Posted inଜାତୀୟ

ଏହି ହୋଟେଲରେ ରାତ୍ରୀ ଯାପନ କରିବେ ଟ୍ରମ୍ପ

ନୂଆଦିଲ୍ଳୀ,୨୪।୨: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଗୁଜରାଟର ଅହମଦାବାଦ ବିମାନ ବନ୍ଦରରେ ଟ୍ରମ୍ପ ନିଜ ପରିବାରଙ୍କ ସହ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଭବ୍ୟ ସ୍ବାଗତ କରିଥିଲେ। ଏହାପରେ ସେ ‘ ନମସ୍ତେ ଟ୍ରମ୍ପ’ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଟ୍ରମ୍ପ ଆଜି ରାତ୍ରୀ ଯାପନ ଦିଲ୍ଲୀରେ କରିବେ ବୋଲି ସୂଚନା ମିଳିଛି।

ଦିଲ୍ଲୀ ଚାଣକ୍ୟପୁରୀର ଆଇଟିସି ମୋର୍ଯ୍ୟା ହୋଟେଲରେ ଥିବା ଗ୍ରାଣ୍ଡ ପ୍ରେସିଡେନ୍ସିଆଲ ସୁଇଟ୍‌ (ଚାଣକ୍ୟ ସୁଇଟ)ରେ ଟ୍ରମ୍ପ ଓ ତାଙ୍କ ପରିବାର ରହିବେ। ଏଥିପାଇଁ ହୋଟେଲ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଏହି ବିଳାସମୟ ହୋଟେଲର ୧୪ମହଲାରେ ଚାଣକ୍ୟ ସୁଇଟ୍‌ ରହିଛି। ଏଠାରେ ଗୋଟିଏ ରାତି କଟାଇବାକୁ ଦେବାକୁ ପଡ଼ିଥାଏ ପ୍ରାୟ ୮ଲକ୍ଷ ଟଙ୍କା। ତେବେ ଚାଣକ୍ୟ ସୁଇଟ୍‌ରେ ରାତି କଟାଇଥିବା ରାଷ୍ଟ୍ରପତିଙ୍କ ମଧ୍ୟରୁ ଟ୍ରମ୍ପ ହେବେ ଆମେରିକାର ୪ର୍ଥ ରାଷ୍ଟ୍ରପତି। ଏହା ପୂର୍ବରୁ ବିଲ୍‌ କ୍ଲିଣ୍ଟନ୍‌, ଜର୍ଜ ଡବ୍ଲୁ ବୁଶ୍‌ ଓ ବରାକ ଅବାମା ଏହି ହୋଟେଲରେ ରହିସାରିଛନ୍ତି।

ଏହି ହୋଟେଲରେ ବହୁ ସୁନ୍ଦର ସାଜସଜ୍ଜା କରାଯାଇଥିବା ବେଳେ ଏଥିରେ ସମସ୍ତ ପ୍ରକାରର ସୁବିଧା ଉପଲବ୍ଧ ରିହିଛି। ସେହିପରି ହୋଟେଲର ବୁଖାରା ରେଷ୍ଟୁରାଣ୍ଟରେ ଟ୍ରମ୍ପ ଭୋଜନ କରିବେ ବୋଲି ଜଣାପଡ଼ିଛି। ସେ ପହଞ୍ଚିବା ପରେ ତାଙ୍କ ପାଇଁ ସ୍ବତନ୍ତ୍ର ଶେଫ୍‌ ନିୟୋଜିତ ହେବେ। ଏହାପରେ ଉକ୍ତ ଶେଫ ତାଙ୍କ ପାଇଁ ମିଠାରେ ପ୍ରଥମେ ଡାୟଟ କୋକ ଓ ଚେରୀ ଭାନିଲା ଆଇସ୍‌କ୍ରିମ୍‌ ତିଆରି କରିବେ। କାରଣ ଟ୍ରମ୍ପଙ୍କର ଏହା ବେଶ୍‌ ପସନ୍ଦ।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?