ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୪।୨(ବ୍ୟୁରୋ): ରାଜ୍ୟ ସରକାର ସୋମବାର ଓଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସରକାରଙ୍କ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଏବଂ ଜଳ ସମ୍ପଦ ବିଭାଗର ଅତିରିକ୍ତ ସଚିବ ଅଭୟ କୁମାର ନାୟକଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ କମିଶନର ଭାବେ ଦାୟିତ୍ୱ ମିଳିଛି। ଏଥିସହ ତାଙ୍କଠାରୁ ଜଳ ସମ୍ପଦ ବିଭାଗର ଅତିରିକ୍ତ ସଚିବ ପଦ ପ୍ରତ୍ୟାହାର କରିନିଆଯାଇଛି। ସେହିପରି ଇଡ୍‌କୋର ଜେନେରାଲ ମ୍ୟାନେଜର ତଥା ଷ୍ଟିଲ୍‌ ମାଇନ୍ସ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ତୁଲାଉଥିବା ବରିଷ୍ଠ ଅଧିକାରୀ ଗଣେଶ୍ୱର ଜେନା ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ କେବଳ ଇଡ୍‌କୋର ଜେନେରାଲ ମ୍ୟାନେଜର ଦାୟିତ୍ୱରେ ରହିବେ। ତାଙ୍କଠାରୁ ଷ୍ଟିଲ ଓ ମାଇନ୍ସ ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱକୁ ସରକାର ପତ୍ୟାହାର କରିନେଇଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ନିର୍ଦ୍ଦେଶକ ଏବଂ ଓପେପା ଅତିରିକ୍ତ ନିର୍ଦ୍ଦେଶକ ରଘୁରାମ ଆୟାରଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଯୁଗ୍ମ ସଚିବ ଭାବେ ନୂଆ ଦାୟିତ୍ୱ ମିଳିଛି। ଏହାସହିତ ତାଙ୍କୁ ଓପେପା ଅତିରିକ୍ତ ନିର୍ଦ୍ଦେଶକ ଭାବେ ଦାୟିତ୍ୱରେ ରହିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ତାଙ୍କୁ ଓଡିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ନିର୍ଦ୍ଦେଶକ ପଦରୁ ତାଙ୍କୁ ହଟାଇ ଦିଆଯାଇଛି। ଖଇରାର ପୂର୍ବତନ ବିଡିଓ ଏବଂ ବର୍ତ୍ତମାନ ଚନ୍ଦାହାଣ୍ଡି ବ୍ଲକ ବିଡିଓ ମହେଶ କୁମାର ଚୌଧୁରୀଙ୍କୁ ପାରାଦୀପ ମ୍ୟୁନିସିପାଲିଟିର ବିଦେଶ ଚାକିରି ନୀତି ଓ ସର୍ତ୍ତାବଳୀ ଅନୁୟାୟୀ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ଦିଆଯାଇଛି। ୭ ଦିନ ମଧ୍ୟରେ ବଦଳି ହୋଇଥିବା ସମସ୍ତ ଅଫିସରଙ୍କୁ ନିଜ ନୂଆ ଦାୟିତ୍ୱ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri