ଏସ୍‌ସିବି ପୁନର୍ବିନ୍ୟାସ: ଉଚ୍ଛେଦ ପରେ ୫୫ଜଣଙ୍କୁ କ୍ଷତିପୂରଣ ପ୍ରଦାନ

କଟକ ଅଫିସ, ୪।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ(ଏସ୍‌ସିବି) ନବକଳେବର ଲାଗି ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ମଙ୍ଗଳବାର ଏସ୍‌ସିବି ଚାରିପଟରୁ ଉଚ୍ଛେଦ କରାଯିବା ପରେ କ୍ଷତିପୂରଣ ପ୍ରଦାନ କରାଯାଇଛି। ପ୍ରଶାସନ ପକ୍ଷରୁ ମୋଟ ୫୫ଜଣଙ୍କୁ କ୍ଷତିପୂରଣ ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୧୧ଜଣଙ୍କୁ ଲକ୍ଷେ, ୨୨ଜଣଙ୍କୁ ୩୦ହଜାର, ଆଉ ୨୨ଜଣଙ୍କୁ ୨୦ ହଜାର ଦିଆଯାଇଥିବା ସୂଚନା ମିଳିଛି। ଏହି ଅବସରରେ ପୋଲିସ, ଜିଲା ପ୍ରଶାସନ ସହ ସିଏମ୍‌ସି ଅଧିକାରୀ ଉପସ୍ଥିତ ରହିଥିଲେ।

ପ୍ରକାଶ ଯେ, ଏସ୍‌ସିବି ପୁନର୍ବିନ୍ୟାସ ଲାଗି ନିକଟରେ ଥିବା ଜଳସମ୍ପଦ, ଉଚ୍ଚଶିକ୍ଷା, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର କିଛି ସ୍ଥାନ ସମେତ ୪ର୍ଥଶ୍ରେଣୀ କର୍ମଚାରୀଙ୍କ କ୍ୱାର୍ଟର ଉଚ୍ଛେଦ ହେବ ବୋଲି କୁହାଯାଇଥିଲା। ଉଚ୍ଛେଦ କର୍ମଚାରୀଙ୍କୁ ସରକାର ଅନ୍ୟ ସ୍ଥାନରେ ରଖିବାର ବନ୍ଦୋବସ୍ତ କରିଛନ୍ତି। ଏଥିସହ କ୍ଷତିଗ୍ରସ୍ତଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍‌ ମଧ୍ୟ ଘୋଷଣା କରାଯାଇଛି। ଅଧିଗ୍ରହଣରୁ ୨୫ ଏକର ଜମି ସରକାରଙ୍କ ହାତକୁ ଆସିବ। ଫେବୃୟାରୀ ୨୮ ସୁଦ୍ଧା ଅଧିଗ୍ରହଣ କାର୍ଯ୍ୟ ସରିବ ଏବଂ ମାର୍ଚ୍ଚ ପହିଲାରୁ ନୂତନ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବା ଲାଗି ଲକ୍ଷ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri