ଏୟାର ଇଣ୍ଡିଆ ବିକ୍ରି:ଜାନୁୟାରୀରେ ଆସିବ ଇଓଆଇ

ନୂଆଦିଲ୍ଲୀ,୮-୧: ସୌରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ବସିଥିବା ମନ୍ତ୍ରୀ ଗୋଷ୍ଠୀ ଏୟାର ଇଣ୍ଡିଆ ବିକ୍ରି ପାଇଁ ଏକ୍ସପ୍ରେଶନ ଅଫ୍‌ ଇଣ୍ଟରେଷ୍ଟ (ଇଓଆଇ) ଏବଂ ଶେୟାର ପରଚେଜ୍‌ ଏଗ୍ରିମେଣ୍ଟକୁ ମଙ୍ଗଳବାର ମଞ୍ଜୁରୀ ପ୍ରଦାନ କରିଛି। ଏହା ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଘରୋଇକରଣ ଦିଗରେ ଏକ ବଡ ପଦକ୍ଷେପ ବୋଲି ଜଣେ ସରକାରୀ ଅଧିକାରୀ ସୂଚନା ଦେଇଛନ୍ତି। ବିଡରଙ୍କ ଲାଗି ଚଳିତ ମାସରେ ଇଓଆଇ ଜାରି କରାଯିବ ବୋଲି ଅଧିକାରୀ ଜଣକ ମତ ଦେଇଛନ୍ତି। ଏଥିଲାଗି ମନ୍ତ୍ରୀଗୋଷ୍ଠୀ ଗତ ବର୍ଷ ସେପ୍ଟେମ୍ବରରେ ମଞ୍ଜୁରୀ ପ୍ରଦାନ କରିଥିଲା। ଗତ ବର୍ଷ ଏୟାର ଇଣ୍ଡିଆ ସ୍ପେଶିଫିକ ଅଲଟରନେଟିଭ ମେକାନିଜମ (ଏଆଇଏସ୍‌ଏଏମ୍‌) ବିମାନ କମ୍ପାନୀର ୧୦୦% ଅଂଶଧନ ବିକ୍ରିକୁ ମଞ୍ଜୁରୀ ପ୍ରଦାନ କରିଥିଲେ। ଏହା ସହ ଏୟାର ଇଣ୍ଡିଆ ଏକ୍ସପ୍ରେସ ଏବଂ ଯୌଥ ଉଦ୍ୟୋଗ ଏଆଇଏସ୍‌ଏଟିଏସ୍‌ର ମଧ୍ୟ ଘରୋଇକରଣ ନେଇ ପଥ ପରିସ୍କାର ହୋଇଛି। ବର୍ତ୍ତମାନ ଏୟାର ଇଣ୍ଡିଆ ଉପରେ ୮୦ ହଜାର କୋଟି ଟଙ୍କାର ଋଣ ରହିଛି। ୨୦୧୮-୧୯ ଆର୍ଥତ୍କ ବର୍ଷରେ ଏହା ୮,୫୫୬ କୋଟି ଟଙ୍କାର ନେଟ୍‌ କ୍ଷତି ସହିଛି। ସେହିଭଳି ଏହି ବିମାନ କମ୍ପାନୀ ଲାଗି ସ୍ବେଚ୍ଛାକୃତ ଅବସର ଯୋଜନା(ଭିଆର୍‌ଏସ୍‌) ଏବଂ ଋଣ ପୁନର୍ଗଠନ ଯୋଜନାକୁ ମଞ୍ଜୁରୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri