ଏସ୍‌ସିବିରେ ଖୋଲିବ କରୋନା ସୂଚନା, ତାଲିମ କେନ୍ଦ୍ର

କଟକ ଅଫିସ୍‌,୧୫ା୪: କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ସ୍ବତନ୍ତ୍ର ଭାବେ କରୋନା ସମ୍ପର୍କରେ ତାଲିମ୍‌ ଏବଂ ସୂଚନା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଛି । ଏହାର ରାଜ୍ୟରେ ପ୍ର୍ରଥମ ବୋଲି କୁହାଯାଉଛି। ମଇକ୍ରୋବାୟୋଲୋଜି ବିଭାଗ ଅଧୀନ ଭାଇରାଲ ରିସର୍ଚ୍ଚ ଡାଇଗୋନେଷ୍ଟିକ ଲାବ(ଭିଆର୍‌ଡିଏଲ୍‌)ରେ ଏହି କେନ୍ଦ୍ର ପ୍ରତିଷ୍ଠା କରାଯିବ। ଏଥି ପାଇଁ ୨୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ଟଙ୍କା ପାଇଁ କଟକ ଏମ୍‌ପି ଭର୍ତ୍ତୃହରି ମହତାବଙ୍କୁ ଜିଲାପାଳ ଭବାନୀ ଶଙ୍କର ଚୟିନୀ ଅନୁରୋଧ କରିଥିଲେ। ଅନୁରୋଧ ପରେ ଏମ୍‌ପି ମହତାବ ଏହି ଟଙ୍କା ଏମ୍‌ପି ଲାଡ୍‌ରୁ ମଞ୍ଜୁର କରିଛନ୍ତି।
ସୂଚନାଯୋଗ୍ୟ, ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ସଦର ଉପଜିଲାପାଳ ଶୁଭ୍ରାଂଶୁ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲା ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଅଧିକାରୀମାନେ ହସ୍ପିଟାଲ ପରିସରରେ ଜବରଦଖଲରେ ଥିବା ଭିଆର୍‌ଡିଏଲ୍‌ର ଏଚ୍‌ଏଲ୍‌ଏଲ୍‌ ଗୃହରୁ ଅବରୋଧ ହଟାଇଥିଲେ। ସେହି ସ୍ଥାନରେ କରୋନା ସମ୍ବନ୍ଧୀୟ ସୂଚନା ଓ ତାଲିମ ପ୍ରଦାନ କରାଯିବ ବୋଲି ଜିଲାପାଳ ଚୟନୀ ସ୍ଥିର କରିଛନ୍ତି । ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଜିଲାପାଳ ଚୟନୀ ଏସ୍‌ସିବି ପରିଦର୍ଶନକରି ମାଇକ୍ରୋବାୟୋଲୋଜି ବିଭାଗ ପ୍ରଫେସର ଡ଼ା. ନିରୁପମା ଚୟନୀ ଏବଂ ଏସ୍‌ସିବି ମେଡିକାଲ କଲେଜ ଅଧୀକ୍ଷକ ପ୍ରଫେସର ଡ଼ା. ଅନ୍ନଦା ପଟ୍ଟନାୟକଙ୍କ ସହିତ ଆଲୋଚନା କରିଥିଲେ ।
ଏମ୍‌ପି ମହତାବ ନିଜ ସଂସଦୀୟ କ୍ଷେତ୍ରର କେତେକ ଅଞ୍ଚଳରେ ଉନୟନ କାର୍ଯ୍ୟ ପାଇଁ ମଧ୍ୟ ୩୨ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମାଣିଆବନ୍ଧ, ବଡମ୍ବା, କାନପୁର, ନରସିଂହପୁର ଅଞ୍ଚଳରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକରେ କରୋନା ମୁକାବିଲା ପାଇଁ ଆବଶ୍ୟକ ଶଯ୍ୟା, ଭେଣ୍ଟିଲେଟର, ଏସି ଏବଂ ଅନ୍ୟାନ୍ୟ ଆବଶ୍ୟକ ଚିକିତ୍ସା ଯନ୍ତ୍ରପାତି ଆଦିର ବ୍ୟବସ୍ଥା କରାଯିବ ବୋଲି ଜିଲାପାଳ ଚୟନୀ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri