Posted inଖେଳ

ଏସ୍‌ଡିସି କପ୍‌ ୨୦୨୦: ମହିଳା, ପୁରୁଷ ବର୍ଗରେ ସୁନ୍ଦରଗଡ଼ ଚାମ୍ପିୟନ

କଟକ ଅଫିସ,୬ା୩-  ରାଜ୍ୟ ସରକାରଙ୍କ ସ୍ପେସାଲ ଡେଭଲପମେଣ୍ଟ କାଉନସିଲ(ଏସ୍‌ଡିସି) ଓ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ)ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏସ୍‌ଡିସି କପ୍‌-୨୦୨୦ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ବାରବାଟୀ ଷ୍ଟାଡିୟମରେ ଉଭୟ ପୁରୁଷ ଓ ମହିଳା ବର୍ଗର ଫାଇନାଲ ଖେଳା ଯାଇଥିଲା। ଏଥିରେ ସୁନ୍ଦରଗଡ଼ ଉଭୟ ବର୍ଗରେ ଚାମ୍ପିୟନ ହୋଇଛି।
ମହିଳା ବର୍ଗର ଫାଇନାଲରେ ସୁନ୍ଦରଗଡ଼ ୨-୦ ଗୋଲରେ ରାଇରଙ୍ଗପୁରକୁ ପରାସ୍ତ କରିଥିଲା। ପ୍ରଥମାର୍ଦ୍ଧର ୩୭ତମ ମିନିଟରେ ଅଞ୍ଜଳି ବରୁଆ ଓ ଦ୍ୱିତୀୟାର୍ଦ୍ଧର ୬୭ତମ ମିନିଟରେ ରଜନୀ ହାଁସଦା ସୁନ୍ଦରଗଡ଼ ପକ୍ଷରୁ ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ। ପୁରୁଷ ବର୍ଗର ଫାଇନାଲ ମୁକାବିଲା ସୁନ୍ଦରଗଡ଼ ଓ ବାରିପଦା ମଧ୍ୟରେ ହୋଇଥିଲା। ଏହି ମ୍ୟାଚ୍‌କୁ ସୁନ୍ଦରଗଡ଼ ୪-୧ ଗୋଲରେ ଜିତିଛି। ପ୍ରଥମାର୍ଦ୍ଧର ୬ଷ୍ଠ ମିନିଟରେ କିଶୋର ଖାଡ଼ିଆ ସୁନ୍ଦରଗଡ଼ ନିମନ୍ତେ ପ୍ରଥମ ଗୋଲ ଦେଇଥିଲେ। ପରେ ମୁକେଶ ମିଞ୍ଜ ୩୦ତମ ମିନିଟରେ ଓ ମହେଶ ପ୍ରଧାନ ୪୩ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେବା ଫଳରେ ପ୍ରଥମାର୍ଦ୍ଧର ଖେଳରେ ସୁନ୍ଦରଗଡ଼ ୩-୦ରେ ଅଗ୍ରଣୀ ନେଇଥିଲା। ଦ୍ୱିତୀୟାର୍ଦ୍ଧର ୫୪ତମ ମିନିଟରେ ଗୋଟିଏ ଗୋଲ ସୁଝିଥିଲା ବାରିପଦା। ଦୁର୍ଗା ପ୍ରସାଦ ନାୟକ ଏହି ଗୋଲ ସ୍କୋର କରିଥିଲେ। ୬୦ତମ ମିନିଟରେ ସୁନ୍ଦରଗଡ଼ର କିଶୋର ବ୍ୟକ୍ତିଗତ ଦ୍ୱିତୀୟ ଗୋଲ ଦେବା ସହିତ ଦଳକୁ ୪-୧ରେ ଅଗ୍ରଣୀ କରାଇଥିଲେ। ଅବଶିଷ୍ଟ ସମୟରେ କୌଣସି ଗୋଲ ନହେବାରୁ ସୁନ୍ଦରଗଡ଼ ବିଜୟ ହାସଲ କରିଛି। ପୁରୁଷ ବର୍ଗରେ ମୋହନ ମାଝୀ ଓ ମହିଳା ବର୍ଗରେ ମୁନିକା ମିଞ୍ଜ ଫାଇନାଲ ମ୍ୟାଚର ଶ୍ରେଷ୍ଠ ଖେଳାଳି ଭାବେ ପୁରସ୍କୃତ ହୋଇଥିଲେ। ସେହିପରି ପୁରୁଷ ବର୍ଗରେ କିଶୋର ଖାଡ଼ିଆ ଓ ମହିଳା ବର୍ଗରେ ଡିଗି ମାଝୀ ଟୁର୍ନାମେଣ୍ଟର ଶ୍ରେଷ୍ଠ ଖେଳାଳି, ପୁରୁଷ ବର୍ଗରେ ଭଗରାଇ ହେମ୍ବ୍ରମ ଓ ମହିଳା ବର୍ଗରେ ଜ୍ୟୋତ୍ସ୍ନା ଟପ୍ପୋ ଶ୍ରେଷ୍ଠ ଗୋଲକିପର ଭାବେ ପୁରସ୍କୃତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଜୟୀ ଦଳକୁ ପୁରସ୍କୃତ କରିଥିଲେ। ଭାରତୀୟ ଫୁଟବଲ ଦଳର ପୂର୍ବତନ ଅଧିନାୟକ ବାଇଚୁଙ୍ଗ ଭୁତିଆ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ଏହି ପ୍ରଚେଷ୍ଟାକୁ ପ୍ରଶଂସା କରିଥିଲେ। ଅନୁସୂଚିତ ଜାତି ଓ ଜନଜାତି ବିକାଶ, ସଂଖ୍ୟାଲଘୁ, ପଛୁଆବର୍ଗ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା, କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା, ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ପ୍ରମୁଖ ସଚିବ ରଞ୍ଜନା ଚୋପ୍ରା, ଏସ୍‌ଡିସି ଉପଦେଷ୍ଟା ସୁଜିତ କୁମାର, ଓସିଏ ସମ୍ପାଦକ ସଞ୍ଜୟ ବେହେରା, ଫାଓ ସମ୍ପାଦକ ଆଶୀର୍ବାଦ ବେହେରା ଅତିଥି ଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri