ଏହି ମନ୍ଦିରରେ ଶୋଇବା ଅବସ୍ଥାରେଥିବା ହନୁମାନଙ୍କୁ କରାଯାଏ ପୂଜା…

ଆହ୍ଲାବାଦରେ ଥିବା ହନୁମାନ ମନ୍ଦିର ଏହାର ସ୍ବତନ୍ତ୍ର ନିର୍ମାଣଶୈଳୀ ପାଇଁ ପ୍ରସିଦ୍ଧ । ଏହା ପୃଥିବୀର ଏକମାତ୍ର ଏପରି ମନ୍ଦିର ଯେଉଁଠି ହନୁମାନଙ୍କ ମୂର୍ତ୍ତି ଶୋଇରହିଥିବା ଅବସ୍ଥାରେ ପୂଜା ପାଉଛନ୍ତି। କୁହାଯାଏ ଏହି ମନ୍ଦିରକୁ ଆସି ହନୁମାନଙ୍କ ଦର୍ଶନ ନ କଲେ ଆହ୍ଲାବାଦର ପବିତ୍ର ସଙ୍ଗମସ୍ଥଳକୁ ଆସୁଥିବା ତୀର୍ଥଯାତ୍ରୀଙ୍କ ଯାତ୍ରା ସମ୍ପୂର୍ଣ୍ଣ ହୋଇ ନ ଥାଏ। ନଦୀରେ ବନ୍ୟା ଆସିଲେ ଏହି ମନ୍ଦିର ବୁଡ଼ି ଯାଇଥାଏ । ପୁରାଣ ଅନୁସାରେ ଏହି ସମୟରେ ମାତା ଗଙ୍ଗା ହନୁମାନଙ୍କୁ ସ୍ନାନ କରାଇବାକୁ ଆସିଥାନ୍ତି । ପୁରାଣ ଅନୁସାରେ ଲଙ୍କାରେ ବିଜୟ ପ୍ରାପ୍ତି ପରେ ଭଗବାନ ଶ୍ରୀରାମ ଆହ୍ଲାବାଦର ସଙ୍ଗମସ୍ଥଳକୁ ସ୍ନାନ କରିବାକୁ ଆସିଥିଲେ । ଏହି ସମୟରେ ତାଙ୍କ ପ୍ରିୟ ଭକ୍ତ ହନୁମାନ ବିଶ୍ରାମ ପାଇଁ ଏଠାରେ କିଛି କ୍ଷଣ ଲାଗି ଗଡ଼ି ପଡିଥିଲେ । ଏହା ଦେଖି ମାତା ଜାନକୀ ନିଜ ମଥାର ସିନ୍ଦୂରରେ ତାଙ୍କ ଶ୍ରମ ଲାଘବ କରି ଚିରଞ୍ଜିବୀ ହେବାକୁ ଆଶୀର୍ବାଦ ଦେଇଥିଲେ । ସେହିଦିନ ଠାରୁ ଏହି ମନ୍ଦିରରେ ହନୁମାନଙ୍କୁ ସିନ୍ଦୂର ଚଢାଇବାର ପରମ୍ପରା ରହିଛି । ୧୭୮୭ରେ ଏହି ମନ୍ଦିରର ନିର୍ମାଣ ହୋଇଥିଲା। ମନ୍ଦିରରେ ୨୦ ଫୁଟର ହନୁମାନ ମୂର୍ତ୍ତି ଶୋଇଥିବା ଅବସ୍ଥାରେ ରହିଛନ୍ତି । ମନ୍ଦିରରେ ଶ୍ରୀରାମ ଓ ଲକ୍ଷ୍ମଣଙ୍କ ମୂର୍ତ୍ତି ମଧ୍ୟ ରହିଛି । ମନ୍ଦିର ଶ୍ରଦ୍ଧାଳୁଙ୍କ ପାଇଁ ରାତି ସାରା ଖୋଲା ରହିଥାଏ । ବିଶ୍ୱାସ ରହିଛି ଏହି ମନ୍ଦିରରେ ମାନସିକ କଲେ ତାହା ହନୁମାନ ପୂରଣ କରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri