Posted inଖେଳ

ଏହି ଝିଅଟିର ପ୍ରଶଂସାରେ ଶତମୁଖ ହେଲେ ରୋହିତ ଶର୍ମା

ଭାରତୀୟ କ୍ରିକେଟ ଦଳର ଓପନର୍‌ ରୋହିତ ଶର୍ମା ଜଣେ ୧୬ ବର୍ଷିୟା ଝିଅର ପ୍ରଂଶସାରେ ଶତମୁଖ ହୋଇଛନ୍ତି। ଆମେରିକାରେ ଆୟୋଜିତ ଜାତିସଂଘର ଉଚ୍ଚସ୍ତରୀୟ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀରେ ଅଭିଭାଷଣ ରଖି ସାରା ବିଶ୍ୱକୁ ଚମକାଇ ଦେଇଛନ୍ତି ସ୍ବିଡେନର ଝିଅ ଗ୍ରେଟା ଥନବର୍ଗ। ଗ୍ରେଟଙ୍କ ଭିଡିଓକୁ ରୋହିତ ଶେୟାର କରି କହିଛନ୍ତି, ପରିବେଶକୁ ବଞ୍ଚାଇବା ଦାୟିତ୍ୱ ପିଲାମାନଙ୍କ ଉପରେ ଛାଡିଦେବା ଉଚିତ୍‌ ନୁହେଁ। ଗ୍ରେଟାଙ୍କ ଭାଷଣ ପ୍ରେରଣାଦାୟକ। ଏବେ କୌଣସି ବାହାନା ଚଳିବ ନାହିଁ। ଆମେ ଆମ ଆଗାମୀ ପିଢି ପାଇଁ ଯତ୍ନବାନ ହେବା ଉଚିତ୍‌ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଜାତିସଂଘର ମହାସଚିବ ଏଣ୍ଟିନିୟୋ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବିଭିନ୍ନ ଦେଶର ପ୍ରମୁଖ ନେତାଙ୍କ ଆଗରେ ଜଳବାୟୁ ପରିବର୍ତ୍ତନ ନେଇ ଏମିତି ଭାଷଣ ଦେଇଥିଲେ ଯେ, ସମସ୍ତେ ସ୍ତବ୍ଧ ହୋଇ ଯାଇଥିଲେ। ଗ୍ରେଟା ଭାବପ୍ରବଣ ହୋଇ କହିଥିଲେ, ଜଳବାୟୁ ପରିବର୍ତ୍ତନ ପାଇଁ ଆମେ ସମସ୍ତେ ବିଲୁପ୍ତ ହେବା ସ୍ଥିତିକୁ ଆସିଗଲୁଣି। ହେଲେ ଆପଣମାନେ ଆର୍ଥିକ ବିକାଶ ଉପରେ ଆଲୋଚନା କରୁଛନ୍ତି। ଆପଣମାନେ ଆମମାନଙ୍କ ସ୍ବପ୍ନ, ପିଲାଦିନକୁ ନଷ୍ଟ କରିଛନ୍ତି। ଯୁବପିଢି ଭାବୁଛନ୍ତି ଆପଣ ଆମମାନଙ୍କ ସହିତ ଛଳନା କରିଛନ୍ତି। ଆପଣମାନଙ୍କ ପାଇଁ ବିଶ୍ୱର ଅନେକ ଲୋକ ଜଳବାୟୁ ପରିବର୍ତ୍ତନର ଶିକାର ହୋଇ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଯଦି ପୁଣିଥରେ ଆମମାନଙ୍କୁ ନିରାଶ କରିବେ ତାହେଲେ ଆମେ କେବେ କ୍ଷମା ଦେବୁନି ବୋଲି ଗ୍ରେଟା କ୍ଷୋଭର ସହ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାଂଲାଦେଶକୁ ହରାଇଲା ଭାରତ

ସିଲ୍‌ହେଟ୍‌,୨ା୫:ବାଂଲାଦେଶ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୭ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦୁଇ ଦଳ ମଧ୍ୟରେ ଚାଲିଥିବା ୫ ମ୍ୟାଚ...

ଟି୨୦ ବିଶ୍ୱକପ ଦଳ ଚୟନକୁ ସମର୍ଥନ କଲେ ରୋହିତ

ମୁମ୍ବାଇ,୨ା୫: ଟି୨୦ କ୍ରିକେଟ ବିଶ୍ୱକପ ପାଇଁ ଦଳ ଚୟନକୁ ସମର୍ଥନ କରିଛନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା। ଗୁରବାର ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା...

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍...

ଏହି ଫଟୋ ଶେୟାର କରି କପିରାଇଟ୍‌ ଲଗାଇବାକୁ ଏକ୍ସ ମାଲିକଙ୍କୁ ଦାବି କଲେ ଚହଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲ,୨।୫: ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୪ରେ ଭଲ ବୋଲିଂ ପ୍ରଦର୍ଶନ କରୁଛନ୍ତି। ସେ ଟି-୨୦ ବିଶ୍ୱକପ ୨୦୨୪ରେ ଚୟନ ଆକାରରେ ତାଙ୍କର ଭଲ ବୋଲିଂ ପାଇଁ...

ଆଇପିଏଲ୍‌ ୨୦୨୪ ମଝିରେ ସିଏସ୍‌କେକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ବୁଧବାର ୫ମ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଟିମ୍‌ ଅନେକ ମାମଲାରେ ଦୁର୍ବଳ ନଜର...

ଶାହରୁଖଙ୍କ ଉପରେ ପ୍ରବଳ ରାଗିଗଲେ ପୁଅ ଅବରାମ:ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୫: ଆଜିକାଲି ଆଇପିଏଲର କ୍ରେଜ୍‌ ଚରମ ସୀମାରେ ପହଞ୍ଚିଛି। ନିକଟରେ କୋଲକାତା ଏବଂ ଦିଲ୍ଲୀ ମଧ୍ୟରେ ହୋଇଥିବା ମ୍ୟାଚରେ ଶାହାରୁଖ ଖାନ ଏବଂ ତାଙ୍କ ପୁଅ...

ଅରେଞ୍ଜ୍‌ କ୍ୟାପ୍‌ ଉପରେ କବ୍‌ଜା କଲେ ଗାଏକ୍ୱାଡ୍‌: ଏହି କ୍ରିକେଟର୍‌ଙ୍କ ପାଖରେ ଅଛି ପର୍ପଲ୍‌ କ୍ୟାପ୍‌

ନୂଆଦିଲ୍ଲୀ,୨।୫: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଋତୁରାଜ ଗାଇକ୍ୱାଡ ପଞ୍ଜାବ କିଙ୍ଗସ ବିପକ୍ଷରେ ୫ ଚୌକା ଓ ୨ ଛକା ସହାୟତାରେ ୪୮ ବଲରେ ୬୨...

ଆଇପିଏଲ୍‌ ପ୍ଲେ ଅଫ୍‌ ରେସ୍‌ ହେଉଛି ରୋଚକ: ଜାଣନ୍ତୁ କିଏ ଏବେ କେଉଁ ସ୍ଥାନରେ ଅଛନ୍ତି…

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ର ୪୯ତମ ମ୍ୟାଚରେ ପଞ୍ଜାବ କିଙ୍ଗସ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri