ଏହି ଅଭିନେତ୍ରୀଙ୍କ ବିବାହରେ ନିଜ ଶରୀରରେ ସିଗାରେଟ୍‌ ଚେଙ୍କ ଦେଇଥିଲେ ରାଜ କପୁର: ନର୍ଗିସ୍‌, ସିନେମା ଓ ମଦ୍ୟପାନ ଥିଲା ୩ ଦୁର୍ବଳତା

ମୁମ୍ବାଇ: ବଲିଉଡ୍‌ର କିମ୍ବଦନ୍ତୀ ପୁରୁଷ ରାଜ କପୁରଙ୍କ ୯୫ ତମ ଜନ୍ମ ବାର୍ଷିକୀ ଶନିବାର ପାଳିତ ହେଉଛି। ସେ ୧୯୨୪ ଡିସେମ୍ବର ୧୪ରେ ପେଶାଓ୍ବାରରେ ଜନ୍ମ ଗ୍ରହଣ କରିଥିଲେ। ୧୦ ବର୍ଷ ବୟସରୁ ସେ ଆରମ୍ଭ କରିଥିଲେ ନିଜର ଫିଲ୍ମ ଯାତ୍ରା। ୨୪ ବର୍ଷ ବୟସରେ ସେ ନିର୍ଦ୍ଦେଶକ ଭାବେ ଆଗ୍‌ ଫିଲ୍ମ ନିର୍ମାଣ କରିଥିଲେ। ତାଙ୍କ ଜୀବନରେ ଥିଲା ୩ଟି ଦୁର୍ବଳତା। ଏସମ୍ପର୍କରେ ଋଷି କପୁର ନିଜ ଆତ୍ମ ଜୀବନୀ ପୁସ୍ତକରେ ଏହା ଉଲ୍ଲେଖ କରିଛନ୍ତି। ସେଥିମଧ୍ୟରେ ପ୍ରଥମ ଦୁର୍ବଳତା ଅଭିନେତ୍ରୀ ନର୍ଗିସ୍‌ ଥିବାବେଳେ ଦ୍ୱିତୀୟ ଦୁର୍ବଳତା ସିନେମା ଏବଂ ତୃତୀୟ ଦୁର୍ବଳତା ଥିଲା ମଦ୍ୟପାନ। ନର୍ଗିସ୍‌ଙ୍କୁ ରାଜକପୁର ଭଲ ପାଉଥିଲେ। ଏହି ଯୋଡ଼ି ୯ ବର୍ଷ ମଧ୍ୟରେ ୧୪ଟି ଫିଲ୍ମରେ ଅଭିନୟ କରିଥିଲେ। ଆର.କେ.ଷ୍ଟୁଡିଓ ଲୋଗୋରେ ନର୍ଗିସ୍‌ଙ୍କୁ ସଂଯୁକ୍ତ କରାଯାଇଥିଲା। ତେଣୁ ତାଙ୍କୁ ଇନ୍‌ ଡ଼ାଇସ୍‌ ହିରୋଇନ୍‌ କୁହାଯାଉଥିଲା। ୧୯୫୬ରେ ରିଲିଜ୍‌ ହୋଇଥିବା ଫିଲ୍ମ ଚୋରି ଚୋରି ରାଜ କପୁର ଏବଂ ନର୍ଗିସ୍‌ ଯୋଡିଙ୍କର ଶେଷ ଫିଲ୍ମ ଥିଲା। ନର୍ଗିସ୍‌ଙ୍କ ବିବାହ ଖବର ଶୁଣି ରାଜକପୁର ସାଙ୍ଗମାନଙ୍କ ଆଗରେ ଜୋର୍‌ରେ କାନ୍ଦିବା ସହିତ ଏହା ସ୍ବପ୍ନକି ସତ୍ୟ ଜାଣିବା ପାଇଁ ନିଜ ଦେହରେ ସିଗାରେଟ୍‌ ଚେଙ୍କ ଦେଇଥିଲେ। ୧୯୮୮ ଜୁନ୍‌ ୨ରେ ରାଜ କପୁର ଦେହତ୍ୟାଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri