ଓଏଏସ୍‌ ସ୍ତରରେ ଅଦଳବଦଳ: ୪୧ ଜଣଙ୍କୁ ବଦଳି

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ସ୍ବତନ୍ତ୍ର ସଚିବ, ଅତିରିକ୍ତ ସଚିବ, ଯୁଗ୍ମ ସଚିବ, ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଏବଂ ଉପଜିଲାପାଳ ସ୍ତରରେ ମୋଟ ୪୧ ଜଣ ଅଫିସରଙ୍କୁ ବଦଳି କରାଯାଇଛି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବରିଷ୍ଠ ଓଏଏସ୍‌ ଶୁଭେନ୍ଦୁ କାନୁନଗୋଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ବଦଳି କରାଯାଇଥିବା ବେଳେ ସୁଶାନ୍ତ କୁମାର ବାରିକଙ୍କୁ ଏସ୍‌ସି/ଏସ୍‌ଟି ଉନ୍ନୟନ ବିଭାଗର ସ୍ବତନ୍ତ୍ର ସଚିବ, ବିକାଶ ଚନ୍ଦ୍ର ମହାପାତ୍ରଙ୍କୁ ଟେକ୍ସଟ ବୁକ୍‌ ପ୍ରକଡକ୍ସନ ଆଣ୍ଡ ମାର୍କେଟିଂ ନିର୍ଦ୍ଦେଶକ, ଭାସ୍କର ଚନ୍ଦ୍ର ଟୁରୁକଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ସଚିବ, ରୁଦ୍ରପ୍ରସନ୍ନ ସାହୁଙ୍କୁ ଯୋଜନା ଓ ସଂଯୋଜନା ବିଭାଗ ଅତିରିକ୍ତ ସଚିବ, ଉଦୟ ନାରାୟଣ ଦାସଙ୍କୁ ଏମ୍‌ଏସ୍‌ଏମ୍‌ଇ ବିଭାଗ ଅତିରିକ୍ତ ସଚିବ, ବ୍ରତତୀ ହରିଚନ୍ଦନଙ୍କୁ ଓସ୍‌ଡମା ଜେନେରାଲ ମ୍ୟାନେଜର, ଗଙ୍ଗାଧର ସାହୁଙ୍କୁ ଏସ୍‌ସିଇଆର୍‌ଟି ନିର୍ଦ୍ଦେଶକ, ଆଲୋକ କୁମାର କରଙ୍କୁ ବିଭାଗୀୟ ତଦନ୍ତ କମିଶନର(ସିଡିଆଇ), ସରୋଜ କୁମାର ମିଶ୍ରଙ୍କୁ ଗୃହ ବିଭାଗର(ପ୍ରୋଟୋକଲ) ଅତିରିକ୍ତ ସଚିବ, ବ୍ରଜଗୋପାଳ ଆଚାର୍ଯ୍ୟଙ୍କୁ ଓଏସ୍‌ଆର୍‌ଟିସି ଜେନେରାଲ ମ୍ୟାନେଜର ଭାବେ ବଦଳି କରାଯାଇଥିବା ବେଳେ ସତ୍ୟନାରାୟଣ ଦାସଙ୍କୁ ଲିଗାଲ ମେଟ୍ରୋଲୋଜି ନିୟନ୍ତ୍ରକ, ମଧୁସୂଦନ ମିଶ୍ରଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି।
ସେହିପରି ସରୋଜକାନ୍ତ ମହାନ୍ତିଙ୍କୁ ଜଗତ୍‌ସିଂହପୁର ଡିିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶ ଭାବେ ବଦଳି କରାଯାଇଥିବା ବେଳେ ସୁବ୍ରତ କୁମାର ପଣ୍ଡାଙ୍କୁ ଯୁକ୍ତ ୨ ଶିକ୍ଷା ପରିଷଦ ସଚିବ, ରଘୁରାମ ଆୟରଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ନିର୍ଦ୍ଦେଶକ ଏବଂ ଓପେପା ଅତିରିକ୍ତ ନିର୍ଦ୍ଦେଶକ, ନୃସିଂହ ଚରଣ ସାହୁଙ୍କୁ ସୁନ୍ଦରଗଡ଼ ଅତିରିକ୍ତ ଜିଲାପାଳ, ଦେବବ୍ରତ ଜେନାଙ୍କୁ ବିଜ୍ଞାନ ଓ କାରିଗରି କୌଶଳ ବିଭାଗ ଯୁଗ୍ମ ସଚିବ, ସୁଦର୍ଶନ ସେଠୀଙ୍କୁ ସମବାୟ ବିଭାଗ ଯୁଗ୍ମ ସଚିବ, ଲକ୍ଷ୍ମଣ କୁମାର ମଲ୍ଲିକଙ୍କୁ ଇଡ୍‌କୋ ଲ୍ୟାଣ୍ଡ ଅଫିସର, ବୀରେନ୍ଦ୍ର କୋରକୋରାଙ୍କୁ ଉଚ୍ଚ ଶିକ୍ଷା ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି।
ସେହିପରି ଦିଗନ୍ତ ରାଉତରାୟଙ୍କୁ ଖୋର୍ଦ୍ଧା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବା ବେଳେ ତାପିରାମ ମାଝିଙ୍କୁ ଝାରସୁଗୁଡ଼ା ଜିଲା ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ଭୈରବ ସିଂ ପଟେଲଙ୍କୁ ସୁନ୍ଦରଗଡ଼ ଜିଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ଜ୍ଞାନରଞ୍ଜନ ଭଞ୍ଜଦେଓଙ୍କୁ କଳାହାଣ୍ଡି ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ପ୍ରଦୀପ କୁମାର ସାହୁଙ୍କୁ ଝାରସୁଗଡ଼ା ଅତିରିକ୍ତ ଜିଲାପାଳ, ଅବିନାଶ ରାଉତଙ୍କୁ ପୁରୀ ପୌର ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ, ହରିଶ ଚନ୍ଦ୍ର ଜେନାଙ୍କୁ ନୀଳଗିରି ଉପଜିଲାପାଳ, ସରୋଜ କୁମାର ମିଶ୍ରଙ୍କୁ ସମ୍ବଲପୁର ସ୍ପେଶାଲ ଲ୍ୟାଣ୍ଡ ଅଫିସର, ବାଦଲ କୁମାର ମହାନ୍ତିଙ୍କୁ ଓରମାସ ଡେପୁଟି ସିଇଓ, ଶୁଭ୍ରାଂଶୁ ମିଶ୍ରଙ୍କୁ କଟକ ଉପଜିଲାପାଳ, ସଞ୍ଜୀବିତା ରାୟଙ୍କୁ କଟକ ମହାନଗର ନିଗମ ଡେପୁଟି କମିଶନର, ସୁସ୍ମିତା ବେହେରାଙ୍କୁ ଓସ୍‌ଡମା ଡେପୁଟି ଜେନେରାଲ ମ୍ୟାନେଜର, ରବୀନ୍ଦ୍ର କୁମାର ସେଠୀଙ୍କୁ ଉପବାଚସ୍ପତିଙ୍କ ବ୍ୟକ୍ତିଗତ ସଚିବ ଭାବେ ବଦଳି କରାଯାଇଛି।
ସେହିପରି ଦେବବ୍ରତ ସାହୁଙ୍କୁ ଭୁବନେଶ୍ୱର ଅତିରିକ୍ତ ଜିଲାପାଳ ଭାବେ ବଦଳି କରାଯାଇଥିବା ବେଳେ ଶୁଭେନ୍ଦ୍ର କୁମାର ସାମଲଙ୍କୁ ପାରଳାଖେମୁଣ୍ଡି ଉପଜିଲାପାଳ, ରଜନୀକାନ୍ତ ସ୍ବାଇଁଙ୍କୁ ଅନୁଗୋଳ ଜିଲା ଡିଆରଡିଏର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ, ଅନିରୁଦ୍ଧ ପ୍ରଧାନଙ୍କୁ ସମ୍ବଲପୁର ଉପଜିଲାପାଳ, ଦୀନକୃଷ୍ଣ କରଙ୍କୁ କଟକ ଜିଲା ଡିଆରଡିଏ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ, ସବ୍ୟସାଚୀ ହୋତାଙ୍କୁ ବ୍ରହ୍ମପୁର ମହାନଗର ନିଗମର ଡେପୁଟି କମିଶନର, ଶୁଭେନ୍ଦୁ କୁମାର ସାହୁଙ୍କୁ ଭୁବନେଶ୍ୱର ମହାନଗର ନିଗମ ଡେପୁଟି କମିଶନର ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri