Posted inଖେଳ

ଏହି କ୍ରିକେଟର୍‌ଙ୍କ ଆଗରେ ସର୍ତ୍ତ ରଖିଥିଲେ ଗର୍ଲଫ୍ରେଣ୍ଡ: ଲଗାତାର ୩ ଛକା ମାରିଲେ ବିବାହ କରିବି

ଆଜି ଭାରତର ପୂର୍ବତନ ଅଧିନାୟକ ମନସୁର ଅଲି ଖାନ ପଟୌଦିଙ୍କ ୮୧ ତମ ଜନ୍ମ ବାର୍ଷିକୀ। ଭାରତୀୟ କ୍ରିକେଟ ଇତିହାସରେ ତାଙ୍କ ନାମ ସୁବର୍ଣ୍ଣ ଅକ୍ଷରରେ ରେକର୍ଡ କରାଯାଇଛି। ପଟୌଦିଙ୍କ ଅଧିନାୟକତ୍ୱରେ ହିଁ ଭାରତ ବିଦେଶୀ ମାଟିରେ ପ୍ରଥମ ବିଜୟ ହାସଲ କରିଥିଲା। ନ୍ୟୁଜିଲାଣ୍ଡ ବିପକ୍ଷ ଏହି ମ୍ୟାଚରେ ଭାରତ ଜିତିଛି। ପଟୌଦିଙ୍କ ନେତୃତ୍ୱରେ ଭାରତ ନ୍ୟୁଜିଲାଣ୍ଡ ଯାଇ ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଇଥିଲା ଯେଉଁଠାରେ ଭାରତ ୩-୧ରେ ଜିତିଥିଲା।
ଭାରତର ଅନ୍ୟତମ ସଫଳ ଅଧିନାୟକ ମନସୁର୍‌ ଅଲ୍ଲୀ ଖାନ ପଟୌଦି କ୍ରିକେଟ ଜଗତରେ ଟାଇଗର ପଟୌଦ ଏବଂ ନବାବ ପଟୌଦି ନାମରେ ମଧ୍ୟ ଜଣାଶୁଣା। ସେ ୫ ଜାନୁଆରୀ ୧୯୪୧ରେ ଭୋପାଳର ନବାବ ପରିବାରରେ ଜନ୍ମଗ୍ରହଣ କରିଥିଲେ। ପଟୌଦି ମାତ୍ର ୨୦ ବର୍ଷ ବୟସରେ ଭାରତ ପାଇଁ ଡେବ୍ୟୁ କରିଥିଲେ। ସେ ମାତ୍ର ୨୧ ବର୍ଷ ବୟସରେ ଭାରତୀୟ ଦଳର ଅଧିନାୟକ ହେବାର ସୁଯୋଗ ପାଇଲେ।
ଷାଠିଏ ଦଶକରେ ପଟୌଦିଙ୍କ ଲୋକପ୍ରିୟତା ଶିଖରରେ ଥିଲା। ତାଙ୍କର ଲକ୍ଷ ଲକ୍ଷ ପ୍ରଶଂସକ ଥିଲେ, କିନ୍ତୁ ସେ ହିନ୍ଦୁ-ବଙ୍ଗାଳୀ ପରିବାରର ବଲିଉଡ ଅଭିନେତ୍ରୀ ଶର୍ମିଳା ଟାଗୋରଙ୍କ ପ୍ରେମରେ ପଡିଥିଲେ। ମନସୁରଙ୍କ ସହ ଶର୍ମିଳାଙ୍କ ସାକ୍ଷାତ ପ୍ରଥମେ କୋଲକତାରେ ହୋଇଥିଲା। ସେ ସମୟରେ ମନସୁର ଭାରତୀୟ କ୍ରିକେଟ ଜଗତର ଜଣେ ଟପ ଖେଳାଳି ଥିଲେ। ପ୍ରଥମ ଦେଖାରେ ସେମାନଙ୍କ ମଧ୍ୟରେ ପ୍ରେମ ହୋଇଯାଇଥିଲା। ପଟୌଦି ଶର୍ମିଳାଙ୍କୁ ଇମ୍ପ୍ରେସ କରିବାକୁ ଗିଫ୍ଟରେ ତାଙ୍କୁ ଫ୍ରିଜ ଦେଇଥିଲେ। କାରଣ ସେତେବେଳେ ସବୁଠୁ ଦାମିକିଆ ଜିନିଷ ମଧ୍ୟରେ ଫ୍ରିଜ ଥିଲା ଅନ୍ୟତମ। ତେବେ ଶର୍ମିଳା ଏତେ ଜଲଦି ହଁ କହି ନ ଥିଲେ। ସେ କହିଥିଲେ ଯଦି ପଟୌଦି ଲଗାତାର ତିନୋଟି ଛକା ମାରି ଭାରତକୁ ଜିତେଇବେ। ତେବେ ବିବାହ କରିବାକୁ ହଁ କହିବେ। ପ୍ରେମରେ ପାଗଳ ହୋଇ ଥିବା ପଟୌଦି ନିଜ ପ୍ରେମ ପାଇଁ ତିନୋଟି ଛକା ମାରି ଶର୍ମିଳାଙ୍କ ହୃଦୟ ଜିତିଥିଲେ। ପରେ ୧୯୬୯ ମସିହାରେ ଦୁହେଁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ସୂଚନା; ଆଇସିୟୁ, ଭେଣ୍ଟିଲେଟର୍‌ ବିନା ଆୟୁଷ୍ମାନ୍‌ ଅପରେଶନ ମନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଆଇସିୟୁ ଓ ଭେଣ୍ଟିଲେଟର୍‌ ନ ଥିଲେ ଆୟୁଷ୍ମାନ ଅନୁଦାନରେ ଅପରେଶନ ହୋଇପାରିବନି । ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକ ବିରୋଧରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ…

କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି…

ଜୟଆଲୁକ୍କାସ ପକ୍ଷରୁ ଜୟୱାଲି ଦିୱାଲି ଉତ୍ସବ

ଭୁବନେଶ୍ୱର, ୧୩ା୧୦: ପାର୍ବଣକୁ ଦୃଷ୍ଟିରେ ରଖି ଜୟଆଲୁକ୍କାସ ପକ୍ଷରୁ ‘ଜୟୱାଲି ଦିୱାଲି’ ଉତ୍ସବ ଆରମ୍ଭ ହୋଇଛି। ଏହି ଅବସରରେ ଅଳଙ୍କାର ମେକିଙ୍ଗ ଚାର୍ଜ ଉପରେ ୫୦% ରିହାତି…

ହୋଟେଲ୍‌ରେ CCTV ବାଧ୍ୟତାମୂଳକ, ୭ ଦିନ ମଧ୍ୟରେ କାର୍ଯ୍ୟକାରୀ ନହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅସାମାଜିକ କାର୍ଯ୍ୟକଳାପକୁ ରୋକିବା ପାଇଁ କନ୍ଧମାଳ ପୋଲିସ ଏବେ ବଡ଼ ପଦକ୍ଷେପ ନେଇଛି । କନ୍ଧମାଳ ଏସପି…

କ୍ରିକେଟ ଜଗତରେ ଖୁବ ଚର୍ଚ୍ଚା, କାହାକୁ ଭୁଲ ମାଗିଲେ ଆକୃତି? ନିର୍ବନ୍ଧ ଭାଙ୍ଗିବାର ୨୬ ଦିନ ପରେ ପୁଣି ଏକାଠି ହୋଇଛନ୍ତି ଆକୃତି ଅଗ୍ରୱାଲ-ପୃଥ୍ବୀ ଶ’

ନୂଆଦିଲ୍ଲୀ,୧୩।୧୦: ଭାରତୀୟ ଦଳର ଓପନର୍‌ ପୃଥ୍ବୀ ଶ’ଙ୍କ ମଙ୍ଗେତର (fianc଼e) ଆକୃତି ଅଗ୍ରୱାଲ ଗତ ସେପ୍ଟେମ୍ବର ୧୭ରେ ସେମାନଙ୍କ ନିର୍ବନ୍ଧ ଭାଙ୍ଗିଯାଇଥିବା ନେଇ ଘୋଷଣା କରିଥିଲେ। କିନ୍ତୁ…

ବିଶ୍ୱକପ୍‌ ୨୦୨୭ ପୂର୍ବରୁ ଗମ୍ଭୀରଙ୍କୁ କୈଫ୍‌ଙ୍କ ଚେତାବନୀ, ବିରାଟ-ରୋହିତ ନୁହେଁ….

ନୂଆଦିଲ୍ଲୀ,୧୩।୧୦: ଆସନ୍ତା ୨୦୨୭ ଦିନିକିଆ ବିଶ୍ୱକପ୍‌କୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। କେଉଁ ଖେଳାଳି ବିଶ୍ୱକପ୍‌ ଦଳରେ ସ୍ଥାନ ପାଇବେ, ତାହାକୁ ନେଇ…

ପନ୍ତଙ୍କ ସ୍ଥାନ ନେବାର ସୁଯୋଗ ପାଇପାରନ୍ତି ଏହି ଖେଳାଳି, ଟି ୨୦ ପରେ ଏବେ ଟେଷ୍ଟ ଟିମରେ…

ନୂଆଦିଲ୍ଲୀ,୧୩।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଆଗାମୀ ଟେଷ୍ଟ ମ୍ୟାଚରେ ଭାରତୀୟ ୱିକେଟ କିପର-ବ୍ୟାଟର ଋଷଭ ପନ୍ତଙ୍କ ଅଂଶଗ୍ରହଣ ତାଙ୍କ ଫିଟନେସ ଉପରେ ନିର୍ଭର କରିବ। ଆହତ ସମସ୍ୟା ଯୋଗୁ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଭେଟିଲେ ରଶ୍ମିକା-ବିଜୟ; ଫଟୋ ଶେୟାର କରି ପ୍ରକାଶ କଲେ ହୃଦୟସ୍ପର୍ଶୀ ଭାବନା

ଚେନ୍ନାଇ,୧୩।୧୦: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଅଭିନେତ୍ରୀ ରଶ୍ମିକା ମନ୍ଧାନାଙ୍କ ସହ ଅଭିନେତା ତଥା ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କୁ ଭେଟିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?