Posted inଜାତୀୟ

ଏସ୍‌ସି,ଏସ୍‌ଟି ଆଇନ ନେଇ ରାୟ ଆଜି

ନୂଆଦିଲ୍ଲୀ,୧୩-୯:ଅନୁସୂଚିତ ଜାତି/ଜନଜାତି (ଏସ୍‌ସି/ଏସ୍‌ଟି) ଆଇନ ସମ୍ପର୍କିତ କେନ୍ଦ୍ର ସରକାରଙ୍କ ରିଭ୍ୟୁ ପିଟିଶନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ରାୟ ପ୍ରଦାନ କରିପାରନ୍ତି। ୨୦୧୮ ମାର୍ଚ୍ଚ ୨୦ରେ ସୁପ୍ରିମକୋର୍ଟ ଉକ୍ତ ଆଇନରେ ଗିରଫଦାରି ବ୍ୟବସ୍ଥାକୁ କୋହଳ କରିଥିଲେ। ରାୟର ପୁନର୍ବିଚାର ଲାଗି କେନ୍ଦ୍ର ସରକାର ସର୍ବୋଚ୍ଚ ଅଦାଲତରେ ରିଭ୍ୟୁ ପିଟିଶନ ଦାଏର କରିଥିଲେ। ଶୁକ୍ରବାର ଜଷ୍ଟିସ୍‌ ଅରୁଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଗତ ମେ ୧ରେ ମାମଲାର ଶୁଣାଣି ଶେଷ କରି ରାୟକୁ ସଂରକ୍ଷିତ ରଖିଥିଲେ। ଦେଶର ଆଇନ ଜାତି ନିର୍ବିଶେଷରେ ସମସ୍ତଙ୍କ ପାଇଁ ସମାନ ହେବା ଉଚିତ ବୋଲି ଖଣ୍ଡପୀଠ ମତ ଦେଇଥିଲେ।
ଏସ୍‌ସି/ଏସ୍‌ଟି ଆଇନକୁ ସରକାରୀ କର୍ମଚାରୀ ଓ ଅନ୍ୟମାନଙ୍କ ବିରୋଧରେ ଅପବ୍ୟବହାର କରାଯାଉଥିବା ଅନୁଭବ କରି ଏହି ଆଇନରେ ଅଭିଯୋଗ ଆସିଲେ ତୁରନ୍ତ ଗିରଫ କରାଯାଇପାରିବ ନାହିଁ ବୋଲି ୨୦୧୮ ମାର୍ଚ୍ଚରେ ସୁପ୍ରିମକୋର୍ଟ କହିଥିଲେ। ଅନେକ କ୍ଷେତ୍ରରେ ନିରୀହ ନାଗରିକଙ୍କୁ ଅଭିଯୁକ୍ତ କରାଯାଉଛି। ସରକାରୀ କର୍ମଚାରୀଙ୍କୁ ଚାକିରି ହରାଇବାକୁ ପଡୁଛି। ଏହା ଆଇନର ଉଦ୍ଦେଶ୍ୟ ନ ଥିଲା । ଯଥେଷ୍ଟ ପ୍ରମାଣ ନ ଥିଲେ ଆଗୁଆ ଜାମିନ ପ୍ରଦାନରେ ପ୍ରତିବନ୍ଧକ ରହିବା ଉଚିତ ନୁହେଁ ବୋଲି ଅଦାଲତ ମତ ଦେଇଥିଲେ। ସର୍ବୋଚ୍ଚ ଅଦାଲତଙ୍କ ଏହି ରାୟକୁ ନେଇ ଅନୁସୂଚିତ ଜାତି ଓ ଜନଜାତିଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇବା ସହ ବିଭିନ୍ନ ସ୍ଥାନରେ ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିଲା। ଏହି ହିଂସାରେ ଅନେକ ଲୋକ ମୃତାହତ ହୋଇଥିଲେ। ଏଭଳି ରାୟ ସମସ୍ୟା ସୃଷ୍ଟି କରୁଥିବାରୁ କୋର୍ଟ ଏହାର ସମୀକ୍ଷା କରିବା ଆବଶ୍ୟକ ବୋଲି କେନ୍ଦ୍ର ସରକାର ଯୁକ୍ତି ଦର୍ଶାଇଥିଲେ। ଉକ୍ତ ରାୟକୁ ଅକାମୀ କରିବା ପାଇଁ ଗତବର୍ଷ ଅଗଷ୍ଟ ୯ରେ ପାର୍ଲାମେଣ୍ଟରେ ବିଲ୍‌ ଗୃହୀତ ହୋଇଥିଲା। ଆଗୁଆ ଜାମିନ ବ୍ୟବସ୍ଥା ହଟାଇ ଦିଆଯାଇଥିବା ଉକ୍ତ ସଂଶୋଧିତ ଆଇନ ଉପରେ ରହିତାଦେଶ ଦେବାକୁ ଜାନୁୟାରୀ ୩୦ରେ ସୁପ୍ରିମକୋର୍ଟ ମନା କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri