ଓ ଥଇଥାନ ଲାଗି ସରକାର ୪୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏଥିଲାଗି ରାସ୍ତା ନିର୍ମାଣ ବିଭାଗ ମୁଖ୍ୟଯନ୍ତ୍ରୀଙ୍କୁ ଚିଠି ହୋଇଛି। ଏହି ଅନୁଦାନକୁ ଜମି ଅଧିଗ୍ରହଣ ଆକାଉଣ୍ଟରେ ଜମା କରିବାକୁ ବିଭାଗୀୟ ମୁଖ୍ୟଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯୁଗ୍ମ ସଚିବ । ଚିଠିର ନକଲ ପୁରୀ ଜିଲାପାଳଙ୍କ ନିକଟକୁ ଆସିଛି। ତେବେ ୪୦ କୋଟି ଟଙ୍କା ମଞ୍ଜୁର କରାଯାଇଥିବାରୁ ଏହାକୁ ନେଇ ବିସ୍ଥାପିତ ହେବାକୁ ଥିବା ଲୋକେ ପ୍ରଶ୍ନ ଉଠାଇଛନ୍ତି। ଏ ସମ୍ପର୍କରେ ସର୍ଭେର ନେତୃତ୍ୱ ନେଉଥିବା ଉପଜିଲାପାଳ ଭବତାରଣ ସାହୁ କହିଛନ୍ତି, ପ୍ରାଥମିକ ପର୍ଯ୍ୟାୟରେ ସରକାର ୪୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ପରବର୍ତ୍ତୀ ସମୟରେ ଅଧିକ ଅନୁଦାନ ଆସିବ। ଏହାକୁ ନେଇ ଲୋକେ କୌଣସି ପ୍ରକାର ସନ୍ଦେହରେ ପଡ଼ନ୍ତୁ ନାହିଁ।
ସୂଚନାଥାଉ କି, ଶ୍ରୀମନ୍ଦିର ଚୌହଦିର ୭୫ମିଟର ସୁରକ୍ଷା ଜୋନ ମଧ୍ୟରେ ଥିବା ୫ଟି ମୌଜା ବାସେଳିସାହି, ମଣିକର୍ଣ୍ଣିକା ସାହି, କାଳିକାଦେବୀ ସାହି, ଦୋଳମଣ୍ଡପ ସାହି ଓ ଚୁଡ଼ଙ୍ଗ ସାହିରେ ଏହି ସର୍ଭେ କରାଯାଉଛି। ଏହି ମୌଜାଗୁଡ଼ିକରୁ ସରକାରୀ ଓ ଘରୋଇ ଜମିକୁ ମିଶାଇ ୧୫.୧୯୧ ଏକର ଜମି ଅଧିଗ୍ରହଣ କରାଯିବ। ଏହି ସୁରକ୍ଷା ଜୋନ ମଧ୍ୟରେ ୨୩୦ ଘର ସମେତ ପ୍ରାୟ ୩୦୦ ପ୍ଲଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri