ଏସ୍‌ଏଚଜି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ଜଳେଶ୍ୱର, ୧୦।୬(ସ୍ବ.ପ୍ର.)-ମାଇକ୍ରୋ ଫାଇନାନ୍ସ, କେତେକ ବ୍ୟାଙ୍କ ଋଣ ଆଦାୟ ଲାଗି ଏସ୍‌ଏଚ୍‌ଜି ଉପରେ ବାରମ୍ବାର ଜୁଲମ୍‌ କରିବା ବନ୍ଦ କରିବା, ଲକ୍‌ଡାଉନ ଆଇନ ଊଲ୍ଲଂଘନ କରି ଘରକୁ ଆସି ଋଣ କିସ୍ତି ମାଗିବା ଆଦି ୩ ଦଫା ଦାବି ନେଇ ବାଲେଶ୍ୱର ଜିଲାର ଜଳେଶ୍ୱର ଅଞ୍ଚଳର ବହୁ ସ୍ବୟଂ ସହାୟିକା ଗୋଷ୍ଠୀ ବ୍ଲକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓ ଦିପ୍ତିରଞ୍ଜନ ସେଠୀଙ୍କୁ ମଙ୍ଗଳବାର ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସମସ୍ତ ଗୋଷ୍ଠୀଙ୍କୁ ଋଣ ଛାଡ଼ କରିବା, ଯୋଗ୍ୟ ହିତାଧିକାରୀ ଚୟନ କରି ରାଶନକାର୍ଡ ଯୋଗାଇବା, ଜଳେଶ୍ୱର ପୌରପରିଷଦକୁ ମିଶନ ଶକ୍ତିର ସୁବିଧା ଯୋଗାଇବା ଦାବିରେ ଶତାଧିକ ମହିଳା ବ୍ଲକ ସମ୍ମୁଖରେ ବିକ୍ଷୋଭ କରିଥିଲେ। କରୋନାର ଭୟାବହତା ଏବଂ ଶଟ୍‌ଡାଉନ ଓ ଲକ୍‌ଡାଉନ ଯୋଗୁ ଲୋକଙ୍କ ଜୀବନ ଜୀବିକା ଦୁର୍ବିଷହ ହୋଇପଡିଥିବା ବେଳେ ମାଇକ୍ରୋ ଫାଇନାନ୍ସର ଜୁଲମ୍‌ ବେଡି ଉପରେ କୋରଡା ସଦୃଶ ହୋଇଛି ା ବହୁ ସ୍ବୟଂ ସହାୟକ ଗୋଷ୍ଠୀ ସେମାନଙ୍କ ଉପତ୍ାଦିତ ଜିନିଷକୁ ବିକ୍ର କରି ନ ପାରିବା, ମାଇକ୍ରୋ ଫାଇନାନ୍ସର ଜୁଲମ୍‌ ବିରୋଧରେ ସେମାନେ ସ୍ବର ଉତ୍ତୋଳନ କରିଛନ୍ତି। ବ୍ୟାଙ୍କ ପକ୍ଷରୁ ଦିଆଯାଇଥିବା ଋଣ ସାମ୍ପ୍ରତିକ ପରିସ୍ଥିତିରେ ସୁଧ ନ ନେବା ଓ ଋଣର କିସ୍ତି ଆଦାୟ ବନ୍ଦ ରଖିବାକୁ କେନ୍ଦ୍ର ସରକାର ଘୋଷଣା କରିଥିବା ବେଳେ ଏହାକୁ ରାଜ୍ୟରେ କାର୍ଯ୍ୟକାରୀ କରିବାକୁ ସେମାନେ ଦାବି ଜଣାଇଛନ୍ତି ା ସ୍ବୟଂ ସହାୟିକା ଗୋଷ୍ଠୀ ମହାସଂଘ ପକ୍ଷରୁ ରାଧାରାଣୀ ପାତ୍ର, ମାଳତୀ ଦତ୍ତ, ମାଧବୀ ଧଳ, ମମତା ଚୌଧୁରୀ, ବାସନ୍ତୀ ପାଳ, ଲିପିକା କଟାଲ, ସରୋଜିନୀ ରାୟ, କାକଳୀ ଦତ୍ତ, ସୁଷମା ଦେ, ରେବତୀ ପାତ୍ର, ରୁପ୍‌ସାନା ବିବି, ନଜିମା ବିବି, ସାବାନା ବିବି, ବୁଧୁନୀ ସିଂ, ମଂଜୁ ନାୟକ, ଜମୁନା ଜେନା, ରାଇମା ଖାତୁନ୍‌ ଛବି ଦେହୁରୀ ପ୍ରମୁଖଙ୍କ ନେତୃତ୍ୱରେ ଦାବିପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri