ଏସ୍‌ବିଆଇ ଏଟିଏମ୍‌ ଭାଙ୍ଗି ଲୁଟ୍‌ ଉଦ୍ୟମ: ନାହାନ୍ତି ସୁରକ୍ଷା କର୍ମୀ, ସିିସି କ୍ୟାମେରା ଅଚଳ

ନିରାକାରପୁର,୨୫ା୪(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥ କାଜ ନିକଟ ନୂଆ ଜଗନ୍ନାଥ ଜାତୀୟ ରାଜପଥ ପାର୍ଶ୍ୱ ଏସ୍‌ବିଆଇ ଏଟିଏମ୍‌ରୁ ଟଙ୍କା ଲୁଟ୍‌ ଉଦ୍ୟମ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ର୍ବୃତ୍ତ ଏଟିଏମ୍‌ଟି ଭାଙ୍ଗି ଏଥିରେ ଥିବା ଟଙ୍କା ଲୁଟିବା ପାଇଁ ଉଦ୍ୟମ କରି ବିଫଳ ହୋଇଛି। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ନିରାକାରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ, ଏହି ଏଟିଏମ୍‌ରେ ୩ ଥର ଦୁର୍ବୃତ୍ତମାନେ ଲୁଟ୍‌ ଉଦ୍ୟମ କରିଛନ୍ତି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ବ୍ୟାଙ୍କ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବା ଲୋକେ କହିଛନ୍ତି। ଏହି ଅଞ୍ଚଳରେ ୭ଟି ଏଟିଏମ୍‌ ସେଣ୍ଟର ରହିଥିବାବେଳେ ୬ଟିରେ ସୁରକ୍ଷା କର୍ମୀ ନାହାନ୍ତି ା ସିସି କ୍ୟାମେରା ମଧ୍ୟ ଅଚଳ ହୋଇପଡ଼ିଛି। ତେଣୁ ଲୁଟେରାଙ୍କୁ ଏଭଳି ପରିସ୍ଥିତି ସୁଯୋଗ ଦେଉଛି ଏବଂ ବାରମ୍ବାର ଏଭଳି ଅସାମାଜିକ କାର୍ଯ୍ୟକଳାପ କରିବାରେ ଲାଗିଛନ୍ତି ବୋଲି କିଛି ଗ୍ରାହକ ମତବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ, ମାତ୍ର କିଛି ମାସ ତଳେ ଏଠାରେ ଗୋଟିଏ ଏଟିଏମ୍‌କୁ କଟର୍‌ ମେଶିନ୍‌ରେ କାଟି ପ୍ରାୟ ୧୨ ଲକ୍ଷ ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଥିଲେ। ଏ ଘଟଣା ନେଇ କିଛିଦିନ ହୋହଲ୍ଲା ଓ ଅଭିଯୋଗ ପରେ ଯଥା ପୂର୍ବଂ ତଥା ପର ଅବସ୍ଥା ଦେଖାଦେଇଛି। ଉଲ୍ଲେଖଯୋଗ୍ୟ କି, ଲୁଟ୍‌ ଉଦ୍ୟମ କରାଯାଇଥିବା ଏଟିଏମ୍‌ଟି ଥାନାଠାରୁ ପ୍ରାୟ ୨ଶହ ମିଟର ଦୂରତା ମଧ୍ୟରେ ରହିଥିବାବେଳେ ବାରମ୍ବାର ଏହା କିପରି ଘଟୁଛି ସେ ନେଇ ସାଧାରଣରେ ସନ୍ଦେହ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri