ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଫିସରସ୍ତରରେ ବୁଧବାର ଅଦଳବଦଳ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କୃଷିବିଭାଗ ଅତିରିକ୍ତ ନିର୍ଦ୍ଦେଶକ(ଆଡମିନ୍‌) ଶିବନାରାୟଣ ନନ୍ଦଙ୍କୁ ଓଡ଼ିଶା ବନ ଉନ୍ନୟନ ନିଗମ(ଓଏଫ୍‌ଡିସି)ର ଜେନେରାଲ ମ୍ୟାନେଜର(ଜିଏମ୍‌)ଭାବେ ନିଯୁକ୍ତି ମିଳିଛି। ସନତ କୁମାର ମହାନ୍ତିଙ୍କୁ ଏସ୍‌ଟିଏସ୍‌ସି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ ବିକାଶ ଅତିରିକ୍ତ ସଚିବ ସହ ଟିଡିସିସିଓଏଲ୍‌ର ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି)ଭାବେ ଦାୟିତ୍ୱ ମିଳିଛି।
ସୁଦର୍ଶନ ସେଠୀଙ୍କୁ ପୂର୍ବପରି ଓଏଏମ୍‌ବିର ଜିଏମ୍‌ର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। କରୁଣାକର ରାଇକାଙ୍କୁ ଜଳସମ୍ପଦ ବିଭାଗ ଅଧୀନର ଛେଳିଗଡ ଜଳସେଚନ ପ୍ରକଳ୍ପ ପାଇଁ ଏଲ୍‌ଏଓଭାବେ ଦାୟିତ୍ୱ ମିଳିଛି। ସନ୍ତୋଷ କୁମାର ଦାଶ ସମବାୟ ବିଭାଗ ଯୁଗ୍ମ ସଚିବ, ସୁବ୍ରତ କୁମାର ପଣ୍ଡା ଜଳସମ୍ପଦ ଯୁଗ୍ମ ସଚିବ, ବିଶିକେଶନ ଦେହୁରୀ ସ୍ବାସ୍ଥ୍ୟ ବିଭାଗ ଯୁଗ୍ମ ସଚିବ, ଅନୁଜ କୁମାର ଦାସ ପଟ୍ଟନାୟକଙ୍କୁ ହସ୍ତତନ୍ତ, ବୟନଶିଳ୍ପ ଏବଂ ହସ୍ତଶିଳ୍ପ ଯୁଗ୍ମ ସଚିବ ସହ ଉତ୍କଳିକା ଏବଂ ସେରିଫେଡ୍‌ର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଚିତ୍ତରଞ୍ଜନ ସାହୁ ଓଏମ୍‌ଇସିଏଲ୍‌ର ଜିଏମ୍‌, ଅରୁଣ କୁମାର ବିଶ୍ୱାଳ ଏନ୍‌ଏଚ୍‌ଏମ୍‌ ଯୁଗ୍ମ ନିର୍ଦ୍ଦେଶକ, ଦୋଳମଣି ପଟେଲ ଫୁଲବାଣୀ ସବ୍‌କଲେକ୍ଟର, ସୁଚାରୁ କୁମାର ବଳ ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପ ଏଲ୍‌ଏଓ, ରୋମାଞ୍ଚଳ ଖମାରୀ ଏବଂ ଆଶୁତୋଷ ସାମଲ ଡେପୁଟି କମିଶନର ବ୍ରହ୍ମପୁର ମହାନଗର ନିଗମଭାବେ ନିଯୁକ୍ତି ହୋଇଛନ୍ତି। ଶାନ୍ତନୁ କୁମାର ମହାନ୍ତି ଖୋର୍ଦ୍ଧା ସବ୍‌ କଲେକ୍ଟର, ପ୍ରତାପ ପ୍ରୀତିମୟ ଚମ୍ପୁଆ ସବ୍‌କଲେକ୍ଟର, ପ୍ରମୋଦ କୁମାର ସାମଲ ଖୋର୍ଦ୍ଧା ଡିଆରଡିଏ ପିଡି , ଖୋର୍ଦ୍ଧା ଭାବେ ନିଯୁକ୍ତି ପାଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅଶୋକ କୁମାର ବେହୁରିଆ ଏବଂ ଅଶ୍ୱିନୀ କୁମାର ମେହେର କ୍ରୀଡା ଓ ଯୁବସେବା ବିଭାଗ ଯୁଗ୍ମ ସଚିବ ଏବଂ ସୁଜାତା ଶୁଭଦର୍ଶିନୀ ନାୟକଙ୍କୁ କଟକ ଜିଲା ଆଠଗଡର ଅତିରିକ୍ତ ସବ୍‌କଲେକ୍ଚରଭାବେ ଦାୟିତ୍ୱ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri