ଫୁଲବାଣୀ ଅଫିସ,୧୦ା୧୨-୨୦୧୮ରେ ଫୁଲବାଣୀ ଟାଉନ ଥାନାର ତତ୍କାଳୀନ ସବ୍ ଇନ୍ସପେକ୍ଟର(ଏସ୍ଆଇ) ତରୁଣ ତପନ ବେହେରାଙ୍କୁ ହୋଇଥିବା ଛୁରାମାଡ଼ ମାମଲାର ବିଚାର କରି ସୋମବାର ମୁଖ୍ୟ ବିଚାର ବିଭାଗୀୟ ବିଚାରପତି (ସିଜେଏମ୍) ରଞ୍ଜିତା ଜ୍ୟୋତିଷି ଦୋଷୀ ଯୁବକଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦାୟ ଅଧିକ ୬ ମାସ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଦଫା ୩୦୭ରେ ୫ ବର୍ଷ, ୩୨୪ରେ ୧ ବର୍ଷ ଓ ୪୨୭ରେ ୬ ମାସ ଜେଲ ଦଣ୍ଡାଦେଶ ଦିଆଯାଇଛି ା ଅଭିଯୁକ୍ତ ହେଲେ ଫୁଲବାଣୀ କ୍ଷେତାପାଜୁ ଗ୍ରାମର ରାଜୀବ ପ୍ରଧାନ ା
ଫୁଲବାଣୀ ବସ୍ଷ୍ଟାଣ୍ଡ ପାଖରେ ଥିବା ଏକ ସ୍କିଲ ଡେଭଲପମେଣ୍ଟ ସେଣ୍ଟରରେ ରାଜୀବ କାମ କରୁଥିଲେ ା କୌଣସି ଏକ କଥାକୁ ନେଇ ସେ ଅଫିସରେ ଲାଗିଥିବା ସିସି ଟିଭି କ୍ୟାମେରା ଓ ଆନୁସଙ୍ଗିକ ଜିନିଷପତ୍ର ଭଙ୍ଗାରୁଜା କରିଥିଲେ। ଏ ନେଇ ଅନୁଷ୍ଠାନର ମାଲିକ ସବ୍ୟସାଚୀ ମାହାକୁଲ ଟାଉନ ଥାନାରେ ଏତଲା ଦେଇଥିଲେ ା ୨୦୧୮ ନଭେମ୍ବର ୧୨ ତାରିଖରେ ଥାନାଧିକାରୀଙ୍କ ନିର୍ଦ୍ଦେଶ ଅନୁସାରେ ତତ୍କାଳୀନ ଏସ୍ଆଇ ତଥା ବର୍ତ୍ତମାନ ଚକାପାଦ ଭାରପ୍ରାପ୍ତ ଥାନାଅଧିକାରୀ ଥିବା ବେହେରା ଅଭିଯୁକ୍ତଙ୍କୁ ଧରିବାକୁ ବସ୍ଷ୍ଟାଣ୍ଡ ପାଖକୁ ଯାଇଥିଲେ ା ହେଲେ ସେଠାରେ ରାଜୀବ ତାଙ୍କୁ ଏକ ଛୁରୀରେ ଆକ୍ରମଣ କରିଥିଲେ ା ଏଥିରେ ବେହେରାଙ୍କ ବେକରେ ଆଘାତ ଲାଗିଥିଲା ା ଏ ନେଇ ଥାନାରେ ଏକ ମାମଲା ରୁଜୁ କରାଯାଇ ରାଜୀବଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ରାଜୀବଙ୍କ ପକ୍ଷରୁ ଷ୍ଟେଟ ଡିଫେନ୍ସ କାଉନସିଲ ଚନ୍ଦ୍ରଶେଖର ମିଶ୍ର ଏବଂ ସରକାରଙ୍କ ପକ୍ଷରୁ ଅତିରିକ୍ତ ପିପି ଧିରେନ କୁମାର ପଟ୍ଟନାୟକ ମାମଲା ପରିଚାଳନା କରୁଥିଲେ ା
ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…
ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…
କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ
କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…
ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ
ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…
ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…
ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ
ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…
ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…
ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…
ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…
Archives

