Posted inଭଦ୍ରକ

ଐତିହାସିକ ବାସୁଦେବପୁର କାଳୀପୂଜା: ଶୋଭା ବଢ଼ାଉଛି ତୋରଣ, ଚିତ୍ରକଳ୍ପ

ବାସୁଦେବପୁର, ୩୧।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁରରେ ଜମୁଛି ଐତିହାସିକ କାଳୀପୂଜା। ୧୯୪୪ରେ ଏକ ଝାଟିମାଟି ଘରେ ଆରମ୍ଭ ହୋଇଥିଲା ଏହି ପୂଜା। ଚଳିତବର୍ଷ ସର୍ବପୁରାତନ ଆମ କାଳୀ କମିଟି ୭୫ ବର୍ଷ ପୂର୍ତ୍ତି ଅବସରରେ ହୀରକ ଜୟନ୍ତୀ ସମାରୋହ ପାଳନ କରୁଛି। ଏହାଛଡ଼ା ବାସୁଦେବପୁର ସହରରେ ବ୍ଲକ ରୋଡ୍‌, ହାଇସ୍କୁଲ ଛକ, କଚେରି ମଣ୍ଡପରେ ମା’ କାଳୀଙ୍କ ମୂର୍ତ୍ତି ଓ ପାର୍ଶ୍ୱ ଦେବଦେବୀ ମୂର୍ତ୍ତି ଆକର୍ଷଣୀୟ ହୋଇଛି। ରଙ୍ଗବେରଙ୍ଗର ଆଲୋକମାଳାରେ ପୂଜା ମଣ୍ଡପ ଓ ସହର ଝଲସୁଛି। ସେହିପରି ନିର୍ମିତ ଆକର୍ଷଣୀୟ ତୋରଣ ଓ ପୌରାଣିକ ଚିତ୍ରକଳ୍ପ ଶୋଭା ବଢ଼ାଉଛି। ଚଳିତବର୍ଷ ପୂଜାମଣ୍ଡପରେ ନିର୍ମିତ ପୌରାଣିକ ଚିତ୍ରକଳ୍ପ ବୀରତ୍ୱର କାହାଣୀ ବର୍ଣ୍ଣନା କରୁଛି। ଟ୍ରାଫିକ ଛକ ପୂଜା କମିଟିରେ ତ୍ରେତୟା ଯୁଗର କାହାଣୀ ଅଶ୍ୱମେଧ ଯଜ୍ଞରେ ପ୍ରଭୁ ରାମଚନ୍ଦ୍ର ଛାଡ଼ିଥିବା ଅଶ୍ୱକୁ ପୁତ୍ର ଲବକୁଶ ବାନ୍ଧି ନିଜର ବୀରତ୍ୱର ପରାକାଷ୍ଠା ଦେଖାଇଛନ୍ତି। ସେହିପରି ନିଳେନ୍ଦ୍ରୀ ହରଣ ଓ ତାରକା ସୁରବଦ୍ଧ ଚିତ୍ରକଳ୍ପକୁ ଅତି ନିଖୁଣ ଭାବେ ଉପସ୍ଥାପନ କରାଯାଇଛି। ବ୍ଲକ ରୋଡ୍‌ ପୂଜା କମିଟିରେ ମଧ୍ୟ ଅର୍ଜୁନଙ୍କର ବୀରତ୍ୱ କାହାଣୀ ଲାଖବିନ୍ଧ କରି ଦ୍ରୌପଦୀଙ୍କୁ ପାଇବା ଏବଂ କଚେରି ବଜାର ପୂଜାମଣ୍ଡପରେ କଂସରାଜଙ୍କ ଦରବାରରେ ମଲ୍ଲଯୋଦ୍ଧାଙ୍କ ବୀରତ୍ୱର ବାରୁଆଳି ଚିତ୍ତାକର୍ଷକ ହୋଇଛି। ଏଥର ସହରରେ କାଳୀପୂଜା ପାଇଁ ୪ କମିଟି ୪ଟି ଯାତ୍ରା ଦଳକୁ ଆଣୁଛନ୍ତି। ଏହି ଯାତ୍ରା ଦଳର ଆକର୍ଷଣୀୟ ପୋଷ୍ଟର ଦର୍ଶକଙ୍କୁ ବିମୋହିତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?