ଏୟାର ଫ୍ରେସନରର ବହୁଳ ବ୍ୟବହାର କ୍ଷତିକାରକ

ଘର ଭିତର ଭାଗର ପରିବେଶକୁ ସୁଗନ୍ଧମୟ କରିବାକୁ ଆଜିକାଲି ବିଭିନ୍ନ ପ୍ରକାରର ଏୟାର ଫ୍ରେସନର ବଜାରରେ ଉପଲବ୍ଧ। କିନ୍ତୁ ଏହାର ବହୁଳ ବ୍ୟବହାର ବାୟୁମଣ୍ଡଳ ପ୍ରତି କ୍ଷତିକାରକ ସାବ୍ୟସ୍ତ ହୋଇଥାଏ ବୋଲି ୟୁନିଭର୍ସିଟି ଅଫ ସିଡ୍‌ନୀର ବିଶେଷଜ୍ଞମାନେ ସତର୍କ କରାଇ ଦେଇଛନ୍ତି। ଉକ୍ତ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଏୟାର ଫ୍ରେସନର ବାୟୁମଣ୍ଡଳକୁ ସୁଗନ୍ଧିତ କରିଦିଏ, ହେଲେ ଏଥିରେ ଏପରି କେତେକ ତତ୍ତ୍ୱ ରହିଛି, ଯାହା ବାୟୁମଣ୍ଡଳରେ ଥିବା କେତେକ ସୂକ୍ଷ୍ମ ତଥା ସ୍ବାସ୍ଥ୍ୟ ପାଇଁ ଉପକାରୀ କଣିକାଗୁଡିକୁ ନଷ୍ଟ କରିଦିଏ। ଏଥିରେ ଥିବା ‘ଲିମୋଲିନ୍‌’ ତତ୍ତ୍ୱ ଘର ଭିତରକୁ ଆସୁଥିବା ବାୟୁକୁ ସୁଗନ୍ଧମୟ କରେ। କିନ୍ତୁ ଏହାର ବହୁଳ ବ୍ୟବହାର ଦ୍ୱାରା ଘରର ଆଭ୍ୟନ୍ତରୀଣ ବାୟୁକୁ ଦୂଷିତ କରିଦିଏ, ଯାହା କେତେକ ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିଥାଏ। ତେଣୁ ଏହାର ବ୍ୟବହାର ପ୍ରତି ଆମେ ସଚେତନ ରହିବା ଆବଶ୍ୟକ ବୋଲି ଏହି ଗବେଷଣାର ମୁଖ୍ୟ ଡା. ମିଶେଲ ଓ୍ବାରିଙ୍ଗ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇସିସି ଟି-୨୦ ବ୍ୟାଟିଂ ରାଙ୍କିଙ୍ଗରେ ବୈଭବଙ୍କ କମାଲ, ୨୩୦ ସ୍ଥାନରୁ ସିଧାସଳଖ ପହଞ୍ଚିଲେ …

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ନିଜର ଚମତ୍କାର ବ୍ୟାଟିଂ ବଳରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମାତ୍ର ୧୫ ବର୍ଷ…

ବଡ଼ ସଫଳତା: ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବେ ନିଯୁକ୍ତ କଲା ଏହି ଟିମ୍‌

ନୂଆଦିଲ୍ଲୀ,୩୦।୭: ଭାରତର ଯୁବ ବ୍ୟାଟିଂ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ନିଜର ଦ୍ରୁତ କ୍ରିକେଟ କ୍ୟାରିୟରରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଆଗାମୀ ଦଲୀପ ଟ୍ରଫି…

ସରକାରଙ୍କ ବଡ଼ ସୂଚନା: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା! ଜାଣନ୍ତୁ କେତେ…

ଭୁବନେଶ୍ୱର,୩୦।୭: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମାନଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାରୀ ସ୍ତରରେ ସେମାନଙ୍କ ଦରମା ବୃଦ୍ଧି…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ…

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫…

ଅଗ୍ନିବୀରଙ୍କ ପାଇଁ ଏସ୍‌ଏସ୍‌ବିରେ ୫୦% କନ୍‌ଷ୍ଟେବଲ ପଦବୀ ସଂରକ୍ଷିତ

ନୂଆଦିଲ୍ଲୀ,୩୦ା୭: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସଶସ୍ତ୍ର ସୀମା ବଳ (ଏସ୍‌ଏସ୍‌ବି) (ଯୁଦ୍ଧ ପାଇଁ ପ୍ରସ୍ତୁତ ସାଧାରଣ ଡ୍ୟୁଟି) ଗ୍ରୁପ୍‌ ‘ସି’ ପଦବୀ ନିଯୁକ୍ତି ନିୟମାବଳୀ, ୨୦୨୬ ଉପରେ…

ପରିବହନ ପ୍ରଦୂଷଣରୁ ପ୍ରତି ୬ ମିନିଟ୍‌ରେ ଜଣକ ଅକାଳ ମୃତ୍ୟୁ

ନୂଆଦିଲ୍ଲୀ,୩୦ା୭: ସଡ଼କ ପରିବହନଜନିତ ପ୍ରଦୂଷଣ ଭାରତରେ ଜନସ୍ବାସ୍ଥ୍ୟ ପ୍ରତି ବଡ଼ ସମସ୍ୟା ସୃଷ୍ଟି କରିଛି। ୨୦୨୪ରେ ଗାଡ଼ିମୋଟରଜନିତ ପ୍ରଦୂଷଣ କାରଣରୁ ପ୍ରତି ୬ ମିନିଟ୍‌ରେ ଜଣେ ବ୍ୟକ୍ତିଙ୍କ…

‘ମହାପ୍ରଭୁ ଜଗନ୍ନାଥ’ ଆନିମେଶନ ଚଳଚ୍ଚିତ୍ର ରିଲିଜ୍‌କୁ ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ: କେତେଜଣଙ୍କ ଆପତ୍ତି ପାଇଁ …

ନୂଆଦିଲ୍ଲୀ,୩୦ା୭ : ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’ର ମୁକ୍ତିଲାଭ ଉପରେ ରୋକ ଲଗାଇବାକୁ ଓଡ଼ିଶା ସରକାର କରିଥିବା ଆବେଦନକୁ ବୁଧବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। କେତେଜଣ ବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri