‘ନିର୍ବାଚନରେ କଳାଧନ ରୋକିବାକୁ ନିଆଯିବ ପଦକ୍ଷେପ’

କଟକ ଅଫିସ,୭ା୩: ଗତ ସାଧାରଣ ନିର୍ବାଚନରେ ବିପୁଳ ପରିମାଣରେ କଳାଧନ ବ୍ୟବହାର ହୋଇଛି। ନିର୍ବାଚନକୁ ପ୍ରଭାବିତ କରିବା ପାଇଁ ନଗଦ ଟଙ୍କା, ନିଶାଦ୍ରବ୍ୟ ଏବଂ ଅଳଙ୍କାର ବଣ୍ଟନ କରାଯାଇଛି। କେଉଁ ରାଜ୍ୟରେ କେତେ ପରିମାଣର କଳାଧନ ବ୍ୟବହାର ହୋଇଥିଲା ସେ ନେଇ ଅନେକ ସୂଚନା ମିଳିଛି। ଫଳରେ ଆଗାମୀ ନିର୍ବାଚନ ସମୟରେ କିଭଳି ଭାବେ କଳାଧନର ବ୍ୟବହାର ରୋକାଯାଇପାରିବ ସେ ସମ୍ପର୍କରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବିଭିନ୍ନ ଏଜେନ୍ସି ଜରିଆରେ କଳାଧନ ଧରପଗଡ଼ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି କଳାଧନ ପ୍ରସଙ୍ଗରେ ଗଠିତ ସ୍ବତନ୍ତ୍ର ଅନୁଧ୍ୟାନକାରୀ ଟିମ୍‌(ଏସ୍‌ଆଇଟି)ର ଉପାଧ୍ୟକ୍ଷ ଜଷ୍ଟିସ୍‌ ଅରିଜିତ ପଶାୟତ। କଟକ ତେଲେଙ୍ଗାବଜାରସ୍ଥିତ ଜଷ୍ଟିସ୍‌ ପଶାୟତଙ୍କ ବାସଭବନରେ ଶନିବାର କଳାଧନ ସମ୍ପର୍କିତ ଏସ୍‌ଆଇଟିର ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଭାରତ ନିର୍ବାଚନ ଆୟୋଗ(ଇସିଆଇ), ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି), ସିବିଆଇ, ରାଜ୍ୟ କ୍ରାଇମ୍‌ବ୍ରାଞ୍ଚ, ଆୟକର ବିଭାଗ, ସେଣ୍ଟ୍ରାଲ୍‌ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍ସ(ସିବିଡିଟି), ସେଣ୍ଟ୍ରାଲ୍‌ ବୋର୍ଡ ଅଫ୍‌ ଇନ୍‌ଡାଇରେକ୍ଟ ଟ୍ୟାକ୍ସ ଆଣ୍ଡ କଷ୍ଟମ୍‌ସ(ସିବିଆଇଟିସି), ଅର୍ଥନୈତିକ ଗୋଇନ୍ଦା ୟୁନିଟ୍‌(ଏଫ୍‌ଆଇୟୁ), ରାଜ୍ୟ ଭିଜିଲାନ୍ସ, ବାଣିଜ୍ୟକର, ଦ୍ରବ୍ୟ ଓ ସେବାକର ଆୟୁକ୍ତଙ୍କ ସହ ପ୍ରାୟ ୧୮ଟି ବିଭାଗର ବରିଷ୍ଠ ଅଧିକାରୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri