Posted inଖେଳ

ଏହି ଘଟଣା ପରେ ୧୪ ଦିନ ଭୟରେ ଘରୁ ବାହାରି ନ ଥିଲେ, ଏବେ ଭାରତୀୟ କ୍ରିକେଟ ଦଳ ପାଇଁ ସାଜିଛନ୍ତି ସଙ୍କଟମୋଚକ

ଭାରତୀୟ କ୍ରିକେଟ ଦଳରେ ଏବେ ସଙ୍କଟମୋଚକ ସାଜିଛନ୍ତି ବ୍ୟାଟ୍ସମ୍ୟାନ୍‌ କେ.ଏଲ୍‌. ରାହୁଲ। ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ସିରିଜରେ ସେ ଦଳ ପାଇଁ କେବଳ ଓପନିଂ କରୁନାହାନ୍ତି, ଉଇକେଟ୍‌କିପିଂରେ ମଧ୍ୟ ଭଲ ପ୍ରଦର୍ଶନ କରୁଛନ୍ତି। ଋଷଭ ପନ୍ତଙ୍କ ସ୍ଥାନରେ ଉଇକେଟକିପିଂ କରୁଥିବା ରାହୁଲଙ୍କ ପ୍ରଦର୍ଶନ ଦେଖି ଆଗାମୀ ଦିନରେ ଦଳରେ ତାଙ୍କ ସ୍ଥାନ ପକ୍କା ବୋଲି କୁହାଯାଉଛି। କାରଣ ଋଷଭ ଭଲ ଉଇକେଟ୍‌ କିପିଂ କରୁଥିଲେ ମଧ୍ୟ ବ୍ୟାଟିଂ ସେତେଟା ଭଲ ପ୍ରଦର୍ଶନ କରିପାରିନାହାନ୍ତି। କିନ୍ତୁ ଦିନଥିଲା ରାହୁଲଙ୍କ କ୍ରିକେଟ କ୍ୟାରିୟର ଅନ୍ଧକାର ଭିତରକୁ ଚାଲିଯାଇଥିଲା। ସେ ପୁଣି କ୍ରିକେଟକୁ କେବେ ଫେରିବେ ତାହା ଚିନ୍ତା ମଧ୍ୟ କରି ନ ଥିଲେ। ଏକ ଟେଲିଭଜନ ଶୋ’ରେ ସାଥୀ ଖେଳାଳି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଯୋଗ ଦେଇଥିଲେ ରାହୁଲ। ପାଣ୍ଡ୍ୟା ମହିଳାଙ୍କ ଉପରେ ଅଶାଳୀନ ମନ୍ତବ୍ୟ ଦେଇଥିବାବେଳେ ଏହାକୁ ସମର୍ଥନ କରିଥିଲେ ରାହୁଲ। ଯାହାକୁ ନେଇ ବେଶ୍‌ ଚର୍ଚ୍ଚା ହୋଇଥିଲା। ଏପରିକି ଶୋ’ ଉକ୍ତ ଏପସୋଡକୁ ପୁଣି ପ୍ରସାରଣ ନ କରିବା ପାଇଁ ନିର୍ଦ୍ଦେଶ ଦିଆଯାିଥିଲା। ଏହି ଘଟଣାପରେ କ୍ଷମା ମାଗିଥିଲେ ମଧ୍ୟ ଉଭୟଙ୍କୁ ଦୁଇଟି ମ୍ୟାଚ୍‌ରୁ ବାସନ୍ଦ କରିଥିଲା ବିସିସିଆଇ। ରାହୁଲ ଏହି ଘଟଣା ପରେ ଏତେ ଭାଙ୍ଗିପଡିଥିଲେ ଯେ, ଘରୁ ଦୁଇ ସପ୍ତାହ ପର୍ଯ୍ୟନ୍ତ ବାହାରି ନ ଥିଲେ। ଗୋଟିଏ ଘରେ ଶୋଇରହୁଥିଲେ। କେବଳ ରାହୁଲ ନୁହେଁ, ତାଙ୍କ ପରିବାର ଲୋକେ ମଧ୍ୟ ଏହି ଘଟଣାରେ ଭାଙ୍ଗିପଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri