ଏସ୍‌ଡିଆଇ ସ୍ଥାୟୀ କ୍ୟାମ୍ପସ ଲୋକାର୍ପିତ

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ଖୋର୍ଦ୍ଧା ଜିଲା ଜଟଣୀ ତରାବୋଇଠାରେ ଦକ୍ଷତା ବିକାଶ ପ୍ରତିଷ୍ଠାନ (ଏସ୍‌ଡିଆଇ)ର ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ ଓ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କେମିକାଲ ଟେକ୍ନୋଲୋଜି (ଆଇସିଟି)-ଇଣ୍ଡିଆନ ଅଏଲ କର୍ପୋରେଶନ (ଆଇଓସି) ଭୁବନେଶ୍ୱର ନୂଆ କ୍ୟାମ୍ପସର ଭୂମିପୂଜନ ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସ୍‌ଡିଆଇକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରି କହିଛନ୍ତି, ଏହି ଅନୁଷ୍ଠାନ ଓଡ଼ିଶାର ଯୁବପିଢ଼ିଙ୍କୁ ତାଲିମ ଓ ନିଯୁକ୍ତି କ୍ଷେତ୍ରରେ ଉତ୍କର୍ଷ ପ୍ରଦାନ କରିବ। ସେହିପରି ରାଜ୍ୟ ସରକାରଙ୍କ ଦ୍ୱାରା ଯୋଗାଇ ଦିଆଯାଇଥିବା ଜମିରେ ଆଇସିଟି-ଆଇଓସିର ନୂଆ କ୍ୟାମ୍ପସର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବାକୁ ଯାଉଥିବାରୁ ମୁଁ ଖୁସି। ଉଜ୍ୱଳ ଶୈକ୍ଷିକ ପ୍ରଦର୍ଶନ ପାଇଁ ହି ଅନୁଷ୍ଠାନ ପରିଚିତ ଥିବାବେଳେ ଏହା ରସାୟନିକ ପ୍ରଯୁକ୍ତିବିଦ୍ୟା ଏବଂ ଅନୁଗାମୀ କ୍ଷେତ୍ରରେ ଉଚ୍ଚମାନର ବୈଷୟିକ ଶିକ୍ଷା ପ୍ରଦାନ କରିବ। ଏହି ଦୁଇ ପ୍ରତିଷ୍ଠାନ ଓଡ଼ିଶାରେ ଶିଳ୍ପ ପରିସଂସ୍ଥାକୁ ମୂଲ୍ୟଯୁକ୍ତ କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏସ୍‌ଡିଆଇର ଲୋକାର୍ପଣ କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ କହିଲେ, ଦେଶରେ ଶିକ୍ଷାର ଗୁଣାତ୍ମକମାନ କିଭଳି ରହିବ ଏବଂ ଓଡ଼ିଶାର ପିଲାମାନେ କିଭଳି ସାମଗ୍ରିକ ଭାବେ ଏହାର ଲାଭ ପାଇପାରିବେ ସେନେଇ ବ୍ୟାପକ ଯୋଜନା ପ୍ରସ୍ତୁତ ହେଉଛି। ଛାତ୍ରୀଛାତ୍ରମାନେ କୁଶଳୀ ମାଧ୍ୟମରେ ହିଁ ସ୍ବାବଲମ୍ବୀ ସହ ଆତ୍ମନିର୍ଭର ହୋଇପାରିବେ। ଦେଶବାସୀଙ୍କୁ ସମର୍ପିତ ଭୁବନେଶ୍ୱର ଦକ୍ଷତା ବିକାଶ କେନ୍ଦ୍ର ରାଷ୍ଟ୍ରୀୟ ଏବଂ ବିଶ୍ୱ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କୁ ପ୍ରଶିକ୍ଷଣ ଦ୍ୱାରା ଉଦ୍ୟମିତା ବିକାଶ ଜରିଆରେ ସ୍ବରୋଜଗାରର ମାଧ୍ୟମ ଦେଇପାରିବ। ଓଡ଼ିଶାର ଛାତ୍ରୀଛାତ୍ର ବିଶେଷ ଉପକୃତ ହେବେ। ପ୍ରତିଷ୍ଠାନ ପରିସରରେ ଅତ୍ୟାଧୁନିକ ସ୍ପୋଟର୍‌ସ କମ୍ପ୍ଲେକ୍ସ ନିର୍ମାଣ ହେବ। ଏହି ଅନୁଷ୍ଠାନ ଆଗାମୀ ବର୍ଷରେ ଦକ୍ଷତା ବିକାଶ କ୍ଷେତ୍ରରେ ନୂଆ କୀର୍ତ୍ତିମାନ ସ୍ଥାପନ କରିବ ବୋଲି ମନ୍ତ୍ରୀ ପ୍ରଧାନ କହିଛନ୍ତି।
୨୦୧୬ରୁ ଭୁବନେଶ୍ୱର ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଏସ୍‌ଡିଆଇର ଅସ୍ଥାୟୀ କ୍ୟାମ୍ପସ କାର୍ଯ୍ୟ କରୁଥିବାବେଳେ ୨୦୧୮ରେ ତରାବୋଇଠାରେ ଏହାର ସ୍ଥାୟୀ କ୍ୟାମ୍ପସ ନିର୍ମାଣ ପାଇଁ ରାଷ୍ଟ୍ରପତି ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଲୋକାର୍ପିତ ହୋଇଥିବା ଏସ୍‌ଡିଆଇର ନୂଆ କ୍ୟାମ୍ପସର ଭିତ୍ତିଭୂମିକୁ ଅତ୍ୟାଧୁନିକ କରାଯାଇଛି। ଏଠାରେ ୧ ହଜାର ଛାତ୍ରୀଛାତ୍ର ଓ ୨୦୦ ଶିକ୍ଷୟିତ୍ରୀଶିକ୍ଷକ ରହିବାର ବ୍ୟବସ୍ଥା ରହିଛି। ସ୍ମାର୍ଟ କ୍ଲାସ୍‌ରୁମ ସହ ୱାର୍କଶପ୍‌କୁ ମଧ୍ୟ ବିକଶିତ କରାଯାଇଛି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ହରଦୀପ ସିଂ ପୁରୀ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ରାଷ୍ଟ୍ରମନ୍ତ୍ରୀ ରାମେଶ୍ୱର ତେଲି, ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଏବଂ ଇଣ୍ଡିଆନ ଅଏଲର ଚେୟାରମ୍ୟାନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?