ଏସ୍‌ଏଫ୍‌ଆଇଓକୁ ଡିଏଚ୍‌ଏଫ୍‌ଏଲ୍‌ ତଦନ୍ତ ଭାର

ନୂଆଦିଲ୍ଲୀ,୨-୧୧: ଦଓ୍ବୋନ ହାଉସିଂ ଫାଇନାନ୍ସ ଲିମିଟେଡ(ଡିଏଚ୍‌ଏଫ୍‌ଏଲ୍‌) ଆର୍ଥତ୍କ ଅନୀୟମିତତା ମାମଲାର ତଦନ୍ତ ଭାର ସିରିୟସ ଫ୍ରଡ ଇନଭେଷ୍ଟିଗେସନ ଲିମିଟେଡ(ଏସ୍‌ଏଫ୍‌ଆଇଓ)କୁ ସରକାର ପ୍ରଦାନ କରିଛନ୍ତି। ଏହି ମାମଲାରେ ଅର୍ଥ ହେରଫେର ନେଇ ସୁରାକ ପାଇବା ପରେ ଏଭଳି ନିର୍ଦ୍ଦେଶ ସରକାର ଦେଇଥିବା ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଏହି କମ୍ପାନୀ ବିରୋଧରେ ୩୧,୦୦୦ କୋଟି ଟଙ୍କାର ବେଆଇନ ଅର୍ଥ କାରବାର ମାମଲା ସାମ୍ନାକୁ ଆସିଛି। ରେଜିଷ୍ଟ୍ରାର ଅଫ୍‌ କମ୍ପାନୀଜ ପ୍ରଥମେ ଏହି ଘଟଣା ଉପରେ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟକୁ ସୂଚାଇଥିଲା। ପରେ ମନ୍ତ୍ରଣାଳୟ ଏହା ଉପରେ ତଦନ୍ତ କରିଥିଲା। ସେହିଭଳି କେପିଏମ୍‌ଜି ପକ୍ଷରୁ ହୋଇଥିବା ଏକ ଫୋରେନସିକ ଅଡିଟରୁ ପ୍ରମୋଟରଙ୍କ ଅର୍ଥ ହେରଫେର ଘଟଣା ସାମ୍ନାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri