ଏହିସବୁ ଲକ୍ଷଣରୁ ଜଣାପଡ଼େ ଚର୍ମ କର୍କଟ

ଲୋକଙ୍କୁ ବିଭିନ୍ନ ପ୍ରକାରର କ୍ୟାନସର ବା କର୍କଟ ରୋଗ ହୋଇଥାଏ। ସେଥିମଧ୍ୟରୁ ସ୍କିନ୍‌ କ୍ୟାନସର ବା ଚର୍ମ କର୍କଟ ଅନ୍ୟତମ। ଯେତେବେଳେ ଚର୍ମର କୋଷିକା ଅସାମାନ୍ୟ ତରିକାରେ ବଢ଼ିଥାନ୍ତି ସେତେବେଳେ ଚର୍ମ କର୍କଟ ହୋଇଥାଏ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କୁହନ୍ତି। ଅଧିକ ସମୟ ଖରାରେ ରହିଲେ ଏହି ରୋଗ ହେବାର ଯଥେଷ୍ଟ ସମ୍ଭାବନା ରହିଥାଏ। ଶରୀରର ଯେଉଁ ଅଂଶରେ ସୂର୍ଯ୍ୟଙ୍କ ପ୍ରଖର କିରଣ ପଡ଼ିଥାଏ ସେହିଠାରେ ଚର୍ମ କର୍କଟ ହେବାର ସମ୍ଭାବନା ରହିଥାଏ। ଯେପରିକି ଆଙ୍ଗୁଠି, ନଖ, ତ୍ୱଚା, ପାଦ ଆଙ୍ଗୁଠି ଇତ୍ୟାଦିରେ ଏହି ରୋଗ ହେବାର ଆଶଙ୍କା ଦେଖା ଦେଇଥାଏ। ।

ଚର୍ମ କର୍କଟର ଲକ୍ଷଣ:

– ମୁଣ୍ଡ, ବେକ, ଆଖି ଏବଂ ଗାଲରେ ଅଚାନକ ପୋଡ଼ାଜଳା ହୋଇଥାଏ।

– ଚର୍ମରେ କିଛି ଦାଗ ଦେଖିବାକୁ ମିଳେ। ଏହି ଦାଗ ଯଦି ଦୀର୍ଘଦିନ ଧରି ନ ଲିଭେ ତେବେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ।

– ଯଦି ଚର୍ମରେ ହଠାତ୍‌ କଳାଜାଇ କିମ୍ବା ଏହାର ରଙ୍ଗ ପରିବର୍ତ୍ତନ ହୋଇଥାଏ ତେବେ ଆଦୌ ଅବହେଳା ନ କରି ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ।

– ବାରମ୍ବାର ଏକ୍‌ଜିମା ଚର୍ମ କର୍କଟର ଲକ୍ଷଣ

– ଖରାରେ ବାହାରକୁ ବାହାରିଲେ ଦେହହାତ ପୋଡ଼ା ଜଳା ହୋଇଥାଏ।

ଏହାର ଉପଚାର:

– ଅଧିକ ମାତ୍ରାରେ ପାଣି ପିଅନ୍ତୁ।

– ଖରାରେ ବାହାରୁଥିଲେ ଶରୀରକୁ ଢାଙ୍କି ବାହାରନ୍ତୁ।

– କମ୍‌ ମସଲାଯୁକ୍ତ ଖାଦ୍ୟ ଖାଆନ୍ତୁ।

– ଫ୍ୟାଟି ଏସିଡ୍‌ ଯୁକ୍ତ ଖାଦ୍ୟ ଯଥା ମାଂସ, ଫାଷ୍ଟଫୁଡ୍‌, କର୍ନ ଆଦି ଖାଦ୍ୟଠାରୁ ଦୂରେଇ ରୁହନ୍ତୁ।

– ସ୍କିନ୍‌ରେ ମଶ୍ଚରାଏଜର ଏବଂ ସନ୍‌ସ୍କ୍ରିନ୍‌ ଲୋଶନ ବ୍ୟବହାର କରନ୍ତୁ।

– ହଠାତ୍‌ ଶରୀରରେ କୌଣସି ଦାଗ ବା ଚିହ୍ନ ଦେଖାଦେଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri