ଏସ୍‌ଡବ୍ଲ୍ୟୁଏମ୍‌ ପ୍ରକଳ୍ପ ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

ବ୍ରହ୍ମପୁର ଅଫିସ,୨୧ା୪-ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ନିର୍ମାଣାଧୀନ ଥିବା କଠିନ ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପ(ଏସ୍‌ଡବ୍ଳ୍ୟୁଏମ) କାର୍ଯ୍ୟର ଏକ ସମୀକ୍ଷା ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ବିଏମ୍‌ସି କାର୍ଯ୍ୟାଳୟ ସ୍ବତନ୍ତ୍ର ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କ ଅଧ୍ୟକ୍ଷତାରେ ବୈଠକ ଆୟୋଜିତ ହୋଇଥିଲା। ଏଥିରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବ ଜି.ମାଥିଭାତାନନ୍‌ ଯୋଗଦେଇଥିଲେ ।

ସହରରୁ ବାହାରୁଥିବା ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ମହୁଡାଠାରେ ନିର୍ମାଣାଧୀନ ଥିବା କଠିନ ବର୍ଜ୍ୟବସ୍ତୁ ପ୍ରକଳ୍ପ  କାର୍ଯ୍ୟ ଉପରେ ସଚିବ ସମୀକ୍ଷା କରିଥିଲେ। ମହୁଡାରେ ୪୨ କୋଟି ଟଙ୍କା ବ୍ୟୟରେ ୩୪ ଏକର ଅଞ୍ଚଳରେ ନିର୍ମାଣାଧୀନ ଏହି ପ୍ରକଳ୍ପକୁ ଆସନ୍ତା ନଭେମ୍ବର ସୁଦ୍ଧା କାର୍ଯ୍ୟକ୍ଷମ କରାଯିବା ଉପରେ ସଚିବ ଗୁରୁତ୍ୱ ଦେଇଥିଲେ। ଏହାବ୍ୟତୀତ ମହାନଗରକୁ ପ୍ଲାଷ୍ଟିକ, ପଲିଥିନ ମୁକ୍ତ ସହରରେ ପରିଣତ କରିବା ଉପରେ ଧ୍ୟାନ ଦେବା ସହ ଚଢାଉକୁ ଜୋର୍‌ଦାର କରିବାକୁ କହିଥିଲେ। ସହରରୁ ବାହାରୁଥିବା ପ୍ଲାଷ୍ଟିକ ଆବର୍ଜନାର ପୁନଃଚକ୍ରଣ ପଦ୍ଧତି, ସେପ୍ଟେଜ ବିଶୋଧନାଗାରେ ହେଉଥିବା ମଳ ପରିଚାଳନା ଉପରେ ବିିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ା

ଏହାପରେ ବ୍ରହ୍ମପୁରରେ ଖରାଦିନେ ଉତ୍କଟ ହେଉଥିବା ଜଳସଙ୍କଟର ସମାଧାନ ନେଇ ଜନସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ା ଚଳିତ ଖରାଦିନେ ସହରବାସୀଙ୍କ ଜଳକଷ୍ଟ ଦୂର କରିବା ଦିଗରେ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବା ନେଇ ସେ ବୈଠକରେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର(ଆରଡିସି) ଟି. ଆଓ, ମ୍ୟୁନିସିପାଲ ଆଡମିନିଷ୍ଟ୍ରେଟର ସଂଗ୍ରାମଜିତ ନାୟକ, ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ସମେତ ପରିବେଶ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ଜନସ୍ବାସ୍ଥ୍ୟ ବିଭାଗର ନିର୍ବାହୀଯନ୍ତ୍ରୀ ଓ ବିଏମ୍‌ସିର ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri