ଐଶ୍ୱର୍ଯ୍ୟାଙ୍କୁ ଏମିତି ପ୍ରପୋଜ୍‌ କରିଥିଲେ ଅଭିଷେକ

ଅଭିଷେକ୍‌ ଏବଂ ଐଶ୍ୱର୍ଯ୍ୟାଙ୍କୁ ବଲିଉଡ୍‌ର ମୋଷ୍ଟ ପାଓ୍ବାରଫୁଲ୍‌ କପଲ କୁହାଯାଏ। ୧୨ ବର୍ଷ ତଳେ ଦୁହେଁ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଆଜି ଅର୍ଥାତ୍‌ ବୁଧବାର ଅଭିଷେକଙ୍କ ଜନ୍ମଦିନ। ଆଜିର ଏହି ଖାସ୍‌ ଦିନରେ ଜାଣନ୍ତୁ କେମିତି ଆରମ୍ଭ ହୋଇଥିଲା ଦୁହିଁଙ୍କ ମଧ୍ୟରେ ପ୍ରେମ। ଫିଲ୍ମ ‘ବଣ୍ଟି ଏବଂ ବବ୍‌ଲି’ର କଜରାରେ ଗୀତର ଶୁଟିଂ ସମୟରେ ଦୁଇଜଣଙ୍କ ମଧ୍ୟରେ ଲୁଚାଛପା ପ୍ରେମ ଆରମ୍ଭ ହୋଇଥିଲା।


ଏକ ସାକ୍ଷାତକାରରେ ଐଶ୍ୱର୍ଯ୍ୟା କହିଥିଲେ, ହଲିଉଡ୍‌ ଷ୍ଟାଇଲ୍‌ରେ ଅଭିଷେକ ତାଙ୍କୁ ପ୍ରପୋଜ କରିଥିଲେ। ଅଭି ତାଙ୍କୁ ନ୍ୟୁୟର୍କରେ ପ୍ରପୋଜ୍‌ କରିଥିଲେ। ଦୁଇଜଣ ଏକ ହୋଟେଲ୍‌ର ବାଲକୋନିରେ ଠିଆ ହୋଇଥିବା ବେଳେ ଅଭିଷେକ ଐଶ୍ୱର୍ଯ୍ୟାଙ୍କ ମୁଡ୍‌ ଦେଖି ତାଙ୍କ ସାମ୍ନାରେ ଆଣ୍ଠେଇ ପଡ଼ି ପୂରା ଫିଲ୍ମ ଷ୍ଟାଇଲ୍‌ରେ ପ୍ରପୋଜ କରିଥିଲେ। ଫିଲ୍ମ ‘ଗୁରୁ’ ପରେ ଯୋଦ୍ଧା ଆକବର ଶୁଟିଂ ଚାଲିଥିଲା। ସେଥିରେ ଏକ ବିବାହ ସିନ୍‌ ଥିଲା।

ଏହି ସମୟରେ ସେ ଅନୁଭବ କରିଥିଲେ ଅଭିଷେକଙ୍କ ସହ ସତରେ ଯେମିତି ତାଙ୍କର ବିବାହ ହେଉଛି। ସେତେବେଳେ ତାଙ୍କର ବିଶ୍ୱାସ ଆସିଥିଲା ଅଭିଷେକଙ୍କ ପ୍ରତି। ଧୀରେ ଧୀରେ ଦୁହେଁ ଦୁହିଁଙ୍କ ନିକଟତର ହୋଇଥିଲେ। ଜଣେ ଜଣଙ୍କୁ ସେତିକି ବୁଝିଥିଲେ, ଚିହ୍ନିଥିଲେ। ପରେ ବିବାହ ପାଇଁ ନିଷ୍ପତ୍ତି ନେଇଥିଲେ। ତାଙ୍କର ଏହି ପ୍ରେମକୁ ବଚ୍ଚନ ପରିବାର ସ୍ବୀକୃତି ଦେଇ ବିଶ୍ୱସୁନ୍ଦରୀଙ୍କୁ ବୋହୂ କରିନେବାକୁ ରାଜି ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲିଭର ଖରାପ ହେବାର ଦଶ ଦିନ ପୂର୍ବରୁ ଦେଖାଦିଏ ଏହି ଲକ୍ଷଣ…

ମିଳିତ ଭାବେ ଏକପ୍ରକାର ସଂକ୍ରାମକ ରୋଗକୁ ହେପାଟାଇଟିସ୍‌ କୁହାଯାଏ। ସାଧାରଣ ଅର୍ଥରେ ବୁଝିବାକୁ ଗଲେ ଏହା ଲିଭର ସମ୍ବନ୍ଧୀୟ ଏକ ରୋଗ। ହେପାଟାଇଟିସ୍‌କୁ ପାଞ୍ଚଟି ଶ୍ରେଣୀରେ ବିଭକ୍ତ…

ଦାରିଙ୍ଗବାଡ଼ି ଲୁଟ୍ ଘଟଣାରେ ପୋଲିସର ତଦନ୍ତ ଜୋରଦାର, ପହଞ୍ଚିଲେ ବାଲିଗୁଡା ଏସଡିପିଓ

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରରେ ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍…

ମହିଳା ରେସଲର ଯୌନ ନିର୍ଯାତନା ମାମଲାରେ ବ୍ରିଜଭୂଷଣ ସିଂହଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୩।୮: କୈସରଗଞ୍ଜ (ଉତ୍ତର ପ୍ରଦେଶ)ର ପୂର୍ବତନ ଏମପି ଏବଂ ଭାରତୀୟ ଜନତା ପାର୍ଟିର ନେତା ବ୍ରିଜଭୂଷଣ ଶରଣ ସିଂହଙ୍କୁ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି…

ଓଡ଼ିଶା ଆସିବେ ରାହୁଲ

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୁବ ଓ ଛାତ୍ର ସମାଜ ବିରୋଧୀ ବୋଲି ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ବିନୋଦ ଜାଖର କହିଛନ୍ତି।…

ମା’-ବାପା ବିବାଦ: ବାପାଙ୍କୁ ଜାବୁଡ଼ି ଧରି କାନ୍ଦିଲା କୁନି ଝିଅ, କାହା ଆଖିରେ ରହିଲାନି ଲୁହ, ଆଉ ତା’ ପରେ…

ନୀଳଗିରି,୩ା୮(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାଖାପାଖି ୩ ବର୍ଷ ହେବ ମା’ କୁନି ଝିଅ ଓ…

ବନ୍ୟା କ୍ଷୟକ୍ଷତି, କାହାକୁ କେତେ ଟଙ୍କା ମିଳିବ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩ା୮: ବନ୍ୟା ପାଣି କମିଯାଇଥିଲେ ସୁଦ୍ଧା ବଢ଼ିଯାଇଛି ଦୁର୍ଦ୍ଦଶା । ବନ୍ୟାରେ ସାତ ଜିଲା ପ୍ରଭାବିତ ହୋଇଥିବା ବେଳେ ଅନେକ କ୍ଷୟକ୍ଷତି ହୋଇଥିବା ରେକର୍ଡ କରାଯାଇଛି ।…

ରାଜଧାନୀରେ ଭଙ୍ଗାଯିବ ସମସ୍ତ ବେଆଇନ ନିର୍ମାଣ: ସୁପ୍ରିମକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ପରେ…

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଶତାଧିକ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଚାଲିଛି। ଏହାସହିତ ରାଜଧାନୀର ବିଭିନ୍ନ ସ୍ଥାନରେ ବେଆଇନ…

IND vs SL: ବୁମରା OUT; ଶ୍ରୀଲଙ୍କା ଗସ୍ତ ପୂର୍ବରୁ BCCIର ବଡ଼ ନିଷ୍ପତ୍ତି, ଏହି ଖେଳାଳିଙ୍କୁ ସୁଯୋଗ

ନୂଆଦିଲ୍ଲୀ,୩ା୮: ଶ୍ରୀଲଙ୍କା ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ଟେଷ୍ଟ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆର ସମସ୍ୟା ବଢ଼ିଚାଲିଛି । ନୀତିଶ କୁମାର ରେଡ୍ଡୀ ଓ ହର୍ଷିତ ରାଣା ଆହତ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri