ଏସ୍‌ଟିଏଫ୍‌ ଅଭିଯାନ ପରେ ଚେତିଲା କମିଶନରେଟ୍‌ ପୋଲିସ: ହଳଦୀପଡ଼ିଆ ବସ୍ତିରେ ୬ ନିଶା ବ୍ୟବସାୟୀଙ୍କ ଘର ଭାଙ୍ଗିଲା

କଟକ ରୋଡ, ୨୯।୭(ଡି.ଏନ୍‌.ଏ.): ରାଜଧାନୀର ଲକ୍ଷ୍ମୀସାଗର ଥାନା ପଛପଟେ ଥିବା ହଳଦୀପଡ଼ିଆ ବସ୍ତିରେ ବେଧଡ଼କ ବ୍ରାଉନ୍‌ସୁଗାର ବ୍ୟବସାୟ ଚାଲିଛି। ଦୀର୍ଘ ୧୦ବର୍ଷ ଧରି ଏଭଳି ବେଆଇନ ବ୍ୟବସାୟ ବଢ଼ି ଚାଲିଥିବା ବେଳେ କମିଶନରେଟ ପୋଲିସ ଏହା ଉପରେ ରୋକ ଲଗାଇପାରୁ ନ ଥିଲା। ଗତ କିଛିଦିନ ପୂର୍ବେ ଖୋର୍ଦ୍ଧା ଗୁରୁଜଙ୍ଗ ଅଞ୍ଚଳରେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କ ଜବରଦଖଲ ଘର ଏସ୍‌ଟିଏଫ୍‌ (ସ୍ପେଶାଲ ଟାସ୍କ ଫୋର୍ସ) ଭାଙ୍ଗିବା ପରେ ଭୁବନେଶ୍ୱର ପୋଲିସ ଶେଷରେ ହଳଦୀପଡ଼ିଆ ବସ୍ତିରେ ସୋମବାର ୬ ନିଶା ବ୍ୟବସାୟୀଙ୍କ ଘର ଭାଙ୍ଗିବା ପାଇଁ ପଦକ୍ଷେପ ନେଇଛି। ଏ ନେଇ ସୋମବାର ପୂର୍ବାହ୍ନ ପ୍ରାୟ ୧୧ଟାରେ କମିଶନରେଟ ପୋଲିସ ଅଧିକାରୀଙ୍କ ସହ ବିଡିଓ ବସ୍ତିରେ ପହଞ୍ଚି କ୍ରମାନ୍ବୟ ଭାବେ ଘର ଭାଙ୍ଗିବା ଆରମ୍ଭ କରିଥିଲା। ତେବେ ପୋଲିସର ଏଭଳି ଘଟଣାକୁ ବସ୍ତିବାସିନ୍ଦା କିଛି ମାତ୍ରାରେ ସମର୍ଥନ କରୁଥିବା ବେଳେ ଏହି ପଦକ୍ଷେପ ନେବାରେ ବହୁ ବିଳମ୍ବ ଘଟିଲା ବୋଲି ହଳଦୀପଡ଼ିଆ ବସ୍ତି ସଭାପତି ମନସୁର ଖାନ୍‌ କହିଛନ୍ତି। ଅନ୍ୟପକ୍ଷରେ ସ୍ଥାନୀୟ ବସ୍ତିବାସିନ୍ଦା ରାମସିଂଙ୍କ କହିବା ଅନୁଯାୟୀ କେବଳ ୬ ନୁହେଁ ବରଂ ଆହୁରି ୨୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ବ୍ରାଉନ୍‌ସୁଗାର ବ୍ୟବସାୟରେ ସାମିଲ ଅଛନ୍ତି। ସେମାନଙ୍କ ଉପରେ ମଧ୍ୟ ଆଗାମୀ ଦିନରେ କାର୍ଯ୍ୟାନୁଷ୍ଠାନ ନେବା ଜରୁରୀ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri