Odisha Elections 2024

ଏସ୍‌ସିବି ପୁନର୍ବିନ୍ୟାସ: କ୍ଷତିଗ୍ରସ୍ତଙ୍କ ଥଇଥାନ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧(ବ୍ୟୁରୋ): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ(ଏସ୍‌ସିବି) ପୁନର୍ବିନ୍ୟାସ କାର୍ଯ୍ୟକ୍ରମରେ କ୍ଷତିଗ୍ରସ୍ତଙ୍କ ପାଇଁ ଥଇଥାନ ଏବଂ ସହାୟତା ପ୍ୟାକେଜକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହି ପ୍ୟାକେଜରେ ସ୍ଥାୟୀ ବାସଗୃହ, ଅନଧିକୃତ ଭାବେ ନିର୍ମିତ ବାସଗୃହ, ମାଛ ମାର୍କେଟ କମ୍ଲେକ୍ସ, ସ୍ଥାୟୀ ଦୋକାନ ଘର, ଅନଧିକୃତ ଭାବେ ନିର୍ମିତ ଦୋକାନଗୃହ, ଉଠାଦୋକାନୀ, ଧାର୍ମିକ ଅନୁଷ୍ଠାନ, କ୍ଲବ ଏବଂ ଗୁହାଳ ଆଦିକୁ ଅନ୍ତର୍ଭୁକ୍ତ କରାଯାଇଛି।

ସ୍ଥିତିବାନ ସତ୍ତ୍ୱ ଥିବା ଜମି ମାଲିକଙ୍କର ଘର ଓ ଜମି ଓଡ଼ିଶା ସରକାରଙ୍କ ଦ୍ୱାରା ଅନୁମୋଦିତ ପ୍ରକ୍ରିୟାରେ ସିଧାସଳଖ କ୍ରୟ ଜରିଆରେ ଅଧିଗ୍ରହଣ କରାଯିବ। ରାଇଟ୍‌ ଟୁ ଫେୟାର କମ୍ପେନ୍‌ସେଶନ ଆଣ୍ଡ ଟ୍ରାନ୍ସପାରେନ୍ସି ଇନ୍‌ ଲ୍ୟାଣ୍ଡ ଆକ୍ୟୁଇଜିସନ୍‌, ରିହାବିଲିଟେଶନ୍‌ ଆଣ୍ଡ ରିସେଟେଲ୍‌ମେଣ୍ଟ ଆକ୍ଟ-୨୦୧୩ ଅନୁଯାୟୀ କ୍ଷତିପୂରଣ ଦିଆଯିବ। ପ୍ରତି ପରିବାରକୁ ପରିବହନ ଖର୍ଚ୍ଚ ଏବଂ ଜରୁରୀ ବ୍ୟବସ୍ଥା ନିମନ୍ତେ ଏକ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦିଆଯିବ। ଅନଧିକୃତ ବାସଗୃହ କ୍ଷେତ୍ରରେ ପ୍ରତି ପରିବାରକୁ ଏକକାଳୀନ ସହାୟତା ଭାବେ ୫୦ହଜାର ଟଙ୍କା ଦିଆଯିବ। ସେହିଭଳି କଟକ ମହାନଗର ନିଗମ ଓ ଜିଲା ପ୍ରଶାସନ ଦ୍ୱାରା ସ୍ଥିରିକୃତ ଅଞ୍ଚଳରେ ପ୍ରତି ପରିବାର ପାଇଁ ୧୫*୧୫ ପ୍ଲଟରେ ଅସ୍ଥାୟୀ ଭାବେ ନିଜ ଖର୍ଚ୍ଚରେ ଗୃହ ନିର୍ମାଣ ପାଇଁ ଲାଇସେନ୍ସ ଦିଆଯିବ। ମହାନଗର ନିଗମ ଦ୍ୱାରା ସେହି ଅଞ୍ଚଳରେ ମୌଳିକ ସୁବିଧା ସୁଯୋଗ ଯୋଗାଇ ଦିଆଯିବ। ଅସ୍ଥାୟୀ ଆବାସସ୍ଥଳୀରେ ଆଶ୍ରୟ ନେଇଥିବା ଲୋକମାନଙ୍କୁ ୮ ଦିନ ପର୍ଯ୍ୟନ୍ତ ଖାଦ୍ୟ ଯୋଗାଇ ଦିଆଯିବ। ସ୍ଥାନାନ୍ତରିତ ଲୋକମାନଙ୍କ ପାଇଁ ମହାନଗର ନିଗମ ପକ୍ଷରୁ ପରିବହନ ବ୍ୟବସ୍ଥା କରାଯିବ। ଏଥିସହ ତୁରନ୍ତ ବ୍ୟବସ୍ଥା ନିମନ୍ତେ ୧ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଦୁଇଟି କିସ୍ତିରେ ଦିଆଯିବ। ପ୍ରଥମ କିସ୍ତି ଆରମ୍ଭରେ ଦିଆଯିବ ଏବଂ ଜମି ଖାଲି କରିବା ପରେ ଦ୍ୱିତୀୟ କିସ୍ତି ମିଳିବ।

କ୍ଷତିଗ୍ରସ୍ତ ହେବାକୁ ଥିବା ଉଠାଦୋକାନୀମାନଙ୍କୁ ମହାନଗର ନିଗମ ଭେଣ୍ଡିଂ ଜୋନରେ ଅଗ୍ରାଧିକାର ଭିତ୍ତିରେ ସ୍ଥାନ ଯୋଗାଇ ଦିଆଯିବ। ରେଜିଷ୍ଟ୍ରିଭୁକ୍ତ ହୋଇଥିବା ଦୋକାନୀ/ମାଛ ବିକ୍ରେତାମାନଙ୍କୁ ଏକକାଳୀନ ୧ ଲକ୍ଷ ଟଙ୍କା ସହାୟତା ରାଶି ଯୋଗାଇ ଦିଆଯିବ। ସ୍ଥିତିବାନ ସତ୍ତ୍ୱ ଥିବା ଜମିରେ ନିର୍ମିତ ସମସ୍ତ ଦୋକାନଗୁଡ଼ିକୁ ରାଜ୍ୟ ସରକାରଙ୍କ ଅନୁମୋଦିତ ପ୍ରକ୍ରିୟାରେ ସିଧାସଳଖ କ୍ରୟ କରାଯାଇ ଅଧିଗ୍ରହଣ କରାଯିବ।

ଅନଧିକୃତ ଦୋକାନଘର ପାଇଁ ଏକକାଳୀନ ୩୦ହଜାର ସହାୟତା, ଉଠାଦୋକାନୀଙ୍କୁ ୨୦ହଜାର, ସ୍ଥାନାନ୍ତରିତ ଧାର୍ମିକ ଅନୁଷ୍ଠାନ/କ୍ଲବ ପାଇଁ ୧ ଲକ୍ଷ ଟଙ୍କା, ଗାଈଗୁହାଳ ପିଛା ୨୦ହଜାର ଟଙ୍କା, ସରକାରୀ କ୍ୱାଟର୍ସ ଖାଲି କରୁଥିବା ଅଧିକାରୀ ଓ କର୍ମଚାରୀମାନଙ୍କୁ ଘରଭଡ଼ା ସହ ଏକ ବର୍ଷ ଅଥବା ନୂଆ କ୍ୱାଟର୍ସ ମିଳିବା ପର୍ଯ୍ୟନ୍ତ ବ୍ୟବସ୍ଥା କରାଯିବ। ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ୫ହଜାର ଟଙ୍କା, ତୃତୀୟ ଶ୍ରେଣୀ କର୍ମଚାରଙ୍କୁ ୭,୫୦୦ ଟଙ୍କା, ଦ୍ୱିତୀୟ ଶ୍ରେଣୀ କର୍ମଚାରୀଙ୍କୁ ୧୦ ହଜାର ଟଙ୍କା, ପ୍ରଥମ ଶ୍ରେଣୀ କର୍ମଚାରୀଙ୍କୁ ୧୨,୫୦୦ ଟଙ୍କା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି...

ବାଇକ୍‌ ଧକ୍କାରେ ୨ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡ଼ା,୧୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗରଠାରେ ଗୁରୁବାର ବାଇକ୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ...

‘ରତ୍ନଭଣ୍ଡାର ଚାବି ଲୁଚାଇଛନ୍ତି ପାଣ୍ଡିଆନ, ୧୦ ଜୁନ୍‌ ପୂର୍ବରୁ ଚାବି ଫେରାନ୍ତୁ, ନ ହେଲେ…’

ଭୁବନେଶ୍ୱର,୧୬।୫: ପାଣ୍ଡିଆନଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଜଟଣୀ ଛତାବରରେ ଭାଜପା ପରିବର୍ତ୍ତନ ସଭାରେ ହିମନ୍ତ ବିଶ୍ୱଶର୍ମାଙ୍କ ଏଭଳି ମନ୍ତବ୍ୟକୁ...

ପଦ୍ମ ଛାଡି ପୁଣି ଶଙ୍ଖ ଧରିଲେ ରାଜୁ ଦାସ

ଭୁବନେଶ୍ୱର,୧୬।୫: ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଗୁରୁବାର ଭାଜପାରୁ ଇସ୍ତଫା ଦେବା ପରେ ପୁଣିଥରେ ବିଜେଡିରେ ସାମିଲ ହୋଇଛନ୍ତି। ରାଜୁ ଦାସ ତାଙ୍କ ଇସ୍ତଫା...

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri