ଏସ୍‌ଏଚ୍‌ଜିଙ୍କ ଦ୍ୱାରା ଧାନକିଣାକୁ ବିରୋଧ କରି ରାସ୍ତା ଅବରୋଧ : ବିଧାୟକଙ୍କ ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ

ଜୟପୁର,୨୮।୮(ନି.ପ୍ର.): କୋରାପୁଟ ଜିଲା ଜୟପୁର ବ୍ଲକ ଜାମୁଣ୍ଡା ଓ କଙ୍ଗା ପଞ୍ଚାୟତର ଶତାଧିକ ଚାଷୀ ବୁଧବାର ୨୬ନଂ. ଜାତୀୟ ରାଜପଥର କୁମୁଲିପୁଟଠାରେ ରାସ୍ତା ଅବରୋଧ କରିଛନ୍ତି ା ଏସ୍‌ଏଚ୍‌ଜିଙ୍କ ଦ୍ୱାରା ଧାନକିଣାକୁ ବିରୋଧ କରି ଏହି ରାସ୍ତା ଅବରୋଧ ହୋଇଛି।
ଚାଷୀମାନଙ୍କ ଅଭିଯୋଗ ଅନୁଯାୟୀ, ଚଳିତବର୍ଷ ମଣ୍ଡି ଧାନ କ୍ରୟ କରିବା ନିମନ୍ତେ ଲ୍ୟାମ୍ପ୍‌ସ ପରିବର୍ତ୍ତେ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସରକାର ଦାୟିତ୍ୱ ଦେଇଛନ୍ତି ା ଏ ନେଇ ଚାଷୀ ନିୟମିତ ଧାନ ବିକ୍ରୟ ଏବଂ ଟଙ୍କା ଠିକ୍‌ ସମୟରେ ପାଇବା ନିମନ୍ତେ ଅସୁବିଧାର ସମ୍ମୁଖୀନ ହେଉଥିବା କହିଛନ୍ତି। ତେଣୁ ପୂର୍ବପରି ଲ୍ୟାମ୍ପ୍‌ସ ଜରିଆରେ ଧାନ କ୍ରୟ କରିବାକୁ ସେମାନେ ଦାବି କରିଥିଲେ ସୁଦ୍ଧା କୌଣସି ସୁଫଳ ମିଳି ନ ଥିଲା। ତେଣୁ ସେମାନେ ବାଧ୍ୟହୋଇ ୩ ଘଣ୍ଟା ଧରି ରାସ୍ତା ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ବିଧାୟକ ତାରା ପ୍ରସାଦ ବାହିନୀପତି, ଉପଜିଲାପାଳ ଲୋକନାଥ ଦଳବେହେରା ପହଞ୍ଚି ଚାଷୀଙ୍କ ସହ ଆଲୋଚନା କରିଥିଲେ। ଜିଲାପାଳଙ୍କ ସହ ଆଲୋଚନା କରି ଦାବି ପୂରଣ ଲାଗି ପ୍ରତିଶ୍ରୁତି ଦେବା ପରେ ଚାଷୀମାନେ ଆନ୍ଦୋଳନରୁ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ମରୈଗାଁରେ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ, ରକ୍ତଦାନ କଲେ…

ହାଟଡିହୀ/ଛେନାପଦୀ,୧୫।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ସତ୍ୟସାଇ ସେବା ସଂଗଠନ ତରଫରୁ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଛି । ଉକ୍ତ…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri