ଏୟାର ଇଣ୍ଡିଆର ବିକ୍ରି ପ୍ରୟାସ: ପଦୋନ୍ନତି, ନୂଆ ନିଯୁକ୍ତି ବନ୍ଦ

ନୂଆଦିଲ୍ଲୀ,୨୨ା୭: ଋଣରେ ବୁଡ଼ି ରହିଥିବା ଏୟାର ଇଣ୍ଡିଆକୁ ବିକ୍ରି କରିବା ଲାଗି ସରକାରଙ୍କ ପ୍ରୟାସ ଜୋର୍‌ଦାର ହୋଇଛି। ଏହି ରାଷ୍ଟ୍ରୀୟ ବିମାନ କମ୍ପାନୀରେ କର୍ମଚାରୀଙ୍କୁ ପଦନ୍ନୋତି ଓ ନୂଆ ନିଯୁକ୍ତିକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜଣେ ଅଧିକାରୀ ରବିବାର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଏୟାର ଇଣ୍ଡିଆ ଦୈନିକ ପ୍ରାୟ ୧୫ କୋଟି ଟଙ୍କା ରାଜସ୍ବ ଆୟ କରୁଛି। ଏହା ଉପରେ ଏବେ ପ୍ରାୟ ୫୦ ହଜାର କୋଟି ଟଙ୍କାର ଋଣ ବୋଝ ରହିଛି। ଏହାକୁ ବିକ୍ରି କରିବା ଲାଗି କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏକ ମନ୍ତ୍ରିଗୋଷ୍ଠୀ ଗଠନ କରାଯାଇଛି। ଏହାରି ନିର୍ଦ୍ଦେଶରେ ଚଳିତ ମାସ ୧୫ରୁ କମ୍ପାନୀର ଦୈନନ୍ଦିନ ପରିଚାଳନାକୁ ବନ୍ଦ କରିଦିଆଯାଇଛି। ବିଡ୍‌ ଆହ୍ବାନ ଲାଗି କମ୍ପାନୀର ଆକାଉଣ୍ଟସକୁ ଦର୍ଶାଇବା ଲାଗି ସ୍ଥିର ହୋଇଛି। କମ୍ପାନୀରେ ଏବେ ପ୍ରାୟ ୧୦ ହଜାର ନିୟମିତ କର୍ମଚାରୀ ରହିଛନ୍ତି। ତେବେ ଏ ସମ୍ପର୍କରେ ଏୟାର ଇଣ୍ଡିଆରୁ କୌଣସି ପ୍ରତିକ୍ରିୟା ମିଳିପାରିନି। ଆସନ୍ତା ୪-୫ ମାସ ଭିତରେ କମ୍ପାନୀକୁ ବିକ୍ରି କରିଦେବା ଲାଗି ସରକାର ବଦ୍ଧପରିକର ବୋଲି ଅର୍ଥ ମନ୍ତ୍ରଣାଳୟ ଅଧୀନ ଡିପାର୍ଟମେଣ୍ଟ ଅଫ୍‌ ଇନ୍‌ଭେଷ୍ଟମେଣ୍ଟ ଆଣ୍ଡ ପବ୍ଲିକ୍‌ ଆସେଟ୍‌ ମ୍ୟାନେଜମେଣ୍ଟ ସଚିବ ଅତନୁ ଚକ୍ରବର୍ତ୍ତୀ କହିଛନ୍ତି। ସୂଚନାଥାଉ କି, ୨୦୧୮ରେ କମ୍ପାନୀର ୭୬ ପ୍ରତିଶତ ଅଂଶଧନ ବିକ୍ରି ଲାଗି ସରକାରଙ୍କ ପ୍ରୟାସ ବିଫଳ ହୋଇଥିଲା। ୨୦୧୯-୨୦ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏୟାର ଇଣ୍ଡିଆକୁ ଯଥାଶୀଘ୍ର ବିକ୍ରି କରିଦେବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri