ଏସ୍‌ଏନ୍‌ସିୟୁରେ ନର୍ସଙ୍କ ଟିକ୍‌ଟକ ମାନିଆ: ୪ ନର୍ସଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଗଲା

ମାଲକାନଗିରି, ୨୭।୬(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ବତନ୍ତ୍ର ନବଜାତ ଶିଶୁ ଯତ୍ନ ୟୁନିଟ୍‌ରେ କାର୍ଯ୍ୟରତ ନର୍ସମାନେ ଟିକ୍‌ଟକ କରୁଥିବା ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ବିଭାଗ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଭାଇରାଲ ଭିଡ଼ିଓରେ ଥିବା ନର୍ସଙ୍କୁ କାରଣ ଦଶର୍ର୍ାଅ ନୋଟିସ ଜାରି କରାଯାଇଥିଲା। ସେମାନେ ଗୁରୁବାର ଏହାର ଜବାବ ଦାଖଲ କରଛନ୍ତି। ଘଟଣାର ତଦନ୍ତ ଶେଷ ନ ହେବା ପର୍ଯ୍ୟନ୍ତ ସେମାନଙ୍କୁ ବାଧ୍ୟତାମୂଳକ ଛୁଟିରେ ରହିବାକୁ ସିଡିଏମ୍‌ଓ ଡାକ୍ତର ଅଜିତ କୁମାର ମହାନ୍ତି ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଅନୁଯାୟୀ, ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟର ଏସ୍‌ଏନ୍‌ସିୟୁ ଭିତରେ ଟିକ୍‌ଟକ୍‌ ଆପରେ ନର୍ସମାନେ ନାଚ କରିବା ସହ ନବଜାତଙ୍କ ସହ ମଜାମସ୍ତି କରୁଥିବା ଭିଡିଓ ଭାଇରାଲ୍‌ ହୋଇଥିଲା। ଏହାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଥିଲା। ଏସ୍‌ଏନ୍‌ସିୟୁ ଭଳି ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ କାର୍ଯ୍ୟରତ ନର୍ସମାନଙ୍କ ଏତାଦୃଶ କାର୍ଯ୍ୟକୁ ନାପସନ୍ଦ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ବଂଶଧାରା ନଦୀରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଗୁଣପୁର ୩।୯( ସୁଜାତା ପାଢ଼ୀ): ରାୟଗଡା ଜିଲା ଗୁଣପୁର ବଂଶଧାରା ନଦୀ ବିକ୍ରମପୁର ତୁଠରେ ଗାଧୋଇବାକୁ ଯାଇ ନିଖୋଜ ବ୍ୟକ୍ତିକୁ ମାଛଖୁଣ୍ଟି ଠାରେ ଗୁରୁବାର ସkରେ ଉଦ୍ଧାର…

କେବଳ ଚାକିରି ନୁହେଁ, ରୋଜଗାରଦାତା ହୁଅନ୍ତୁ: ସ୍ବଦେଶୀ ଜାଗରଣ ମଞ୍ଚର ଆହ୍ବାନ

କଲ୍ୟାଣସିଂହପୁର/ରାୟଗଡ଼ା, ୩।୯(ଦୀପକ କୁମାର ପରିଡା): ସ୍ବଦେଶୀ ଜାଗରଣ ମଞ୍ଚ ରାୟଗଡ଼ା ଜିଲା ପକ୍ଷରୁ ଚାଲିଥିବା ‘ସ୍ବାବଲମ୍ବୀ ଭାରତ ଅଭିଯାନ’ (୨୧ ଅଗଷ୍ଟରୁ ୨ ଅକ୍ଟୋବର) ପରିପ୍ରେକ୍ଷୀରେ ସ୍ଥାନୀୟ…

କଲ୍ୟାଣସିଂହପୁରରେ ଆମ୍ବେଦକର ଯୁବମଞ୍ଚର ନୂତନ କମିଟି, ବାବାସାହେବ…..

କଲ୍ୟାଣସିଂହପୁର,୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସ୍ଥିତ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ‘ଆମ୍ବେଦକର ଯୁବମଞ୍ଚ’ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇ ନୂତନ କମିଟି ଗଠନ…

ଜଙ୍ଗଲରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ

ଗୁଣପୁର,୩ା୯(ସୁଜାତା ପାଢ଼ୀ): ଜଙ୍ଗଲରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା ଗୁଣପୁର ବ୍ଲକ୍ ଗଠଳପଦର ପଞ୍ଚାୟତ କାକିତାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri