Posted inଖେଳ

ଏସ୍‌ଆର୍‌ ଅନ୍‌ଲାଇନ୍‌ ଚେସ୍‌: ମନୀଷ ଚାମ୍ପିୟନ, ତେଜାସ ରନର୍ସଅପ୍‌

ଭୁବନେଶ୍ୱର,୩।୫(କ୍ରୀଡ଼ା ପ୍ରତିନିଧି)-ଶହୀଦ ନଗରସ୍ଥିତ ଏସ୍‌ଆର ଚେସ୍‌ ସେଣ୍ଟରର ୧୪ତମ ପ୍ରତିଷ୍ଠା ଦିବସ ଅବସରରେ ପ୍ରଥମଥରପାଇଁ ଏକ ଅନ୍‌ଲାଇନ୍‌ ଚେସ୍‌ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟଗୋଷ୍ଠୀ ଚେସ୍‌ ବ୍ରୋଞ୍ଜ ପଦକ ବିଜେତା ମନୀଷ କୁମାର (୫ପଏଣ୍ଟ)ଚାମ୍ପିୟନ ଏବଂ ତେଜାସ ଲୋହାନୀ ରନର୍ସଅପ୍‌ ଏବଂ ଆନ୍ଧ୍ରପ୍ରଦେଶର ଶିବାଂଶ ମିଶ୍ର(ଉଭୟେ ୪ ପଏଣ୍ଟ ଲେଖାଏ) ୩ୟ ସ୍ଥାନ ଅଧିକାର କରିଛନ୍ତି। ସୁଇସ୍‌ ପ୍ରଣାଳୀ(ପ୍ରତ୍ୟେକଙ୍କୁ ୧୦ ମିନିଟ ସମୟ)ରେ ଅନୁଷ୍ଠିତ ୫ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତା(ଚେସ୍‌ ଡଟ୍‌ କମ୍‌ରେ ଅଟୋମେଟିକ୍‌ ପେୟାରିଂ)ରେ ମୋଟ ୪୩ ପ୍ରତିଯୋଗୀ ଭାଗ ନେଇଥିଲେ। ଏଥିରେ ରାଜ୍ୟ ଓ ଦେଶ ସମେତ ଆଫ୍ରିକା ଓ ସ୍କଟଲାଣ୍ଡର ପ୍ରତିଯୋଗୀ ମଧ୍ୟ ଅଂଶଗ୍ରହଣ କରିଥିଲେ। ଡ. ମାନସ ରଞ୍ଜନ ମିଶ୍ର(କିମ୍ସ) ଓ ସତ୍ୟଜିତ ପଟ୍ଟନାୟକ ଟୁର୍ନାମେଣ୍ଟ ପରିଚାଳନା କରିଥିଲେ। ପ୍ରକାଶ ଯୋଗ୍ୟ ଯେ, ୨୦୦୬ ଏପ୍ରିଲ ୩୦ ପବିତ୍ର ଅକ୍ଷୟ ତୃତୀୟାରେ ଏସ୍‌ଆର୍‌ ଚେସ୍‌ ସେଣ୍ଟରର ସଭାପତି ଶୁଭାଶିଷ ପଟ୍ଟନାୟକ ଓ ସମ୍ପାଦକ ସତ୍ୟରଞ୍ଜନ ପଟ୍ଟନାୟକଙ୍କ ଉପସ୍ଥିତିରେ ତତ୍‌କାଳୀନ କ୍ରୀଡ଼ାମନ୍ତ୍ରୀ ଦେବାଶିଷ ନାୟକ ଶହୀଦ ନଗର ଶାଖାକୁ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri