Posted inଖେଳ

ଏହି ପଦବୀ ହାତେଇବାକୁ ଚାହୁଁଛନ୍ତି ସେହଓ୍ବାଗ୍‌

ନୂଆଦିଲ୍ଲୀ, ୧୩।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହଓ୍ବାଗ୍‌ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ବେଳେବେଳେ ମଜାକିଆ ପୋଷ୍ଟ କରି ସେ ବେଶ୍‌ ଚର୍ଚ୍ଚାରେ ଥାନ୍ତି। ନିକଟରେ ସେ ଏକ ଟୁଇଟ କରି ଚୟନକର୍ତ୍ତା ହେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ମୋତେ ଚୟନକର୍ତ୍ତା ହେବାର ଅଛି, କିଏ ମୋତେ ଏହି ସୁଯୋଗ ଦେବ। ବାସ୍‌ ସେହଓ୍ବାଗଙ୍କ ଏହି ଟୁଇଟକୁ ନେଇ ୟୁଜର୍ସମାନେ ଭିନ୍ନ ଭିନ୍ନ ମତ ଦେଇଛନ୍ତି। ଜଣେ ୟୁଜର୍ସ ତ ତାଙ୍କ ଗାଁ ଟିମ୍‌ ଚୟନକର୍ତ୍ତା ହେବାକୁ ଅଫର୍‌ ଦେଇଛନ୍ତି। ଏଥିପାଇଁ ତାଙ୍କୁ ୫ ହଜାର ଟଙ୍କା ପାରିଶ୍ରମିକ ମିଳିବ। ଯଦି ସେହଓ୍ବାଗ୍‌ ଦଳକୁ କୋଚିଂ ଦେବେ ତେବେ ଆଉ ୫ ହଜାର ଟଙ୍କା ଅଧିକ ଦିଆଯିବ ବୋଲି ସେ କହିଛନ୍ତି। ଆଉ ଜଣେ ୟୁଜର୍ସ କହିଛନ୍ତି, ଏହି ପଦବୀ ପାଇଁ ଆପଣଙ୍କ ଯୋଗ୍ୟତା ନାହିଁ। ଖରାପ୍‌ ପ୍ରଦର୍ଶନ କରୁଥିବା ଖେଳାଳି ହିଁ ଏହି ସ୍ଥାନରେ ନିଯୁକ୍ତ ହୋଇଥାନ୍ତି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ସେହଓ୍ବାଗ ଏବେ ଚୟନକର୍ତ୍ତା ହୋଇପାରିବେ ନାହିଁ। କାରଣ ଚୟନକର୍ତ୍ତା ହେବା ପାଇଁ ଯୋଗ୍ୟତା ୬୦ ବର୍ଷରୁ ଅଧିକ ହୋଇଥିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri