ଏୟାର ଇଣ୍ଡିଆ ବିକ୍ରି; ମନ୍ତ୍ରିଗୋଷ୍ଠୀର ନେତୃତ୍ୱ ନେବେ ଅମିତ ଶାହ

ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏୟାର ଇଣ୍ଡିଆ ବିକ୍ରି(ପୁଞ୍ଜି ପ୍ରତ୍ୟାହାର) ସଂକ୍ରାନ୍ତ ପୁନର୍ଗଠିତ ମନ୍ତ୍ରିଗୋଷ୍ଠୀର ନେତୃତ୍ୱ ନେବେ। ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଏଥିରୁ ହଟାଇ ଦିଆଯାଇଛି। ଗୁରୁବାର ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ଏହି ମନ୍ତ୍ରିଗୋଷ୍ଠୀ ଏୟାର ଇଣ୍ଡିଆକୁ ବିକ୍ରି କରିବାର ପନ୍ଥାପଦ୍ଧତି ନିର୍ଦ୍ଧାରଣ କରିବେ। ଏହି ଗୋଷ୍ଠୀରେ ୪ କେନ୍ଦ୍ରମନ୍ତ୍ରୀ ଶାହ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌, ବାଣିଜ୍ୟ ଏବଂ ରେଳମନ୍ତ୍ରୀ ପୀୟୂଷ ଗୋୟଲ ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ରହିଛନ୍ତି। ସୂଚନାଥାଉ କି, ୨୦୧୭ ଜୁନ୍‌ରେ ପ୍ରଥମ ମନ୍ତ୍ରିଗୋଷ୍ଠୀ ଗଠନ କରାଯାଇଥିଲା। ଏହି ଗୋଷ୍ଠୀକୁ ଏୟାର ଇଣ୍ଡିଆ ସ୍ବତନ୍ତ୍ର ବିକଳ୍ପ ବ୍ୟବସ୍ଥା(ଏଆଇଏସ୍‌ଏଏମ୍‌) ନାମ ଦିଆଯାଇଥିଲା। ସେତେବେଳେ ଏହି ଗୋଷ୍ଠୀର ନେତୃତ୍ୱ ନେଇ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀ। ଏଥିରେ ୫ ଜଣ ସଦସ୍ୟ ଥିଲେ। ଅନ୍ୟ ୪ ଜଣ ଥିଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଅଶୋକ ଗଣପତି ରାଜୁ, ବିଦ୍ୟୁତ ଓ କୋଇଲା ମନ୍ତ୍ରୀ ପୀୟୂଷ ଗୋୟଲ, ରେଳମନ୍ତ୍ରୀ ସୁରେଶ ପ୍ରଭୁ ତଥା ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ। ମୋଦି୦୨.୦ ସରକାର କ୍ଷମତାକୁ ଆସିବା ପରେ ମନ୍ତ୍ରିଗୋଷ୍ଠୀର ପୁନର୍ଗଠନ କରାଯାଇ ଗଡ଼କରୀଙ୍କୁ ଏଥିରୁ ବାଦ୍‌ ଦିଆଯାଇଛି। ଏବେ ଏଥିରେ ୫ ବଦଳରେ ୪ ସଦସ୍ୟଙ୍କୁ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri