Posted inଫୁରସତ

ଏହି ଗାଁରେ କେହି କରନ୍ତି ନାହିଁ ନିଶାଦ୍ରବ୍ୟ ସେବନ

ହରିୟାଣାର ଶେଷ ମୁଣ୍ଡରେ ଅର୍ଥାତ୍‌ ରାଜସ୍ଥାନକୁ ଲାଗି ରହିଥିବା ଗାଁ ହେଉଛି ଟିକଲା। ଏହି ଗାଁରେ କେହି କେବେ କୌଣସି ନିଶା ଦ୍ରବ୍ୟ ସେବନ କରନ୍ତି ନାହିଁ ବୋଲି କୁହାଯାଏ। ଏହି ଗାଁର ଲୋକ ସଂଖ୍ୟା ପ୍ରାୟ ୧୫ ଶହ ହୋଇଥିବା ବେଳେ ଏତେ ଛୋଟ ଗାଁରେ ରହି ମଧ୍ୟ କାହିଁ କେଉଁ ବର୍ଷରୁ ଏଠାରେ ଲୋକେ କୌଣସି ନିଶା ଦ୍ରବ୍ୟ ବ୍ୟବହାର କରୁ ନ ଥିବା ଦେଖିବାକୁ ମିଳେ। ଆହୁରି ଆଶ୍ଚର୍ଯ୍ୟର କଥା ହେଉଛି ଯଦି କେହି ବାହାର ବ୍ୟକ୍ତି କୌଣସି ନିଶାଦ୍ରବ୍ୟ ବ୍ୟବହାର କରୁଥାଆନ୍ତି ତେବେ ଏହି ଗାଁକୁ ଆସିଲେ ତାଙ୍କୁ ଏହା ଛାଡିବାକୁ ପଡିଥାଏ। ଏହା ବ୍ୟତୀତ ବାହାରୁ ଆସୁଥିବା ବ୍ୟକ୍ତିଙ୍କୁ ଗାଁରେ ପ୍ରବେଶ ପୂର୍ବରୁ ସେ ନିଶା ସେବନ କରୁଛନ୍ତି କି ନା ତାହା ପଚରା ଯାଇଥାଏ। ଏହାକୁ ନେଇ ଗାଁ ଲୋକେ ଖୁବ୍‌ ଖୁସି ଥିବା କୁହନ୍ତି। ସ୍ଥାନୀୟ ଲୋକଙ୍କ କହିବା କଥା ହେଲା ଏଠାରେ ବାବା ଭଗବାନଦାସଙ୍କ ମନ୍ଦିର ରହିଛି। ଯେଉଁଠି ବାବାଙ୍କୁ ସମାଧି ଦିଆଯାଇଥିଲା। ବାବା ଭଗବାନଦାସ କେବେ କୌଣସି ନିଶାଦ୍ରବ୍ୟ ବ୍ୟବହାର କରୁ ନ ଥିବା ବେଳେ ଅନ୍ୟମାନଙ୍କୁ ମଧ୍ୟ ଏହାଠାରୁ ଦୂରେଇ ରହିବାକୁ କହୁଥିଲେ। ବାବା ଜୀବିତ ଥିବା ସମୟରେ ଅନେକ ଅଲୌକିକ ଘଟଣା ଘଟିଥିବାରୁ ସ୍ଥାନୀୟ ବାସିନ୍ଦାଙ୍କର ବାବାଙ୍କ ଉପରେ ଅଖଣ୍ଡ ବିଶ୍ୱାସ ରହିଛି। ଏହି ବିଶ୍ୱାସ ଯୋଗୁ ଟିକଲା ଗାଁର ଲୋକେ ଆଜିବି ସବୁ ପ୍ରକାର ନିଶା ଦ୍ରବ୍ୟଠାରୁ ଦୂରେଇ ରହିଛନ୍ତି ବୋଲି କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ମୌସୁମୀ, ଖୁବଶୀଘ୍ର ଛୁଇଁବ କେରଳ

ନୂଆଦିଲ୍ଲୀ,୨।୬: ଦେଶର ପାଣିପାଗ ଢାଞ୍ଚାରେ ଏକ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ଯେକୌଣସି ମୁହୂର୍ତ୍ତରେ କେରଳରେ ପହଞ୍ଚିପାରେ।…

ଶିମିଳିପାଳରେ ମାଉସ୍‌ ଡିଅର: ଜୋର୍‌ ଧରିଲା ଚର୍ଚ୍ଚା

ବାରିପଦା,୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ଓଡ଼ିଶାର ଏକ ଅନନ୍ୟ ବନ୍ୟପ୍ରାଣୀ ଆବାସସ୍ଥଳୀ ଭାବେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଠାରେ ବିଶ୍ୱର କ୍ଷୁଦ୍ର…

ଶୈବପୀଠକୁ ୨ କୋଟି ଟଙ୍କା ମଞ୍ଜୁର: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମାସ୍ଥିତ ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ରାଜ୍ୟ ସରକାର ୨କୋଟି ଟଙ୍କା…

ବିନା କଟ୍‌ନୀରେ ମଣ୍ଡିରୁ ଉଠୁନି ଧାନ: ସିଏସ୍‌ଓଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ବିତି ଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ବିକ୍ରିବଟାରେ ଦେଖାଯାଇଥିବା ସମସ୍ୟା ଅସମାହିତ ରହିଛି। ଟୋକନ ସମସ୍ୟା…

ଭାଜପା ଛାଡ଼ି ନୂଆ ଦଳ ଗଢ଼ିବେ ଆନ୍ନାମଲାଇ, କାହିଁକି ଏହି ନିଷ୍ପତ୍ତି ଜାଣନ୍ତୁ

ଚେନ୍ନାଇ,୨।୬: ଦକ୍ଷିଣ ଭାରତରେ ଭାଜପାର ଅନ୍ୟତମ ପ୍ରମୁଖ ଚେହେରା ତଥା ତାମିଲନାଡୁରେ ଦଳର ପୂର୍ବତନ ସଭାପତି କେ. ଆନ୍ନାମଲାଇ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି । ସେ…

ଏନ୍‌ଭିଡିଆ ଆଣିଲା ଶକ୍ତିଶାଳୀ ଚିପ୍‌: ପିସି, ଲାପ୍‌ଟପ୍‌ କ୍ଷେତ୍ରରେ ଆସିବ ଏଆଇ କ୍ରାନ୍ତି

ତାଇପେଇ,୨ା୬(ରଏଟର୍ସ):ବିଶ୍ୱର ପ୍ରମୁଖ ଚିପ୍‌ ନିର୍ମାଣକାରୀ ସଂସ୍ଥା ‘ଏନ୍‌ଭିଡିଆ’ ବ୍ୟକ୍ତିଗତ କମ୍ପ୍ୟୁଟର (ପିସି) ଏବଂ ଲାପ୍‌ଟପ୍‌ ଜଗତରେ ବଡ଼ ବିପ୍ଳବ ଆଣିବାକୁ ଯାଉଛି। କମ୍ପାନୀ ପକ୍ଷରୁ ସୋମବାର ଏକ…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri