ଏହି ସବୁ କାରଣରୁ ଅଟକି ରହିଥାଏ ଆପଣଙ୍କ ସଫଳତା, ଆଉ ପିଛା ଛାଡିନଥାଏ ଦୁର୍ଭାଗ୍ୟ

ଅଧିକାଂଶ ସମୟରେ ଅନେକ ବ୍ୟକ୍ତିମାନେ ବାରମ୍ବାର ପ୍ରୟାସ ଜାରି କରିବା ସତ୍ତ୍ବେ ମଧ୍ୟ ସଫଳତା ପାଇ ନ ଥାନ୍ତି। କିନ୍ତୁ ଆପଣମାନେ ଜାଣିଛନ୍ତି କି ଘରର ବାସ୍ତୁ ଦୋଷରୁ ମଧ୍ୟ ଏପରି ବାରମ୍ବାର ଅସଫଳତାର ସାମ୍ନା କରିବାକୁ ପଡ଼ିଥାଏ। ଯଦି ଘରେ କୌଣସି ପ୍ରକାର ବାସ୍ତୁ ଦୋଷ ରହିଥାଏ, ତେବେ ସେହି ଘରର ସଦସ୍ୟ ବିଭିନ୍ନ ପ୍ରକାର ବାଧା-ବିଘ୍ନ, ରୋଗ ଏବଂ ଦୁର୍ଭାଗ୍ୟର ଶିକାର ହୋଇଥାନ୍ତି। ଏହି କାରଣରୁ ଆପଣମାନେ ଘରର ବାସ୍ତୁଦୋଷ ଦୂର କରିବା ପାଇଁ ଏହି ସବୁ ଦିଗ ପ୍ରତି ଧ୍ୟାନ ଦିଅନ୍ତୁ।


*ଘର ଭିତରେ ବୋନସାଇ ବା କୌଣସି କଣ୍ଟା ଜାତୀୟ ଗଛ ଲଗାଇବା ଅନୁଚିତ୍‌। କାରଣ ଏପରି କରିବା ଦ୍ବାରା ନକରାତ୍ମକ ଶକ୍ତିର ପ୍ରଭାବ ବଢିଥାଏ।

*ଘରର ଉତ୍ତର-ପୂର୍ବ ଦିଗରେ କେବେ ମଧ୍ୟ ଓଜନ ବା ଭାରି ମୂର୍ତ୍ତି ରଖନ୍ତୁ ନାହିଁ। କାରଣ ଏହା ଦ୍ବାରା ଘରେ ନକରାତ୍ମକ ଶକ୍ତିର ପ୍ରଭାବ ପଡ଼ିଥାଏ।


*ସେହିପରି ଶୋଇବା ଖଟ ତଳେ ଜୋତା ବା ଚପଲ ରଖିବା ଅନୁଚିତ୍‌। କାରଣ ଏପରି କରିବା ଦ୍ବାରା ମାନସିକ ଚିନ୍ତା ବଢିଥାଏ।


*ଦେବୀ, ଦେବତାଙ୍କ ଖଣ୍ଡିତ ମୂର୍ତ୍ତି ମଧ୍ୟ ଘରେ ରଖିବା ଭଲ ନୁହେଁ। ଏହାଦ୍ୱାରା ଆପଣଙ୍କୁ ସଫଳତା ବଦଳରେ ବିଫଳତା ମିଳିବା ସହ ଘରକୁ ର୍ଦୁଃଭାଗ୍ୟ ଆସିଥାଏ।


*ଏହା ବ୍ୟତୀତ ବନ୍ଦ ହୋଇଯାଇଥିବା ବା ଭାଙ୍ଗି ଯାଇଥିବା ଘଣ୍ଟା ମଧ୍ୟ ରଖିବା ଦ୍ବାରା ଘରେ ନକରାତ୍ମକ ଶକ୍ତିର ପ୍ରଭାବ ପଡ଼ିଥାଏ।
*ସେହିପରି ଉତ୍ତର ଏବଂ ପଶ୍ଚିମ ଦିଗ ମଧ୍ୟ ଅନ୍ଧାର ହେବା ଭଲ ନୁହେଁ। କାରଣ ଏହି ଦିଗର ସମ୍ବନ୍ଧ ସିଧା ଘରର ଆର୍ଥିକ ସ୍ଥିତି ସହ ଜଡ଼ିତ ହୋଇ ରହିଥାଏ।
*ଏଥିସହ ପୂଜା କିମ୍ବା ଦାନ ଦେବା ପାଇଁ ଆଣିଥିବା କୌଣସି ବସ୍ତୁକୁ ଅଧିକ ଦିନ ପର୍ଯ୍ୟନ୍ତ ଘରେ ରଖିନ୍ତୁ ନାହିଁ। ଏହା ଘରେ ନକାରାତ୍ମକ ପ୍ରଭାବ ପକାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri