ଏସ୍‌ଏଚ୍‌ଜି ଦ୍ୱାରା ଅଣ୍ଡା ଯୋଗାଣ ନିଷ୍ପତିର ପୁର୍ନବିଚାର ଦାବି: ସିଡିପିଓଙ୍କୁ ସ୍ମାରକପତ୍ର

ଦିଗପହଣ୍ଡି,୧୨ା୪(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ଅଧୀନ ୨୬୭ ଅଙ୍ଗନୱାଡ଼ି କେନ୍ଦ୍ରକୁ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀମାନଙ୍କ ଦ୍ୱାରା ଅଣ୍ଡା ଯୋଗାଣ କରିବାକୁ ପ୍ରଶାସନିକ ନିଷ୍ପତ୍ତିର ପୁନର୍ବିଚାର ପାଇଁ ବ୍ଲକ ଅଙ୍ଗନୱାଡ଼ି କର୍ମୀ ସଂଘ ପକ୍ଷରୁ ଦାବି କରାଯାଇଛି। ସଂଘର ସଭାନେତ୍ରୀ ବନିତା ପାତ୍ର ଓ ସମ୍ପାଦିକା ସୁଲୋଚନା ରଥଙ୍କ ନେତୃତ୍ୱରେ ବହୁ ଅଙ୍ଗନୱାଡ଼ି କର୍ମୀ ସିଡିପିଓ ଯଶୋବନ୍ତି ସାହୁଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଅଙ୍ଗନୱାଡ଼ି କେନ୍ଦ୍ରମାନଙ୍କୁ ଆବଶ୍ୟକ ଅଣ୍ଡା ମହିଳା ଏସ୍‌ଏଚ୍‌ଜି ପକ୍ଷରୁ ବିତରଣ ନିମନ୍ତେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଚିଠି ପହଞ୍ଚିବା ପରେ ଏପରି ପ୍ରତିକ୍ରିୟା ପ୍ରକାଶ ପାଇଛି। ଲକ୍‌ଡାଉନ ସମୟରେ ଅଣ୍ଡା ଯୋଗାଣ ଆଦୌ ପ୍ରଭାବିତ ହୋଇ ନ ଥିବା ବେଳେ କ୍ରୟ ଓ ବିତରଣ କ୍ଷମତା ଅଙ୍ଗନୱାଡ଼ି କର୍ମୀଙ୍କ ଠାରୁ କାଢିନେଇ ଏସ୍‌ଏଚ୍‌ଜିକୁ ପ୍ରଦାନ କରିବା ନିଷ୍ପତ୍ତି ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ବ୍ଲକ ଅଙ୍ଗନୱାଡ଼ି କର୍ମୀ ସଂଘ ସଭାନେତ୍ରୀ ପି. ବିଜୟଲକ୍ଷ୍ମୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଟ୍ରାକ୍‌କୁ ହଠାତ୍‌ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍‌ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର…

ଖେମୁଣ୍ଡି କଲେଜରେ ପ୍ରବେଶ ଉତ୍ସବ, ଶୃଙ୍ଖଳା-ନୈତିକ ମୂଲ୍ୟବୋଧ ପାଇଁ ପରାମର୍ଶ

ଦିଗପହାଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ବୁଧବାର ଯୁକ୍ତ ୨ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ ଜଣାଇ “ପ୍ରବେଶ ଉତ୍ସବ–୨୦୨୬”…

ଘରକୁ ଫେରୁଥିବା ବେଳେ କେନାଲରେ ଭାସିଗଲେ ଚାଷୀ, ତାପରେ ଘଟିଲା….

ଦେବଗଡ,୨୯।୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ସରୁଆଳି ଗ୍ରାମ ପଂଚାୟତ ଅନ୍ତର୍ଗତ ମାଦଲିଆ ଗ୍ରାମରେ ଜଣେ ଚାଷୀ କେନାଲରେ ଭାସି ଯାଇଥିଲେ । ଏହାପରେ ଅଗ୍ନଶମ ବିଭାଗ…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ! ପ୍ରବଳ ଇନକମ କରିବେ ୪ ରାଶି, ଅଜଣା ଲୋକ ସାଜିବେ ଦେବଦୂତ!

ମାସ ମାନଙ୍କ ମଧ୍ୟରେ ଶ୍ରାବଣ ମାସ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ମାସ। ଏହି ପବିତ୍ର ମାସ ଆହୁରି ଗୁରୁତ୍ୱପୂର୍ଣ୍ଣ କାରଣ ଅଗଷ୍ଟ ୨୮ରେ ଆଶିଂକ ଚନ୍ଦ୍ରଗ୍ରହଣ ଲାଗିବାକୁ…

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୯ା୭: ବନ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଜିଲାପାଳମାନଙ୍କୁ ସ୍କୁଲ ଛୁଟି ଘୋଷଣା ସମ୍ପର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri