ଏସ୍‌ସିବି ମେଡିକାଲରେ ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ

କଟକ ଅଫିସ,୭।୨: କଟକ ଏସ୍‌ସିବି ମେଡିକାଲରେ ଚଳିତବର୍ଷର ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ ଭର୍ତ୍ତି ହୋଇଛନ୍ତି। ୩୦ ବର୍ଷୀୟ ଏହି ଯୁବକଙ୍କ ଘର ଢେଙ୍କାନାଳ ଜିଲାରେ ବୋଲି ଜଣାପଡ଼ିଛି। ପଲ୍ୟୁମନାରୀ ବିଭାଗ ଅଧୀନ ସ୍ବତନ୍ତ୍ର ୱାର୍ଡରେ ସେ ଚିକିତ୍ସିତ ହେଉଥିବାବେଳେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତିନିଦିନ ଚିକିତ୍ସିତ ହେବା ପରେ ତାଙ୍କୁ ଡିସ୍‌ଚାର୍ଜ କରାଯିବ ବୋଲି ଏସ୍‌ସିବି ମେଡିକାଲ ଜରୁରିକାଳୀନ ଅଧିକାରୀ ଡା. ଭୁବନାନନ୍ଦ ମହାରଣା କହିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଗତ ୨ ତାରିଖରୁ ଯୁବକ ଜଣକ ଏଚ୍‌-୧ ଏନ୍‌-୧ ଭୂତାଣୁରେ ଆକ୍ରାନ୍ତ ହୋଇଥିଲେ। ଚିକିତ୍ସା ଲାଗି ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ସେ ଏସ୍‌ସିବି ମେଡିକାଲକୁ ଆସିଥିଲେ। ତାଙ୍କ ରକ୍ତ ନମୁନା ପରୀକ୍ଷା କରାଯିବାରୁ ପଜିଟିଭ୍‌ ବାହାରିଥିଲା। ଗତ ୩ ତାରିଖରେ ପୁଣି ଥରେ ନମୁନା ପରୀକ୍ଷା ପାଇଁ ଆରଏମଆରସି ପରୀକ୍ଷାଗାରକୁ ପଠାଯାଇଥିଲା। ସେଠାରୁ ମଧ୍ୟ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଗତ ୪ ତାରିଖରେ ତାଙ୍କ ରିପୋର୍ଟ ମିଳିବା ପରେ ଚିକିତ୍ସାକୁ ତ୍ୱରାନ୍ବିତ କରାଯାଇଥିଲା। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବାରୁ ଆଇସିୟୁର ଆବଶ୍ୟକତା ନାହିଁ ବୋଲି ଡା. ମହାରଣା କହିଛନ୍ତି। ୪ଦିନ ହେଲା ଚିକିତ୍ସା ଚାଲିଥିବାବେଳେ ଆଉ ୩ଦିନ ପରେ ଡିସ୍‌ଚାର୍ଜ କରାଯିବ। ସୂଚନାଯୋଗ୍ୟ, ଗତବର୍ଷ ୪୫ ଜଣ ସ୍ବାଇନ୍‌ ଫ୍ଲୁରେ ଆକ୍ରାନ୍ତ ହୋଇ ଚିକିତ୍ସା ପାଇଁ ଏସ୍‌ସିବି ମେଡିକାଲରେ ଭର୍ତ୍ତି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଳ ସୁଅରେ ଭାସି ଚାଲିଗଲା ଚାଷୀଙ୍କ ଜୀବନ, କ୍ଷତିପୂରଣ ଦାବି ତେଜିଲା

ବାସୁଦେବପୁର,୩।୮(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତ ଦୁବ ନାଳରୁ ସୋମବାର ଜଣେ ଚାଷଙ୍କ ମୃତଦେହ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ…

ଲିଭର ଖରାପ ହେବାର ଦଶ ଦିନ ପୂର୍ବରୁ ଦେଖାଦିଏ ଏହି ଲକ୍ଷଣ…

ମିଳିତ ଭାବେ ଏକପ୍ରକାର ସଂକ୍ରାମକ ରୋଗକୁ ହେପାଟାଇଟିସ୍‌ କୁହାଯାଏ। ସାଧାରଣ ଅର୍ଥରେ ବୁଝିବାକୁ ଗଲେ ଏହା ଲିଭର ସମ୍ବନ୍ଧୀୟ ଏକ ରୋଗ। ହେପାଟାଇଟିସ୍‌କୁ ପାଞ୍ଚଟି ଶ୍ରେଣୀରେ ବିଭକ୍ତ…

ଦାରିଙ୍ଗବାଡ଼ି ଲୁଟ୍ ଘଟଣାରେ ପୋଲିସର ତଦନ୍ତ ଜୋରଦାର, ପହଞ୍ଚିଲେ ବାଲିଗୁଡା ଏସଡିପିଓ

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରରେ ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍…

ବିଶ୍ୱ କମର୍ସ ଦିବସ, ବାଣିଜ୍ୟ ଶିକ୍ଷା ଯୁବପିଢ଼ିଙ୍କ ପାଇଁ ଖୋଲୁଛି ନୂଆ ସୁଯୋଗ

ଭଞ୍ଜନଗର,୩ା୮(ବାବୁଲା ପ୍ରଧାନ): ପ୍ରତିବର୍ଷ ଅଗଷ୍ଟ ମାସ ପ୍ରଥମ ସୋମବାର ବିଶ୍ୱ କମର୍ସ ଦିବସ ପାଳିତ ହେଉଛି । ତେଣୁ ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର…

ମହିଳା ରେସଲର ଯୌନ ନିର୍ଯାତନା ମାମଲାରେ ବ୍ରିଜଭୂଷଣ ସିଂହଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୩।୮: କୈସରଗଞ୍ଜ (ଉତ୍ତର ପ୍ରଦେଶ)ର ପୂର୍ବତନ ଏମପି ଏବଂ ଭାରତୀୟ ଜନତା ପାର୍ଟିର ନେତା ବ୍ରିଜଭୂଷଣ ଶରଣ ସିଂହଙ୍କୁ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି…

ଓଡ଼ିଶା ଆସିବେ ରାହୁଲ

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୁବ ଓ ଛାତ୍ର ସମାଜ ବିରୋଧୀ ବୋଲି ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ବିନୋଦ ଜାଖର କହିଛନ୍ତି।…

ମା’-ବାପା ବିବାଦ: ବାପାଙ୍କୁ ଜାବୁଡ଼ି ଧରି କାନ୍ଦିଲା କୁନି ଝିଅ, କାହା ଆଖିରେ ରହିଲାନି ଲୁହ, ଆଉ ତା’ ପରେ…

ନୀଳଗିରି,୩ା୮(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାଖାପାଖି ୩ ବର୍ଷ ହେବ ମା’ କୁନି ଝିଅ ଓ…

ବନ୍ୟା କ୍ଷୟକ୍ଷତି, କାହାକୁ କେତେ ଟଙ୍କା ମିଳିବ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩ା୮: ବନ୍ୟା ପାଣି କମିଯାଇଥିଲେ ସୁଦ୍ଧା ବଢ଼ିଯାଇଛି ଦୁର୍ଦ୍ଦଶା । ବନ୍ୟାରେ ସାତ ଜିଲା ପ୍ରଭାବିତ ହୋଇଥିବା ବେଳେ ଅନେକ କ୍ଷୟକ୍ଷତି ହୋଇଥିବା ରେକର୍ଡ କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri