ଏସ୍‌ସିବି ମେଡିକାଲରେ ଅବ୍ୟବସ୍ଥା: ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି

କଟକ ଅଫିସ,୨୫ା୨: ଏସ୍‌ସିବି ମେଡ଼ିକାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ରାଜ୍ୟ ସରକାର ଯୋଜନା କରୁଛନ୍ତି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରିବାକୁ ପ୍ରସ୍ତୁତ ହେଉଛନ୍ତି ରାଜ୍ୟ ସରକାର। ହେଲେ ଏଠାରେ ଅନେକ ଅବ୍ୟବସ୍ଥା ରହିଥିବା କଟକର ସ୍ବେଚ୍ଛାସେବୀ ସଙ୍ଗଠନ ‘ସେବା ମନ୍ଦିର’ ପକ୍ଷରୁ ଅଭିଯୋଗ ହୋଇଛି। ଏ ନେଇ ସଙ୍ଗଠନ ପକ୍ଷରୁ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ସଚିବ, ୫-ଟି ସଚିବ, କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଓ କଟକ ଜିଲାପାଳଙ୍କୁ ଚିଠି ଲେଖାଯାଇଛି। ଉକ୍ତ ଚିଠିରେ ଉଲ୍ଲେଖ କରାଯାଇଛି, ବିଭିନ୍ନ ବିଭାଗର ବାରଣ୍ଡାରେ କିଛି କର୍ମଚାରୀ ବାଇକ୍‌, ସ୍କୁଟି, ସାଇକେଲ ରଖୁଛନ୍ତି। ଏଥିଯୋଗୁ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ଯାତାୟତରେ ବାଧା ସୃଷ୍ଟି ହେଉଛି। ଏପରି କି ବାରଣ୍ଡାରେ ରୋଗୀ ପଡ଼ିଥିବାବେଳେ ସେମାନଙ୍କ ମୁଣ୍ଡ ପାଖରେ ରହୁଛି ଗାଡ଼ି ଓ ସାଇକେଲ। ଏ ସମ୍ପର୍କରେ ବାରମ୍ବାର ଅଭିଯୋଗ ହୋଇଥିଲେ ମଧ୍ୟ ମେଡିକାଲ କର୍ତ୍ତୃପକ୍ଷ ଏଥିପ୍ରତି ଆଦୌ ଦୃଷ୍ଟି ଦେଉନାହାନ୍ତି ବୋଲି ସଙ୍ଗଠନର ସଦସ୍ୟ ଅଚ୍ୟୁତ କୁମାର ସାହୁ କହିଛନ୍ତି। ଏ ନେଇ ଏସ୍‌ସିବି ମେଡିକାଲର ଜରୁରୀକାଳିନ ଅଧିକାରୀ ଡା. ଭୁବନାନନ୍ଦ ମହାରଣା କୁହନ୍ତି, ଏ ସମ୍ପର୍କରେ ମୋ ପାଖରେ ଖବର ନାହିଁ। ତଥାପି ଏହା ଉପରେ ତଦନ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri