ଏସ୍‌ଏଚ୍‌ଜି ସଦସ୍ୟାଙ୍କୁ ରୋଜଗାର ଦେଉଛି ମାସ୍କ

ଦେବଗଡ,୧୦ା୪(ଡି.ଏନ.ଏ): ଦେବଗଡ଼ ଜିଲା ବାରକୋଟ ବ୍ଲକ ଅଧୀନ କଣ୍ଢଳ ଓ ବଳମ ପଞ୍ଚାୟତର ମା’ ମହାଲକ୍ଷ୍ମୀ, ମା’ ଶୁଭଲକ୍ଷ୍ମୀ, ମା’ ତାରିଣୀ ସ୍ବୟଂ ସହାୟିକା ଗୋଷ୍ଠି ଓ ମହିଳା କିକାଶ ସମିତି ପକ୍ଷରୁ ଶୁକ୍ରବାର କଣ୍ଢଳ ପଞ୍ଚାୟତ ଅଧୀନ ବାଘମୁଣ୍ଡା ଓ ବଳମ ପଞ୍ଚାୟତର ଗୌଡନାଳୀ ଗ୍ରାମରେ ମାସ୍କ ବିତରଣ କରାଯାଇଛି। ଏହି ଅଞ୍ଚଳର ଗରିବ ଓ ଅସହାୟମାନେ ପର୍ଯ୍ୟାପ୍ତ ପରିମାଣର ମାସ୍କ ମିଳୁ ନ ଥିବାରୁ ମାସ୍କ ବ୍ୟବହାରରୁ ବଞ୍ଚିତ ରହୁଥିଲେ। ଏହି ଅଭାବ ପୂରଣ ପାଇଁ ବାଘମୁଣ୍ଡାସ୍ଥିତ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ସହଯୋଗ’ ପକ୍ଷରୁ ଆବଶ୍ୟକ ପରିମାଣର ମାସ୍କ ପ୍ରସ୍ତୁତ କରିବା ପାଇଁ ସମ୍ପୃକ୍ତ ଅଞ୍ଚଳର ସ୍ବୟଂ ସହାୟିକା ଗୋଷ୍ଠୀ ଓ ମହିଳା କିକାଶ ସମିତିକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ଏହି ଅର୍ଥରେ ଉପରୋକ୍ତ ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ ଦିନକୁ ପ୍ରାୟ ୧୫୦ରୁ ୨୦୦ଟି ଲେଖାଏଁ ମାସ୍କ ସିଲେଇ କରି ବ୍ୟବହାର ଉପେଯାଗୀ କରିଥିଲେ। ଏହି ମାସ୍କ ଗୁଡିକ ଉକ୍ତ ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ କଣ୍ଢଳ ପଞ୍ଚାୟତ ଅଧୀନ ବାଘମୁଣ୍ଡା ଓ ବଳମ ପଞ୍ଚାୟତର ଗୌଡନାଳୀ ଗ୍ରାମର ଗରିବ ଓ ଅସହାୟ ଲୋକଙ୍କୁ ମାଗଣାରେ ବିତରଣ କରିଛନ୍ତି। ଅବଶିଷ୍ଟ ମାସ୍କଗୁଡିକୁ ଲୋକଙ୍କୁ ମାତ୍ର ୧୦ ଟଙ୍କା ଦରରେ ଯୋଗାଇ ଦିଆଯାଉଛି ବୋଲି ସରସ୍ବତୀ କିଷାନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri