ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ: ପ୍ରକଳ୍ପ କାର୍ଯ୍ୟରେ ଯୋଗ ଦେବେ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଫିସର

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ। ସହରର ଭିତ୍ତିଭୂମି ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଉପରେ ରାଜ୍ୟ ସରକାର ବିଶେଷ ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ୫ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଯାଉଛି। ତେବେ ଏହାକୁ ତ୍ୱରାନ୍ବିତ କରିବାରେ ଜିଲାପାଳଙ୍କୁ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଜଣ ପ୍ରୋବେସନର(ଶିକ୍ଷାନବୀଶ) ଆଇଏଏସ୍‌ ଅଫିସରଙ୍କୁ ଶୁକ୍ରବାର ନିଯୁକ୍ତ କରିଛନ୍ତି। ସେମାନେ ହେଲେ ସୂର୍ଯ୍ୟବଂଶୀ ମୟୂର ବିକାଶ, କୀର୍ତ୍ତିଭାସନ ଭି, ଶୁଭଙ୍କର ମହାପାତ୍ର, ଜେ ସୋନାଲ, ଭୁବନେଶ ଦେବଦାସ ପାଟିଲ। ସମସ୍ତେ ୨୦୧୮ ବ୍ୟାଚ୍‌ର ଆଇଏଏସ୍‌ ଅଫିସର। ସେମାନେ ପୁରୀର ବିକାଶ ଲାଗି କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଦାୟିତ୍ୱରେ ରହିବେ। ନିଯୁକ୍ତି ପରେ ପୁରୀ ଯିବା ପୂର୍ବରୁ ସେମାନେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର୍‌ ବାଲକ୍ରିଷ୍ଣନ ଏବଂ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କଠାରୁ ସେମାନଙ୍କ ଦାୟିତ୍ୱ ସମ୍ପର୍କରେ ବୁଝାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରୀ ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

ନିତିନ ଗଡ଼କରୀଙ୍କୁ ଭେଟିଲେ ପ୍ରିୟଙ୍କା ଗାନ୍ଧୀ: ଆଲୋଚନାରେ ଉଠିଲା ‘ଭାଇ-ଭଉଣୀ’ କଥା

ନୂଆଦିଲ୍ଲୀ,୧୮ା୧୨: କେରଳର ବିକାଶମୂଳକ କାର୍ଯ୍ୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଭେଟିଛନ୍ତି ୱାୟାନାଡ୍ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା।...

ବଲାଙ୍ଗୀରରେ ଗଠନ ହେଲା ଭାଜପାର ୯୦ ଜଣିଆ ଟିମ୍‌, ସୁଦୃଢ଼ ହେବ…

ବଲାଙ୍ଗୀର,୧୮ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭାରତୀୟ ଜନତା ପାର୍ଟି ତରଫରୁ ଗୁରୁବାର ଜିଲା ସ୍ତରରେ ଏକ ବୈଠକ ପଥରଚେପା ଭାଜପା କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ଭାଜପା...

ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ

ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ...

ଜମୁଛି କାର୍ତ୍ତିକ-ଅନନ୍ୟାଙ୍କ ଯୋଡ଼ି, ଟ୍ରେଲର ରିଲିଜ ପରେ ସାମ୍ନାକୁ ଆସିଲା…

ମୁମ୍ବାଇ: କାର୍ତ୍ତିକ ଆର୍ଯ୍ୟନ ଏବଂ ଅନନ୍ୟା ପାଣ୍ଡେଙ୍କ ରୋମାଣ୍ଟିକ-କମେଡି ଫିଲ୍ମ ‘ତୁ ମେରି ମୈ ତେରା ମୈ ତେରା ତୁ ମେରି’ର ଟ୍ରେଲର ଗୁରୁବାର ରିଲିଜ...

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ମୁଖ୍ୟମନ୍ତ୍ରୀଙ୍କୁ ପୁନର୍ବିଚାର ପାଇଁ ଭାଜପା ବିଧାୟକଙ୍କ ପ୍ରସ୍ତାବ

ଭୁବନେଶ୍ବର,୧୮।୧୨: ଆଜି ଭାଜପା ବିଧାୟକ ଦଳର ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିଲା । ତେବେ ଆଜି ବୈଠକ ପରେ ଶାସକ ଦଳର ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ।...

ପୁଅ ପାଲଟିଲେ ରାକ୍ଷସ, କରତରେ ମା-ବାପାଙ୍କ ମୁଣ୍ଡ କାଟି ଖଣ୍ଡଖଣ୍ଡ କରି ନଦୀରେ ଫିଙ୍ଗିଲେ, ପୋଲିସ ଆଗରେ କହିଲେ…

ଲକ୍ଷ୍ନୌ,୧୮ା୧୨: ଉତ୍ତରପ୍ରଦେଶର ଜୌନପୁର ଜିଲାର ଜାଫରାବାଦ ଥାନା ଅଞ୍ଚଳର ଅହମଦପୁର ଗ୍ରାମରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏହି ଗାଁର ୩୭ ବର୍ଷୀୟ ଅମ୍ବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri