ଏୟାରଫିଲ୍ଡ ଥାନା ଏଏସ୍‌ଆଇଙ୍କ ନାଁରେ ମାମଲା

ଭୁବନେଶ୍ୱର,୭।୧୨(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର(ଡିଏନ୍‌ଏ): ଜଣେ ଠିକାଦାରଙ୍କୁ ଠକିବା ଅଭିଯୋଗରେ ଏୟାରଫିଲ୍ଡ ଥାନାର ଏଏସ୍‌ଆଇ ନବଘନ ସାହୁଙ୍କ ନାମରେ ମାମଲା ରୁଜୁ ହୋଇଛି। ପୋଖରୀପୁଟରେ ରହୁଥିବା ଠିକାଦାର ଅନୁପ କୁମାର ରଥଙ୍କ ଅଭିଯୋଗକ୍ରମେ ଏୟାରଫିଲ୍ଡ ଥାନା ପୋଲିସ ଆଇପିସି ଦଫା ୪୨୦, ୫୦୬, ୨୯୪ ଓ ୩୪୧ ଅନୁଯାୟୀ କେସ୍‌ ନଂ-୨୭୭/୧୯ରେ ଏକ ମାମଲା ରୁଜୁ କରିଛି। ନ୍ୟାୟ ପାଇଁ ଅନୁପ ବରିଷ୍ଠ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କିଛି ସୁଫଳ ମିଳି ନ ଥିଲା। ଶେଷରେ ସେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟର ଦ୍ୱାରସ୍ଥ ହୋଇଥିଲେ। କୋର୍ଟ ଅଭିଯୋଗର ଗୁରୁତ୍ୱକୁ ଦେଖି ଏୟାରଫିଲ୍ଡ ଥାନା ଅଧିକାରୀଙ୍କୁ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ଅଭିଯୋଗ ଅନୁଯାୟୀ, ଅନୁପଙ୍କ ଅଫିସ୍‌ ଏୟାରଫିଲ୍ଡ ଥାନା ଅଞ୍ଚଳରେ ହୋଇଥିବାରୁ ତାଙ୍କର ନବଘନଙ୍କ ସହ ପରିଚିତ ହୋଇଥିଲା। ନବଘନ ପଟିଆରେ ଏକ ଘର ତିଆରି କରିବା ପାଇଁ ଅନୁପଙ୍କୁ କହିଥିଲେ। ୩ ମହଲା ପାଇଁ ୮୦ ଲକ୍ଷ ଟଙ୍କା ଦେବା ଲାଗି ଉଭୟଙ୍କ ମଧ୍ୟରେ କଥାବାର୍ତ୍ତା ହୋଇଥିଲା। ଅନୁପ ୨୦୧୮ ନଭେମ୍ବରରେ ଘର ତିଆରି ଆରମ୍ଭ କରିଥିଲେ। ଘର କାମ ପ୍ରଥମ ତାଲା ପର୍ଯ୍ୟନ୍ତ ଯାଇଥିଲା। ହେଲେ ନବଘନ ୧୩ ଲକ୍ଷ ଟଙ୍କା ପ୍ରଥମେ ଦେଇଥିବା ବେଳେ ବାକି ୭ ଲକ୍ଷ ୫୯ ହଜାର ଟଙ୍କା ଆଉ ଦେଇ ନ ଥିଲେ। ଅନୁପ ଟଙ୍କା ମାଗିଲେ ସେ ଦିନ ଗଡ଼ାଇ ଚାଲିଥିଲେ। ଶେଷରେ ତାଙ୍କୁ ମିଛ ମାମଲାରେ ଫସାଇ ଦେବାକୁ ଧମକ ଦେଇଥିଲେ। ଫଳରେ ଅନୁପ ପୋଲିସ କମିଶନରଙ୍କ ଅଭିଯୋଗ ପ୍ରକୋଷ୍ଠରେ ଗତ ଅଗଷ୍ଟ ୨୬ରେ ଅଭିଯୋଗ କରିଥିଲେ। କମିଶନର ତଦନ୍ତ କରି ଅନୁପଙ୍କୁ ଟଙ୍କା ଦେବାକୁ ନବଘନଙ୍କୁ କହିଥିଲେ। କିନ୍ତୁ ନବଘନ ଟଙ୍କା ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri