ଏସ୍‌ସିବି ମେଡିକାଲରେ ଭିଜିଲାନ୍ସର ଖୋଳତାଡ: ୨୯୪ କର୍ମଚାରୀ ନିଯୁକ୍ତିକୁ ନେଇ ଅଡୁଆ ପରିସ୍ଥିତି

କଟକ ଅଫିସ,୧୨।୧୨: ଏସ୍‌ସିବି ମେଡିକାଲରେ ଏକ ଘରୋଇ ସଂସ୍ଥା ମାଧ୍ୟମରେ ୨୯୪ଜଣ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଥିଲା। ଏହି ନିଯୁକ୍ତିରେ ବ୍ୟାପକ ଜାଲିଆତି କରାଯାଇଥିବା ନେଇ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଲୋକାୟୁକ୍ତଙ୍କ ନିର୍ଦ୍ଦେଶକ୍ରମେ ଏହି ଘଟଣାର ତଦନ୍ତ ଏବେ ଭିଜିଲାନ୍ସ କରୁଛି। ପୂର୍ବରୁ ଭିଜିଲାନ୍ସ ଏହି ନିଯୁକ୍ତି ସମ୍ପର୍କିତ କାଗଜପତ୍ର ଜବତ କରିଥିଲା। ଏବେ ଉକ୍ତ କାଗଜପତ୍ରକୁ ନେଇ ଭିଜିଲାନ୍ସ ଅଧିକ ଖୋଳତାଡ କରୁଛି। ବୁଧବାର ଏସ୍‌ସିବି ମେଡିକାଲ ପ୍ରଶାସନିକ ଅଧିକାରୀ କଳ୍ପତରୁ ବେହେରାଙ୍କ ସହିତ ମେଡିକାଲର ତତ୍କାଳୀନ ବିତ୍ତ ଅଧିକାରୀ ଓ ଜଣେ ବରିଷ୍ଠ କିରାଣିଙ୍କୁ ଭିଜିଲାନ୍ସରୁ ଡକରା ଆସିଥିଲା। ୩ଜଣ ଭିଜିଲାନ୍ସରେ ଉପସ୍ଥିତ ହୋଇ ନିଜର ମତ ସାବ୍ୟସ୍ତ କରିଛନ୍ତି। ସୂଚନାଥାଉ କି, ମେଡିକାଲର ମୋଟ ୧୧୦୨ ଚତୁର୍ଥ ଶ୍ରେଣୀ କର୍ମଚାରୀ ପଦବୀ ମଧ୍ୟରୁ ବହୁ ସଂଖ୍ୟକ ପଦବୀ ଖାଲି ପଡିଥିଲା। ୬ମାସ ତଳେ ମେଡିକାଲରେ ନିଯୁକ୍ତ ଏକ ଘରୋଇ ସଂସ୍ଥା ମାଧ୍ୟମରେ ୨୯୪ଜଣ କର୍ମଚାରୀଙ୍କୁ ନିଯୁକ୍ତ କରାଯାଇଥିଲା। ସବୁଠୁ ବଡକଥା ହେଉଛି ମେଡିକାଲରେ ନିୟୋଜିତ ଘରୋଇ ସଂସ୍ଥାଗୁଡିକ ସହିତ ମେଡିକାଲ କର୍ମଚାରୀଙ୍କ ନିବିଡ ସମ୍ପର୍କ ରହିଛି। ଏପରି କି ଉକ୍ତ ସଂସ୍ଥାଗୁଡିକ ମଧ୍ୟରୁ କେତେକ ସଂସ୍ଥାରେ ମେଡିକାଲ କର୍ମଚାରୀ ସହଭାଗୀ ହୋଇ ବ୍ୟବସାୟ କରୁଥିବା ଭିଜିଲାନ୍ସ ତଦନ୍ତରୁ ଜଣାପଡିଛି। ନିକଟରେ ମେଡିକାଲ ଅଧୀକ୍ଷକଙ୍କ ଷ୍ଟେନୋ ପ୍ରମୋଦ ବସନ୍ତରା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେବା ପରେ ଏହି ଘଟଣା ଲୋକଲୋଚନକୁ ଆସିଥିଲା। ଘଟଣା ସମ୍ପର୍କରେ ମେଡିକାଲ ପ୍ରଶାସନିକ ଅଧିକାରୀ ବେହେରା କୁହନ୍ତି, ଭିଜିଲାନ୍ସ ଆମକୁ ଯେଉଁ କାଗଜପତ୍ର ମାଗିଛି ଆମେ ସେ ସବୁ ଭିଜିଲାନ୍ସକୁ ଦେଇଛୁ। ନିଯୁକ୍ତି ପ୍ରକ୍ରିୟାରେ ସେଭଳି କିଛି ଅନିୟମିତତା ମୋ ନଜରରେ ନ ଥିବା ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri