ଏସ୍‌ବିଆଇ ଏଟିଏମ୍‌ ଭାଙ୍ଗି ଲୁଟ୍‌ ଉଦ୍ୟମ: ନାହାନ୍ତି ସୁରକ୍ଷା କର୍ମୀ, ସିିସି କ୍ୟାମେରା ଅଚଳ

ନିରାକାରପୁର,୨୫ା୪(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥ କାଜ ନିକଟ ନୂଆ ଜଗନ୍ନାଥ ଜାତୀୟ ରାଜପଥ ପାର୍ଶ୍ୱ ଏସ୍‌ବିଆଇ ଏଟିଏମ୍‌ରୁ ଟଙ୍କା ଲୁଟ୍‌ ଉଦ୍ୟମ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ର୍ବୃତ୍ତ ଏଟିଏମ୍‌ଟି ଭାଙ୍ଗି ଏଥିରେ ଥିବା ଟଙ୍କା ଲୁଟିବା ପାଇଁ ଉଦ୍ୟମ କରି ବିଫଳ ହୋଇଛି। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ନିରାକାରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ, ଏହି ଏଟିଏମ୍‌ରେ ୩ ଥର ଦୁର୍ବୃତ୍ତମାନେ ଲୁଟ୍‌ ଉଦ୍ୟମ କରିଛନ୍ତି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ବ୍ୟାଙ୍କ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବା ଲୋକେ କହିଛନ୍ତି। ଏହି ଅଞ୍ଚଳରେ ୭ଟି ଏଟିଏମ୍‌ ସେଣ୍ଟର ରହିଥିବାବେଳେ ୬ଟିରେ ସୁରକ୍ଷା କର୍ମୀ ନାହାନ୍ତି ା ସିସି କ୍ୟାମେରା ମଧ୍ୟ ଅଚଳ ହୋଇପଡ଼ିଛି। ତେଣୁ ଲୁଟେରାଙ୍କୁ ଏଭଳି ପରିସ୍ଥିତି ସୁଯୋଗ ଦେଉଛି ଏବଂ ବାରମ୍ବାର ଏଭଳି ଅସାମାଜିକ କାର୍ଯ୍ୟକଳାପ କରିବାରେ ଲାଗିଛନ୍ତି ବୋଲି କିଛି ଗ୍ରାହକ ମତବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ, ମାତ୍ର କିଛି ମାସ ତଳେ ଏଠାରେ ଗୋଟିଏ ଏଟିଏମ୍‌କୁ କଟର୍‌ ମେଶିନ୍‌ରେ କାଟି ପ୍ରାୟ ୧୨ ଲକ୍ଷ ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଥିଲେ। ଏ ଘଟଣା ନେଇ କିଛିଦିନ ହୋହଲ୍ଲା ଓ ଅଭିଯୋଗ ପରେ ଯଥା ପୂର୍ବଂ ତଥା ପର ଅବସ୍ଥା ଦେଖାଦେଇଛି। ଉଲ୍ଲେଖଯୋଗ୍ୟ କି, ଲୁଟ୍‌ ଉଦ୍ୟମ କରାଯାଇଥିବା ଏଟିଏମ୍‌ଟି ଥାନାଠାରୁ ପ୍ରାୟ ୨ଶହ ମିଟର ଦୂରତା ମଧ୍ୟରେ ରହିଥିବାବେଳେ ବାରମ୍ବାର ଏହା କିପରି ଘଟୁଛି ସେ ନେଇ ସାଧାରଣରେ ସନ୍ଦେହ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri