Posted inଜାତୀୟ

ଏସ୍‌ସି/ଏସ୍‌ଟି ଆଇନ ଉପରେ ସୁପ୍ରିମକୋର୍ଟଙ୍କ ରାୟ: ସମୀକ୍ଷା କରିବ ୩ ଜଣିଆ ଖଣ୍ଡପୀଠ

ନୂଆଦିଲ୍ଲୀ,୧୪ା୯(ପି.ଟି.): ଅନୁସୂଚିତ ଜାତି/ଜନଜାତି (ଏସ୍‌ସି/ଏସ୍‌ଟି) ଆଇନ ଉପରେ ସୁପ୍ରିମକୋର୍ଟଙ୍କ ୨୦୧୮ ମାର୍ଚ୍ଚ ୨୦ ତାରିଖ ରାୟକୁ ୩ ଜଣିଆ ଖଣ୍ଡପୀଠ ସମୀକ୍ଷା କରିବେ। ରାୟର ପୁନର୍ବିଚାର ପାଇଁ କେନ୍ଦ୍ର ସରକାର ରିଭ୍ୟୁ ପିଟିଶନ ଦାଏର କରିଥିବାବେଳେ ଶୁକ୍ରବାର ଅଦାଲତ ଏହାକୁ ୩ ଜଣିଆ ଖଣ୍ଡପୀଠକୁ ପଠାଇଛନ୍ତି। ଆସନ୍ତା ସପ୍ତାହରେ ଉକ୍ତ ଖଣ୍ଡପୀଠରେ ମାମଲା ଉପସ୍ଥାପନ କରିବା ପାଇଁ ଜଷ୍ଟିସ୍‌ ଅରୁଣ ମିଶ୍ର ଏବଂ ୟୁ.ୟୁ. ଲଲିତଙ୍କ ଖଣ୍ଡପୀଠ କହିଛନ୍ତି। ଗତ ମେ ୧ରେ ସୁପ୍ରିମକୋର୍ଟ କେନ୍ଦ୍ରର ଆବେଦନ ଉପରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ।
ଏସ୍‌ସି/ଏସ୍‌ଟି ଆଇନର ଅପବ୍ୟବହାର ହେଉଥିବା ଅନୁଭବ କରି ଏହି ଆଇନରେ ଅଭିଯୋଗ ଆସିଲେ ତୁରନ୍ତ ଗିରଫ କରାଯାଇପାରିବ ନାହିଁ ବୋଲି ୨୦୧୮ ମାର୍ଚ୍ଚରେ ସୁପ୍ରିମକୋର୍ଟ ତାଙ୍କ ରାୟରେ କହିଥିଲେ। ଅନେକ କ୍ଷେତ୍ରରେ ନିରୀହ ନାଗରିକଙ୍କୁ ଅଭିଯୁକ୍ତ କରାଯାଉଛି ଓ ସରକାରୀ କର୍ମଚାରୀଙ୍କୁ ଚାକିରି ହରାଇବାକୁ ପଡୁଛି। ତେଣୁ ଯଥେଷ୍ଟ ପ୍ରମାଣ ନ ଥିଲେ ଆଗୁଆ ଜାମିନ ପ୍ରଦାନରେ ପ୍ରତିବନ୍ଧକ ରହିବା ଉଚିତ ନୁହେଁ ବୋଲି ଅଦାଲତ ମତ ଦେଇଥିଲେ। ସର୍ବୋଚ୍ଚ ଅଦାଲତଙ୍କ ଏହି ରାୟକୁ ନେଇ ଅନୁସୂଚିତ ଜାତି ଓ ଜନଜାତିଙ୍କ ମଧ୍ୟରେ ଉତ୍ତେଜନା ଓ ହିଂସାକାଣ୍ଡ ଘଟିବାରୁ କେନ୍ଦ୍ର ସରକାର ରାୟର ସମୀକ୍ଷା ପାଇଁ ରିଭ୍ୟୁ ପିଟିଶନ ଦାଏର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri